ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହୋଇଥିବା ବେଳେ ଆଜି ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ କେତେକ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।
ଆଜି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ଝଡ଼ବର୍ଷା ପାଇଁ ମୟୂରଭଞ୍ଜ ଓ ବାଲେଶ୍ବରକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିଭଳି ଅନ୍ୟ ୨୧ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।
କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପବନ ନେଇ ସତର୍କତା ଜାରି କରାଯାଇଛି। କିଛି କିଛି ସ୍ଥାନରେ ପବନର ବେଗ ୪୦-୫୦ କିଲୋମିଟର ରହିପାରେ। ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ସମ୍ଭାବନା ଥିଲେ ବି କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ କୁଆପଥର ମାଡ଼ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।











