• Latest
  • Trending
ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

May-21-2025 01:18 PM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
  • About
  • Careers
  • Contact Us
Wednesday, March 11, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

by newsroom
May-21-2025 01:18 PM IST
in ବଡ଼ ଖବର
0
ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍
495
SHARES
1.4k
VIEWS
Share on FacebookShare on Twitter

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ କଳା କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ବାହାରିଛି। ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ଫଳ-୨୦୨୫ ପ୍ରକାଶିତ ହୋଇଛି। ଏଥର ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ। ଝିଅଙ୍କ ପାସ୍ ହାର ୮୭.୨୪ ଥିବା ବେତଳେ ପୁଅଙ୍କ ପାସ୍ ହାର ୭୭.୮୮ ପ୍ରତିଶତ। ବିଜ୍ଞାନରେ ୮୭.୪୯ ପ୍ରତିଶତ, କଳାରେ ୮୦.୫୧ ପ୍ରତିଶତ, ବାଣିଜ୍ୟରେ ୮୩.୦୨ ଓ ଧନ୍ଦାମୂଳକ ଶିକ୍ଷାରେ ୬୦.୫୭ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି।

ତିନି ବିଭାଗ କଳା, ବିଜ୍ଞାନ ଓ ବାଣିଜ୍ୟ ସହ ଧନ୍ଦାମୂଳକ ପରୀକ୍ଷର ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାର ପରୀକ୍ଷା ଫଳ ଏକା ସଙ୍ଗରେ ପ୍ରକାଶ ପାଇଛି । ବିଭାଗୀୟ ମନ୍ତ୍ରୀ ପରୀକ୍ଷା ପୁସ୍ତକ ଉନ୍ମୋଚନ କରିଥିଲେ ।

ମୋଟ ୮୨.୭୬ ପ୍ରତିଶତ ରେଜଲ୍ଟ ହୋଇଥିବା ବେଳେ ପୁଣି କମାଲ କରିଛନ୍ତି ଛାତ୍ରୀ । ୮୭.୨୪ ପ୍ରତିଶତ ଛାତ୍ରୀ ପାସ୍ କରିଥିବା ବେଳେ ୭୭.୮୮ ପ୍ରତିଶତ କୃତକାର୍ଯ୍ୟ ହୋଇଛନ୍ତି । କଳାରେ ୮୦.୫୧ ପ୍ରତିଶତ ରେଜଲ୍ଟ ହୋଇଥିବା ବେଳେ ବିଜ୍ଞାନରେ ୮୭.୪୯ ପ୍ରତିଶତ ପାସ କରିଛନ୍ତି । ସେହିପରି ବାଣିଜ୍ୟରେ ୮୧.୭୧ ପ୍ରତିଶତ ରେଜଲ୍ଟ ହୋଇଥିବା ବେଳେ ଧନ୍ଦାମୂକଳ ପରୀକ୍ଷାରେ ୬୦.୫୬ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି ।

କଳାରେ ବରଗଡ଼ ଜିଲ୍ଲାରେ ସର୍ବାଧିକ ରେଜଲ୍ଟ ହୋଇଛି । ସେହିପରି କଳାରେ ଗଣଶିକ୍ଷା ମନ୍ତ୍ରୀଙ୍କ ଜିଲ୍ଲା ନବରଙ୍ଗପୁରରେ ପାସହାର ସର୍ବନିମ୍ନ ରହିଛି । ଉଭୟ ବିଜ୍ଞାନ ଓ ବାଣିଜ୍ୟରେ ପାସହାର ନୟାଗଡ଼ ଜିଲ୍ଲାରେ ସର୍ବାଧିକ ରହିଛି । ବିଜ୍ଞାନରେ ବୌଦ୍ଧ ଜିଲ୍ଲାର ପାସହାର ସର୍ବନିମ୍ନ ହୋଇଥିବା ବେଳେ କାଣିଜ୍ୟରେ ବଲାଙ୍ଗୀର ଜିଲ୍ଲାର ପାସ ହାର ସର୍ବନିମ୍ନ ରହିଛି ।

ବିଜ୍ଞାନରେ ପାସ ହାର ୮୭. ୫୦ ପ୍ରତିଶତ ରହିଛି । ବିଜ୍ଞାନରେ ୯୦ ପ୍ରତିଶତରୁ ଅଧିକ ମାର୍କ ରଖିଛନ୍ତି ୧୯୦୬ ଜଣ ଛାତ୍ରଛାତ୍ରୀ । ପ୍ରଥମ ଶ୍ରେଣୀରେ ୫୪ ହଜାର ୯୪୭ ଜଣ ପାସ କରିଛନ୍ତି । ସେହିପରି ଦ୍ଵିତୀୟ ଶ୍ରେଣୀରେ ୨୬ ହଜାର ୪୨୪ ଓ ତୃତୀୟ ଶ୍ରେଣୀରେ ୧୪ ଗହାର ୯୫୪ ଜଣ ପାସ କରିଛନ୍ତି । ନୟାଗଡ଼ ଜିଲ୍ଲାରେ ବିଜ୍ଞାନରେ ସର୍ବାଧିକ ୯୭.୫୮ ପ୍ରତିଶତ ଛାତ୍ରଛାତ୍ରୀ ପାସ କରିଛନ୍ତି ।

କଳାରେ ପାସ ହାର ୮୦. ୫୧ ପ୍ରତିଶତ ରହିଛି । ୯୦ ପ୍ରତିଶତରୁ ଅଧିକ ମାର୍କ ରଖି ୧୭୧ ଜଣ ପାସ କରିଛନ୍ତି । ପ୍ରଥମ ଶ୍ରେଣୀରେ ୪୦ ହଜାର ୩୭ ଜଣ ଛାତ୍ରଛାତ୍ରୀ ପାସ କରିଛନ୍ତି । ସେହିପରି ଦ୍ଵିତୀୟ ଶ୍ରେଣୀରେ ୩୬ ହଜାର ୮୬୬ ଓ ତୃତୀୟ ଶ୍ରେଣୀରେ ୧ ଲକ୍ଷ୧୯ ହଜାର ୧୬୮ ଜଣ ପାସ କରିଛନ୍ତି । କଳାରେ ବରଗଡ଼ରେ ସର୍ବାଧିକ ୮୭.୬୦ ପ୍ରତିଶତ ଛାତ୍ରଛାତ୍ରୀ ପାସ କରିଛନ୍ତି ।

ବାଣିଜ୍ୟରେ ପାସ ହାର ୮୩.୨୦ ପ୍ରତିଶତ ରହିଛି । ୯୦ ପ୍ରତିଶତରୁ ଅଧିକ ମାର୍କ ରଖିଛନ୍ତି ୨୦୪ ଜଣ ଛାତ୍ରଛାତ୍ରୀ । ପ୍ରଥମ ଶ୍ରେଣୀରେ ୬ ହଜାର୯୩୦, ଦ୍ଵିତୀୟ ଶ୍ରେଣୀରେ ୪ ହଜାର ୫୨୫, ତୃତୀୟ ଶ୍ରେଣୀରେ ୯ ହଜାର ୨୧୬ ଜଣ ପାସ କରିଛନ୍ତି । ବାଣିଜ୍ୟରେ ନୟାଗଡ଼ରେ ସର୍ବାଧିକ ୯୩. ୭୧ ପ୍ରତିଶତ ଛାତ୍ରଛାତ୍ରୀ ପାସ କରିଛନ୍ତି ।

ଧନ୍ଦାମୂଳକ ଶିକ୍ଷାରେ ପାସ ହାର ୬୦.୫୭ ପ୍ରତିଶତ ରହିଛି । ଜଣେ ୯୦ ପ୍ରତିଶତରୁ ଅଧିକ ମାର୍କ ରଖିଛନ୍ତି । ପ୍ରଥମ ଶ୍ରେଣୀରେ ୬୭୮, ଦ୍ଵିତୀୟ ଶ୍ରେଣୀରେ ୧୭୫୮ ଓ ତୃତୀୟ ଶ୍ରେଣୀରେ ୭୮୧ ଜଣ ପାସ କରିଛନ୍ତି । ବାଲେଶ୍ଵରରେ ସର୍ବାଧିକ ୮୩.୮୩ ପ୍ରତିଶତ ଛାତ୍ରଛାତ୍ରୀ ପାସ କରିଛନ୍ତି ।

ଭୁବନେଶ୍ବରସ୍ଥିତ ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସଚିବ ଶାଳିନୀ ପଣ୍ଡିତ, ପରିଷଦ ଅଧ୍ୟକ୍ଷ ମୃଣାଳକାନ୍ତି ଦାସ, ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ାଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହି ପରୀକ୍ଷାଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି।

Share198Tweet124
newsroom

newsroom

ଆଜିର ପାଗ

Bhubaneswar
March 11, 2026, 7:48 AM
 
S
Partly cloudy
25°C
1.7 m/s
Apparent: 29°C
Pressure: 1013 mb
Humidity: 87%
Winds: 1.7 m/s S
Windgusts: 7.6 m/s
UV-Index: 0
Precip.: 0mm /10% / Rain
Sunrise: 5:58 AM
Sunset: 5:54 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

March 9, 2026
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom