• Latest
  • Trending
ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି ଅଣାୟତ: ବିଜେଡି

ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି ଅଣାୟତ: ବିଜେଡି

Oct-07-2025 12:22 PM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Tuesday, November 18, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି ଅଣାୟତ: ବିଜେଡି

by M M
Oct-07-2025 12:22 PM IST
in ବଡ଼ ଖବର
0
ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି ଅଣାୟତ: ବିଜେଡି
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱର, ୦୭/୧୦/୨୦୨୫: ରାଜ୍ୟର ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି  । ଏଭଳି କହିଛି ବିଜେଡି । ବିଜେଡି କହିଛି ଯେ ଗତ ଏକ ସପ୍ତାହ ମଧ୍ୟରେ ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ଅଣାୟତ ହୋଇ ପଡିଛି  ।  ଶଙ୍ଖଭବନ ଠାରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ, ଦଳର ବରିଷ୍ଠ ସାଧାରଣ ସମ୍ପାଦକ ତଥା ମୁଖପାତ୍ର ଶ୍ରୀ ଭୃଗୁ ବକ୍ସିପାତ୍ର ଏଭଳି କହିଛନ୍ତି ।

ଶ୍ରୀ ବକ୍ସିପାତ୍ର କହିଥିଲେ, ଗତକାଲି ସନ୍ଧ୍ୟାରେ, ଦକ୍ଷିଣ ଓଡ଼ିଶାର ପ୍ରାଣକେନ୍ଦ୍ର ବ୍ରହ୍ମପୁର ସହରରେ, ବିଜେପି ଦଳର ଜଣେ ଆଗଧାଡିର ନେତା ତଥା ଜଣେ ରାଜ୍ୟ ବାର କାଉନ୍ସିଲର ସଦସ୍ୟ ପୀତବାସ ପଣ୍ଡାଙ୍କୁ ଦୁଇ ଜଣ ଦୁବୃର୍ତ୍ତ ଅତି ନିକଟରୁ ଗୁଳି କରି ହତ୍ୟା କରିଛନ୍ତି । ଏହି ଘଟଣାକୁ ୨୦ ଘଣ୍ଟାରୁ ଅଧିକ ବିତି ଯାଇଥିଲେ ସୁଦ୍ଧା, ଏପର୍ଯ୍ୟନ୍ତ ଅପରାଧୀଙ୍କ କୌଣସି ଟେର ପୋଲିସ ପାଇନାହିଁ ।

ଗତ ୨୪ ଘଣ୍ଟାରେ, ଗଞ୍ଜାମ ଜିଲ୍ଲାରେ ୩ଟି ହତ୍ୟାକାଣ୍ଡ ଘଟିଛି । ମୋହନ ସରକାର ଆସିବା ପରଠାରୁ କେବଳ ଗଞ୍ଜାମ ଜିଲ୍ଲାରେ ୧୨୮ଟି ହତ୍ୟାକାଣ୍ଡ ଘଟିଲାଣି । ଗଞ୍ଜାମ ଜିଲ୍ଲାରେ, ଲଘୁ ଖଣିଜ ସମ୍ପଦ ଯଥା ବାଲି, ଚିପ୍ସ ଇତ୍ୟାଦି ଜିନିଷର ଚୋରି ଲୁଟତରାଜ ଅହେତୁକ ବୃଦ୍ଧି ପାଇଛି ଯାହା ଯୋଗୁ ଅପରାଧ ଦିନକୁ ଦିନ ବୃଦ୍ଧି ପାଇଛି । ରାଜ୍ୟ ବିଜେପି ସରକାରଙ୍କ ପ୍ରୟୋଜନରେ ଏହି ଲୁଟତରାଜ ଚାଲିଛି ଓ ଏଥିଯୋଗୁ ଗଞ୍ଜାମ ଅପରାଧୀଙ୍କ ଚରାଭୂଇଁ ପାଲଟିଛି । ପୂର୍ବରୁ ନବୀନ ସରକାରଙ୍କ ସମୟରେ, ଗଞ୍ଜାମରେ ଶାନ୍ତି ପରିବେଶ ସୃଷ୍ଟି ହୋଇଥିଲା ବେଳେ ବିଜେପି ସରକାରଙ୍କ ସମୟରେ ଆଇନଶୃଙ୍ଖଳା ସ୍ଥିତି ବିଗିଡ଼ି ଗଲାଣି ।

ଶ୍ରୀ ବକ୍ସିପାତ୍ର ଆହୁରି କହିଥିଲେ, ରାଜ୍ୟରେ ଏବେ ବହୁଚର୍ଚ୍ଚିତ ଘଟଣା ପୋଲିସ ଏସ୍ଆଇ ଚାକିରି ବିକ୍ରି ଘଟଣା ବ୍ରହ୍ମପୁର ସହରରୁ ଲୋକଲୋଚନକୁ ଆସିଥିଲା । ଏହି ଘଟଣାରେ ସରକାରଙ୍କ ସମ୍ପୃକ୍ତି ଜଳ ଜଳ ହୋଇ ଦିଶୁଛି । ସେହିପରି, ଚୌଦ୍ୱାରରେ ଥିବା ହାଇ ସିକୁ୍ୟରିଟି ଜେଲରୁ ଦୁଇ ଜଣ କୁଖ୍ୟାତ ଅପରାଧୀ ଜେଲରୁ ଫେରାର ହୋଇଯିବାରେ ସକ୍ଷମ ହୋଇଛନ୍ତି । ଭାଇଚାରା ସହର କଟକରେ ସାମ୍ପ୍ରଦାୟିକ ଦଙ୍ଗା ଭଳି ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇ ୩୬ଘଣ୍ଟା ପାଇଁ କର୍ଫୁ୍ୟ ଲଗାଇବାକୁ ପଡୁଛି । ଆଜି ସକାଳେ, ପୁରୀ ଜିଲାରେ ଲକ୍ଷ୍ମୀ ବସ୍ ଭିତରକୁ ଜଣେ ଦୁବୃର୍ତ୍ତ ପଶି ଆସି କଟୁରୀ ଚୋଟରେ ବସ ଯାତ୍ରୀଙ୍କ ଉପରେ ଅତର୍କିତ ଆକ୍ରମଣ କରିବା ଯୋଗୁ ଅନୁ୍ୟନ୍ୟ ୭ ଜଣ ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ରାଜ୍ୟରେ, ମହିଳା ମାନେ ଅସୁରକ୍ଷିତ ହୋଇ ପଡିଛନ୍ତି । ଦୁଷ୍କର୍ମ, ଅସଦାଚରଣ, ନାରୀ ନିର୍ଯାତନା, ହତ୍ୟା ଇତ୍ୟାଦି ଘଟଣା ପ୍ରତିଦିନ ଖବରକାଗଜ ଗୁଡିକରେ ଶିରୋନାମା ପାଲଟୁଛି । କିନ୍ତୁ, ସରକାର ନିଜର ପ୍ରଚାରରେ ବ୍ୟସ୍ତ ଅଛନ୍ତି । ଡବଲ ଇଞ୍ଜିନ ସରକାର ଗୋଟିଏ ସମ୍ୱେଦନହୀନ ସରକାର ବୋଲି ରାଜ୍ୟବାସୀ ଜାଣିଲେଣି ।

Share196Tweet123
M M

M M

ଆଜିର ପାଗ

Bhubaneswar
November 18, 2025, 12:13 AM
 

N
Partly cloudy
17°C
0.8 m/s
Apparent: 17°C
Pressure: 1016 mb
Humidity: 75%
Winds: 0.8 m/s N
Windgusts: 7.6 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom