• Latest
  • Trending

ଆସୁଛନ୍ତି ମୋଦୀ: 2 ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ

June 20, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025
କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

July 3, 2025
ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଆସୁଛନ୍ତି ଅଧିକ ଭକ୍ତ

ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଆସୁଛନ୍ତି ଅଧିକ ଭକ୍ତ

July 1, 2025
ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଗର୍ଜିଲା କଂଗ୍ରେସ

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଗର୍ଜିଲା କଂଗ୍ରେସ

June 30, 2025
ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ

ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ

June 30, 2025
ବଦଳିଲେ ଏସପି, ଜିଲ୍ଲାପାଳ

ବଦଳିଲେ ଏସପି, ଜିଲ୍ଲାପାଳ

June 30, 2025
ଭୁବନେଶ୍ବର ମହାନଗର ନିଗମ ଅଫିସରେ ଅଧିକାରୀଙ୍କୁ ମାଡ଼ ; ଧାରଣାରେ ବସିଲେ କର୍ମଚାରୀ

ଭୁବନେଶ୍ବର ମହାନଗର ନିଗମ ଅଫିସରେ ଅଧିକାରୀଙ୍କୁ ମାଡ଼ ; ଧାରଣାରେ ବସିଲେ କର୍ମଚାରୀ

June 30, 2025
ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

June 25, 2025
  • About
  • Careers
  • Contact Us
Tuesday, July 8, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଆସୁଛନ୍ତି ମୋଦୀ: 2 ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ

by newsroom
June 20, 2025
in ବଡ଼ ଖବର
0
494
SHARES
1.4k
VIEWS
Share on FacebookShare on Twitter

ଆଜି ଅପରାହ୍ନ ୩ଟା ୪୦ରେ ପ୍ରଧାନମନ୍ତ୍ରୀ ବିମାନବନ୍ଦରରେ ପହଞ୍ଚିବା ପରେ ୩ଟା ୪୫ରେ ରୋଡ୍‌ ସୋ’ରେ ବାହାରି ୪ଟା ୧୫ରେ ଜନତା ମଇଦାନରେ ପହଞ୍ଚିବେ। ସେଠାରେ ଅପରାହ୍ନ ୫ଟା ୩୫ ପର୍ଯ୍ୟନ୍ତ ରହିବେ। ଅପରାହ୍ନ ୫ଟା ୫୦ରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରୁ ନୂଆଦିଲ୍ଲୀ ଅଭିମୁଖେ ଫେରିଯିବେ।
ରାଜ୍ୟରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ପାଇଁ ଜନତା ମଇଦାନରେ ବିରାଟ ସମାରୋହର ଆୟୋଜନ କରାଯାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଲକ୍ଷାଧିକ ଲୋକଙ୍କୁ ସମ୍ବୋଧନ କରିବେ। ଏଥିପାଇଁ ବିଜେପି ଓ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ହୋଇଛି। ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ରାଜ୍ୟବାସୀଙ୍କୁ ପ୍ରାୟ 2ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ। ଏଥିରେ ରେଳ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ, ନରାଜରେ ନିର୍ମିତ ୫୦କୋଟି ଟଙ୍କାର ଇଭି ବସ୍‌ ଡିପୋର ଉଦ୍‌ଘାଟନ, ୧୦୦ଟି ନୂଆ ଇଭି ବସ୍‌ର ଶୁଭାରମ୍ଭ ଆଦି ରହିଛି।
ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ‘ଓଡ଼ିଶା ଭିଜନ୍‌-୨୦୩୬ ଓ ୨୦୪୭’ ପୁସ୍ତିକାକୁ ଉନ୍ମୋଚନ କରିବେ। ଏହାସହ ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନ ପାଇଁ ଯେଉଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ମୋଦୀ ତା’ର ରୋଡ୍‌ ମ୍ୟାପ୍ ଘୋଷଣା କରିବେ। ସରକାର କିପରି ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତିକୁ ଗୋଟି ଗୋଟି ପାଳନ କରୁଛନ୍ତି ଏବଂ କ’ଣ କରିବାକୁ ଯୋଜନା କରିଛନ୍ତି, ସେ ନେଇ ମଧ୍ୟ କହିବେ।

ପ୍ରଧାନମନ୍ତ୍ରୀ ଏହି ଅବସରରେ ୧୩୭୬ କୋଟି ଟଙ୍କା ବ୍ୟୟରେ ନିର୍ମିତ ୭୩ କିମିର ସୋନପୁର-ପୁରୁଣାକଟକ ନୂତନ ରେଳ ଲାଇନ ଉଦ୍‌ଘାଟନ କରିବେ। ଏହା ଖୋର୍ଦ୍ଧାରୋଡ-ବଲାଙ୍ଗୀର ୩୦୧କିମି ରେଳ ଲାଇନ୍‌ର ଏକ ଅଂଶ। ଏହାଦ୍ବାରା ବୌଦ୍ଧ ଜିଲ୍ଲା ମୁଖ୍ୟାଳୟ ପ୍ରଥମ ଥର ପାଇଁ ରେଳ ନେଟ୍‌ୱାର୍କ ସହିତ ସଂଯୋଗ ହେବାକୁ ଯାଉଛି।
ଭୁବନେଶ୍ବରରୁ ବୌଦ୍ଧକୁ ରେଳ ସଂଯୋଗ ହେବ। ଏହାସହ ସରଳା-ଶାସନ ମଧ୍ୟରେ ତୃତୀୟ ଏବଂ ଚତୁର୍ଥ ରେଳ ଲାଇନର ଶିଳାନ୍ୟାସ କରିବେ। ପ୍ରଧାନମନ୍ତ୍ରୀ ଏହି ଅବସରରେ ଦୁଇଟି ନୂଆ ଟ୍ରେନ୍ ଭେଟି ଦେବେ। ସେଗୁଡ଼ିକ ହେଲା ବୌଦ୍ଧ-ନୂଆ ଭୁବନେଶ୍ୱର-ବୌଦ୍ଧ ସାପ୍ତାହିକ ଏକ୍ସପ୍ରେସ୍ ଏବଂ ସମ୍ବଲପୁର-ବୌଦ୍ଧ-ସମ୍ବଲପୁର ସାପ୍ତାହିକ ଏକ୍ସପ୍ରେସ୍।
ବୌଦ୍ଧ-ନୂଆ ଭୁବନେଶ୍ୱର-ବୌଦ୍ଧ ସାପ୍ତାହିକ ଏକ୍ସପ୍ରେସ୍ ପ୍ରତି ସୋମବାର ବୌଦ୍ଧରୁ ସକାଳ ୭ଟାରେ ଛାଡ଼ିବ ଏବଂ ବଲାଙ୍ଗୀର-ସମ୍ବଲପୁର-ଅନୁଗୁଳ-ନରାଜ ଦେଇ ନୂଆ ଭୁବନେଶ୍ୱର ଷ୍ଟେସନ୍‌ରେ ସନ୍ଧ୍ୟା ୬ଟା ୧୫ରେ ପହଞ୍ଚିବ। ଫେରିବା ମାର୍ଗରେ ଏହି ଟ୍ରେନ୍‌ଟି ସୋମବାର ନୂଆ ଭୁବନେଶ୍ୱରରୁ ରାତି ୧୧ଟାରେ ଛାଡ଼ିବ ଏବଂ ମଙ୍ଗଳବାର ପୂର୍ବାହ୍ନ ୧୦ଟା ୩୦ରେ ବୌଦ୍ଧରେ ପହଞ୍ଚିବ।
ସେହିପରି ସମ୍ବଲପୁରରୁ ସମ୍ବଲପୁର-ବୌଦ୍ଧ-ସମ୍ବଲପୁର ସାପ୍ତାହିକ ଏକ୍ସପ୍ରେସ୍ ରବିବାର ସନ୍ଧ୍ୟା ୭ଟା ୨୫ରେ ଛାଡ଼ିବ ଏବଂ ସେହି ରାତି ୧୧ଟା ୫୫ରେ ବୌଦ୍ଧରେ ପହଞ୍ଚିବ। ଫେରିବା ସମୟରେ ବୌଦ୍ଧରୁ ଏହି ଟ୍ରେନ୍‌ଟି ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୧୫ରେ ଛାଡ଼ିବ ଏବଂ ସେହି ସନ୍ଧ୍ୟା ୭ଟା ୩୦ରେ ସମ୍ବଲପୁରରେ ପହଞ୍ଚିବ। ଏହାବ୍ୟତୀତ ଭୁବନେଶ୍ୱର-ସୋନପୁର-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ୍ ଏବଂ ଦୁଇ ଯୋଡ଼ା ବଲାଙ୍ଗୀର-ସୋନପୁର ସଟଲ୍ ପାସେଞ୍ଜର ଟ୍ରେନ୍ ପ୍ରଥମ ଥର ପାଇଁ ପୁରୁଣାକଟକ ପର୍ଯ୍ୟନ୍ତ ଚଳାଚଳ କରିବ।

Share198Tweet124
newsroom

newsroom

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

January 12, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025

Weather

Bhubaneswar
July 8, 2025, 12:19 pm
 

W
Overcast
28°C
1 m/s
Apparent: 33°C
Pressure: 998 mb
Humidity: 91%
Winds: 1 m/s W
Windgusts: 7.7 m/s
UV-Index: 0
Precip.: 0mm /50% / Rain
Sunrise: 5:12 am
Sunset: 6:30 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom