• Latest
  • Trending
ଆତ୍ମନିର୍ଭର ଭାରତ ସଂକଳ୍ପ ଅଭିଯାନ ପାଇଁ ରାଜ୍ୟସ୍ତରୀୟ କର୍ମଶାଳା

ଆତ୍ମନିର୍ଭର ଭାରତ ସଂକଳ୍ପ ଅଭିଯାନ ପାଇଁ ରାଜ୍ୟସ୍ତରୀୟ କର୍ମଶାଳା

Sep-15-2025 01:57 PM IST
https://odisha.newsroom.in/

ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ

Mar-18-2026 04:14 PM IST
https://odisha.newsroom.in/

କଟକ ବଡ ମେଡିକାଲ ନିଆଁକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ

Mar-18-2026 03:22 PM IST
କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

Mar-17-2026 05:13 PM IST
ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

Mar-16-2026 11:47 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Mar-16-2026 11:40 AM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
  • About
  • Careers
  • Contact Us
Thursday, March 19, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜନୀତି

ଆତ୍ମନିର୍ଭର ଭାରତ ସଂକଳ୍ପ ଅଭିଯାନ ପାଇଁ ରାଜ୍ୟସ୍ତରୀୟ କର୍ମଶାଳା

by M M
Sep-15-2025 01:57 PM IST
in ରାଜନୀତି, ରାଜ୍ୟ
0
ଆତ୍ମନିର୍ଭର ଭାରତ ସଂକଳ୍ପ ଅଭିଯାନ ପାଇଁ ରାଜ୍ୟସ୍ତରୀୟ କର୍ମଶାଳା
491
SHARES
1.4k
VIEWS
Share on FacebookShare on Twitter

ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀ ଦେଶକୁ ଆତ୍ମନିର୍ଭର କରିବା ଉପରେ ଗୁରୁତ୍ୱାରୋପ କରୁଛନ୍ତି । ଅର୍ଥନୈତିକ କ୍ଷେତ୍ରରେ ସ୍ୱାବଲମ୍ବୀ କରିବା ପାଇଁ ମୋଦିଜୀ ଅନେକ ଯୋଜନା ପ୍ରଣୟନ କରିଛନ୍ତି । ସ୍ୱଦେଶୀ ଉତ୍ପାଦ ବ୍ୟବହାର ଏବଂ ସ୍ୱଦେଶୀ ଜୀବନ ମୂଲ୍ୟବୋଧକୁ ଗ୍ରହଣ କରିବା ଉପରେ ମୋଦିଜୀ ଗୁରତ୍ୱ ଦେଇ ଆସିଛନ୍ତି । ଏହି ବାର୍ତା “ଆତ୍ମନିର୍ଭର ଭାରତ ସଂକଳ୍ପ ଅଭିଯାନ” ଜରିଆରେ ଘରେ ଘରେ ପଂହଚିବ ବୋଲି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଆତ୍ମନିର୍ଭର ଭାରତ ସଂକଳ୍ପ ଅଭିଯାନ ପାଇଁ ରାଜ୍ୟସ୍ତରୀୟ କର୍ମଶାଳାରେ ରାଜ୍ୟ ସଭା ସାଂସଦ ତଥା ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଶ୍ରୀ ଅରୁଣ ସିଂହ କହିଛନ୍ତି ।
ଶ୍ରୀ ସିଂହ କହିଛନ୍ତି ଯେ, ସ୍ୱଦେଶୀ ଅଭିଯାନକୁ ଆନ୍ଦୋଳନରେ ପରିଣତ କରିବାକୁ ବିଜେପି ପ୍ରତିଶ୍ରୁତିବଦ୍ଧ । ବିଦେଶୀ ସାମଗ୍ରୀ ଛାଡ଼ି ଭାରତରେ ପ୍ରସ୍ତୁତ ସାମଗ୍ରୀ ଆପଣାଇବାକୁ ପ୍ରୋତ୍ସାହିତ କରାଯିବ । ଦଳର ବିଚାର ପ୍ରଣେତା ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ମଧ୍ୟ ଏହା ଉପରେ ଗୁରୁତ୍ୱ ଦେଉଥିଲେ । ଏନେଇ ତାଙ୍କ ଜୟନ୍ତୀ ୨୫ ସେପ୍ଟେମ୍ବରରୁ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ୨୫ ଡିସେମ୍ବର ପର୍ଯ୍ୟନ୍ତ ଆତ୍ମନିର୍ଭର ଭାରତ ସଂକଳ୍ପ ଅଭିଯାନ କରବା ପାଇଁ ଦଳ ପକ୍ଷରୁ ନିଷ୍ପତି ନିଆଯାଇଛି । ଏଥିରେ ବିଭିନ୍ନ ସ୍ଥାନୀୟ ଶିଳ୍ପ ସଂସ୍ଥା, ବାଣିଜ୍ୟ ସଂଗଠନ, ବ୍ୟବସାୟ ଓ ସାମାଜିକ ସଂଗଠନ, ଧାର୍ମିକ, ଯୁବ ଓ ମହିଳା ସଂଗଠନ ଓ ପ୍ରଭାବଶାଳୀ ବ୍ୟକ୍ତିମାନଙ୍କୁ ସାମିଲ କରାଯିବ । ସବୁ ଜିଲ୍ଲାରେ ୧୫ରୁ ୨୦ ଦିନିଆ ସଂକଳ୍ପ ରଥଯାତ୍ରା ମଧ୍ୟ କରାଯିବ । ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଆତ୍ମନିର୍ଭର ଭାରତ ସଂକଳ୍ପ ଉପରେ ଆଲୋଚନାଚକ୍ର ଆୟୋଜନ କରାଯିବ । ସ୍ୱଦେଶୀ ଉତ୍ପାଦ କିଣିବାକୁ ଏବଂ ଦୋକାନୀମାନଙ୍କୁ ସ୍ୱଦେଶୀ ଉତ୍ପାଦ ବିକ୍ରି କରିବାକୁ ପ୍ରୋତ୍ସାହିତ କରାଯିବ ବୋଲି ଶ୍ରୀ ସିଂହ କହିଛନ୍ତି ।
ଏହି କର୍ମଶାଳାରେ ଯୋଗଦେଇ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି ଯେ, ଆତ୍ମନିର୍ଭର ଭାରତ କରିବା ପାଇଁ ମୋଦିଜୀ ଯେଉଁ ସ୍ୱପ୍ନ ଦେଖିଥିଲେ ତାହା ଆନ୍ଦୋଳନରେ ପରିଣତ ହୋଇଛି । ଆତ୍ମନିର୍ଭର ଭାରତ ହେଉଛି ଆତ୍ମବିଶ୍ୱାସର ଭାରତ । ଏହି ବିଶ୍ୱାସ ରଖି ଓଡ଼ିଶାରେ ଛୋଟରୁ ବଡ଼ ଉଦ୍ୟୋଗ ସୃଷ୍ଟି କରିବା ପାଇଁ ଆମ ସମସ୍ତଙ୍କୁ ପ୍ରୟାସ କରିବାକୁ ପଡ଼ିବ । ଓଡ଼ିଶା ହେଉଛି ସମ୍ଭାବନାର ରାଜ୍ୟ । ଏଠାରେ କୃଷିଠାରୁ ଆରମ୍ଭ କରି ଖଣି, ନଦୀ ପର୍ଯ୍ୟନ୍ତ ସବୁ ଭରପୁର ରହିଛି । ଶିଳ୍ପଠାରୁ ପର୍ଯ୍ୟଟନ କ୍ଷେତ୍ର ପର୍ଯ୍ୟନ୍ତ ବିକାଶ ପାଇଁ ବହୁଳ ସମ୍ଭାବନା ରହିଛି । ଓଡ଼ିଶାର ଲୋକେ ଦାଦନ ଖଟିବାକୁ ଆଉ ବାହାରକୁ ନ ଯାଇ ରାଜ୍ୟରେ କିପରି ଆତ୍ମନିର୍ଭରଶୀଳ ହୋଇପାରିବେ ସେନେଇ ଆମ ସମସ୍ତଙ୍କୁ ଉଦ୍ୟମ କରିବାକୁ ପଡ଼ିବ । ଏନେଇ ୩ ମାସ ପର୍ଯ୍ୟନ୍ତ କାର୍ଯ୍ୟକର୍ତାକୁ କଠିନ ପରିଶ୍ରମ କରି ଓଡ଼ିଶାର ସବୁ ଘରେ ଏହି ବାର୍ତା ପଂହଚାଇବାକୁ ଶ୍ରୀ ସାମଲ ପରାମର୍ଶ ଦେଇଥିଲେ । କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଏକ କମଟି ଗଠନ କରାଯାଇଥିଲା ।
ଏହି ଅବସରରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମନ୍ତ୍ରୀ ରବି ନାରାୟଣ ନାଏକ, ସାଂସଦ ଅନନ୍ତ ନାୟକ, ସୁକାନ୍ତ ପାଣିଗ୍ରାହୀ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର ପ୍ରମୁଖ ଯୋଗଦେଇ ବିକଶିତ ଭାରତ ଓ ବିକଶିତ ଓଡ଼ିଶା ଉପରେ ଗୁରୁତ୍ୱାରୋପ କରିଥିଲେ । ଡବଲ ଇଞ୍ଜିନ ସରକାର ଏଥିରେ ସମସ୍ତ ସହଯୋଗ କରିବ ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ରାଜ୍ୟ ସାଧାରଣ ସମ୍ପାଦକ ଶାରଦା ଶତପଥୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଡି.ମୁରଲୀ କିଷ୍ଣା ପ୍ରମୁଖ ଯୋଗଦେଇଥିଲେ । ଆତ୍ମନିିର୍ଭର ଭାରତ ରାଜ୍ୟ ସଂଯୋଜିକା ସୁଜାତା ପାଢ଼ୀ ଧନ୍ୟବାଦ ଦେଇଥିଲେ ।

Share196Tweet123
M M

M M

ଆଜିର ପାଗ

Bhubaneswar
March 19, 2026, 10:21 AM
 

S
Overcast
30°C
1.7 m/s
Apparent: 29°C
Pressure: 1011 mb
Humidity: 92%
Winds: 1.7 m/s S
Windgusts: 6.1 m/s
UV-Index: 0
Precip.: 2.5mm /28% / Rain
Sunrise: 5:51 AM
Sunset: 5:57 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
https://odisha.newsroom.in/

ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ

March 18, 2026
https://odisha.newsroom.in/

କଟକ ବଡ ମେଡିକାଲ ନିଆଁକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ

March 18, 2026
କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

March 17, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom