• Latest
  • Trending

ବିଜେପିର ବରିଷ୍ଠ ନେତା ସମୀର ଦେ ଙ୍କ ପରଲୋକ

Nov-18-2024 04:54 PM IST
ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋଟିଏ ଭୋଟରେ ବିଜୟୀ ହୋଇଥିବା TVK ବିଧାୟକ, ଜାଣନ୍ତୁ କାହିଁକି?

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋଟିଏ ଭୋଟରେ ବିଜୟୀ ହୋଇଥିବା TVK ବିଧାୟକ, ଜାଣନ୍ତୁ କାହିଁକି?

May-13-2026 09:22 AM IST
ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

May-13-2026 08:23 AM IST
ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

May-12-2026 07:35 PM IST
ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

May-12-2026 07:05 PM IST
ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

May-12-2026 06:55 PM IST
NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

May-12-2026 12:40 PM IST
ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

May-12-2026 12:31 PM IST
୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

May-12-2026 12:23 PM IST
ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

May-12-2026 12:04 PM IST
ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

May-12-2026 11:48 AM IST
  • About
  • Careers
  • Contact Us
Wednesday, May 13, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ମୁଖ୍ୟ ଖବର

ବିଜେପିର ବରିଷ୍ଠ ନେତା ସମୀର ଦେ ଙ୍କ ପରଲୋକ

by M M
Nov-18-2024 04:54 PM IST
in ମୁଖ୍ୟ ଖବର
0
491
SHARES
1.4k
VIEWS
Share on FacebookShare on Twitter

ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ ପରଲୋକ ଘଟିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ବିଶିଷ୍ଟ ବ୍ୟକ୍ତିମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି । କଟକର ଏକ ଘରୋଇ ହସ୍ପିଟାଲରେ ସମୀର ଦେଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା।  ଅସୁସ୍ଥ ଥାଇ ଦୀର୍ଘଦିନରୁ ଚିକିତ୍ସାଧୀନ ଥିଲେ ସମୀର ଦେ। ନିମୋନିଆ, କିଡ଼ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ଥିଲେ।

ଆରପାରିକୁ ଚାଲିଗଲେ ପୂର୍ବତନ ମନ୍ତ୍ରୀ ସମୀର ଦେ’। କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷରେ ହୋଇଥିଲା। ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି।

ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ଭାଜପା ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। ସେହିପରି ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ।

ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ୱର୍ଗତ ଦେ ଜଣେ ଲୋକପ୍ରିୟ ଜନ ନେତା ଓ ଦୃଢ଼ ସଂଗଠକ ଥିଲେ। ଉଚ୍ଚ ଶିକ୍ଷା ଓ ନଗର ଉନ୍ନୟନ ମନ୍ତ୍ରୀ ଭାବରେ ସେ ରାଜ୍ୟର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି। ତାଙ୍କର ମିଷ୍ଟଭାଷୀ ବ୍ୟକ୍ତିତ୍ଵ ପାଇଁ ସେ ସବୁ ବର୍ଗର ଲୋକଙ୍କର ପ୍ରିୟପାତ୍ର ଥିଲେ। କଟକ ସହର ସହିତ ସାରା ଓଡ଼ିଶାରେ ଭାରତୀୟ ଜନତା ପାର୍ଟିର ସଂଗଠନକୁ ସୁଦୃଢ କରିବାରେ ତାଙ୍କର ଗୁରୁତ୍ଵପୂର୍ଣ୍ଣ ଭୂମିକା ଥିଲା। ତାଙ୍କର ଶେଷ କୃତ୍ୟ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସମୀର ଦେ’ଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ କରିଛନ୍ତି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ, ବିରୋଧୀଦଳ ନେତା ନବୀନ ପଟ୍ଟନାୟକ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ସାଂସଦ ବୈଜୟନ୍ତ ପଣ୍ଡା, ସାଂସଦ ଭର୍ତ୍ତୃହରି ମହତାବ, ବରିଷ୍ଠ ନେତା ସମୀର ମହାନ୍ତି ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ଆମ ଦଳର ବରିଷ୍ଠ ନେତା ସମୀର ଦେଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦାଦା ଜଣେ ମିଷ୍ଟଭାଷୀ ଓ ପରୋପକାରୀ ସ୍ୱଭାବର ବ୍ୟକ୍ତି ଥିଲେ । ତାଙ୍କୁ ସବୁବେଳେ ଭେଟିବା ସମୟରେ ତାଙ୍କର ପରିବାର ସଦସ୍ୟଙ୍କ ଠାରୁ ମିଳିଥିବା ସ୍ନେହ ଆଦର ଅଭୁଲା ରହିବ । ବିଜେପିର ପ୍ରାରମ୍ଭିକ ପ୍ରଗତି ସମୟରେ ଉପକୂଳ ଓଡ଼ିଶାରେ ଅଭ୍ୟୁଦୋୟର କେନ୍ଦ୍ରବିନ୍ଦୁ ଭାବେ କଟକ ସହରରୁ ଆମ ଦଳର ରାଷ୍ଟ୍ରବାଦୀ ବିଚାରକୁ ଜନପ୍ରିୟ କରାଇବାରେ ସେ ପ୍ରମୁଖ ଭୂମିକା ନେଇଥିଲେ । ଦାଦାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ନେହୀ ଓ ଦକ୍ଷ ନେତାଙ୍କୁ ହରାଇଲା । ଜନପ୍ରତିନିଧି ଭାବେ ସେ ଯେଉଁ ଉନ୍ନତିମୂଳକ କାର୍ଯ୍ୟ କରିଯାଇଛନ୍ତି, ତାହା ସବୁଦିନ ପାଇଁ ସ୍ମରଣୀୟ ହୋଇରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।

Share196Tweet123
M M

M M

ଆଜିର ପାଗ

Bhubaneswar
May 13, 2026, 9:26 AM
 

SSW
Clear sky
31°C
2 m/s
Apparent: 32°C
Pressure: 1006 mb
Humidity: 85%
Winds: 2 m/s SSW
Windgusts: 11.3 m/s
UV-Index: 0
Precip.: 0mm /8% / Rain
Sunrise: 5:11 AM
Sunset: 6:15 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom