• Latest
  • Trending

ଆସୁଛନ୍ତି ମୋଦୀ: 2 ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ

Jun-20-2025 11:07 AM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-29-2026 12:27 PM IST
odisha.newsroom.in

ଓଡିଶାକୁ ଝଡ଼ବର୍ଷା ଚେତାବନୀ, ୭ ଦିନ ଯାଏଁ ଏହି ଜିଲ୍ଲାରେ ଛେଚିବ

Mar-28-2026 06:17 PM IST
odisha.newsroom.in

ଆପଣଙ୍କ ଘରେ ଟିକେ ଟିକେ କଥାରେ ଝଗଡ଼ା ହେଉଛି କି, ମାନନ୍ତୁ ଏହି ବାସ୍ତୁ ନିୟମ…

Mar-28-2026 05:54 PM IST
ଇରାନକୁ ମିଳିଲା ରୁଷିଆର ‘ବ୍ରହ୍ମାସ୍ତ୍ର’ 

ଇରାନକୁ ମିଳିଲା ରୁଷିଆର ‘ବ୍ରହ୍ମାସ୍ତ୍ର’ 

Mar-28-2026 04:26 PM IST
ପାଣ୍ଡିଆନ ଦମ୍ପତିଙ୍କ ବିରୋଧରେ ସବୁ କହିଦେଲେ…

ପାଣ୍ଡିଆନ ଦମ୍ପତିଙ୍କ ବିରୋଧରେ ସବୁ କହିଦେଲେ…

Mar-28-2026 04:23 PM IST
odisha.newsroom.in

ଯୁଦ୍ଧ ପ୍ରଭାବିତ ଅଂଚଳରେ ବିମାନ ଉଡ଼ାଇବାକୁ ମନା କରୁଛନ୍ତି ପାଇଲଟ

Mar-28-2026 04:07 PM IST
odisha.newsroom.in

ବୁକିଂର ମାସେ ପରେ ବି ଭୁବନେଶ୍ୱରରେ ମିଳୁନି ଗ୍ୟାସ, ଠେଲା ଦୋକାନ ବନ୍ଦ…ବିଭିନ୍ନ ସ୍ଥାନରେ ହଂଗାମା, ରାସ୍ତାରୋକ

Mar-28-2026 03:02 PM IST
odisha.newsroom.in

କାମ କଲାନି ଇଂଜିନ, ଦିଲ୍ଲୀ ଏୟାରପୋର୍ଟରେ ଇଣ୍ଡିଗୋର ଜରୁରୀ ଅବତରଣ

Mar-28-2026 12:34 PM IST
odisha.newsroom.in

ସମଦୂରତା ଫର୍ମୁଲାକୁ ବାଏ..ବାଏ, କମୁଛି କଂଗ୍ରେସ-ବିଜେଡି ଦୂରତା

Mar-28-2026 12:13 PM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-28-2026 12:06 PM IST
  • About
  • Careers
  • Contact Us
Sunday, March 29, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଆସୁଛନ୍ତି ମୋଦୀ: 2 ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ

by newsroom
Jun-20-2025 11:07 AM IST
in ବଡ଼ ଖବର
0
491
SHARES
1.4k
VIEWS
Share on FacebookShare on Twitter

ଆଜି ଅପରାହ୍ନ ୩ଟା ୪୦ରେ ପ୍ରଧାନମନ୍ତ୍ରୀ ବିମାନବନ୍ଦରରେ ପହଞ୍ଚିବା ପରେ ୩ଟା ୪୫ରେ ରୋଡ୍‌ ସୋ’ରେ ବାହାରି ୪ଟା ୧୫ରେ ଜନତା ମଇଦାନରେ ପହଞ୍ଚିବେ। ସେଠାରେ ଅପରାହ୍ନ ୫ଟା ୩୫ ପର୍ଯ୍ୟନ୍ତ ରହିବେ। ଅପରାହ୍ନ ୫ଟା ୫୦ରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରୁ ନୂଆଦିଲ୍ଲୀ ଅଭିମୁଖେ ଫେରିଯିବେ।
ରାଜ୍ୟରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ପାଇଁ ଜନତା ମଇଦାନରେ ବିରାଟ ସମାରୋହର ଆୟୋଜନ କରାଯାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଲକ୍ଷାଧିକ ଲୋକଙ୍କୁ ସମ୍ବୋଧନ କରିବେ। ଏଥିପାଇଁ ବିଜେପି ଓ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ହୋଇଛି। ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ରାଜ୍ୟବାସୀଙ୍କୁ ପ୍ରାୟ 2ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ। ଏଥିରେ ରେଳ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ, ନରାଜରେ ନିର୍ମିତ ୫୦କୋଟି ଟଙ୍କାର ଇଭି ବସ୍‌ ଡିପୋର ଉଦ୍‌ଘାଟନ, ୧୦୦ଟି ନୂଆ ଇଭି ବସ୍‌ର ଶୁଭାରମ୍ଭ ଆଦି ରହିଛି।
ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ‘ଓଡ଼ିଶା ଭିଜନ୍‌-୨୦୩୬ ଓ ୨୦୪୭’ ପୁସ୍ତିକାକୁ ଉନ୍ମୋଚନ କରିବେ। ଏହାସହ ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନ ପାଇଁ ଯେଉଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ମୋଦୀ ତା’ର ରୋଡ୍‌ ମ୍ୟାପ୍ ଘୋଷଣା କରିବେ। ସରକାର କିପରି ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତିକୁ ଗୋଟି ଗୋଟି ପାଳନ କରୁଛନ୍ତି ଏବଂ କ’ଣ କରିବାକୁ ଯୋଜନା କରିଛନ୍ତି, ସେ ନେଇ ମଧ୍ୟ କହିବେ।

ପ୍ରଧାନମନ୍ତ୍ରୀ ଏହି ଅବସରରେ ୧୩୭୬ କୋଟି ଟଙ୍କା ବ୍ୟୟରେ ନିର୍ମିତ ୭୩ କିମିର ସୋନପୁର-ପୁରୁଣାକଟକ ନୂତନ ରେଳ ଲାଇନ ଉଦ୍‌ଘାଟନ କରିବେ। ଏହା ଖୋର୍ଦ୍ଧାରୋଡ-ବଲାଙ୍ଗୀର ୩୦୧କିମି ରେଳ ଲାଇନ୍‌ର ଏକ ଅଂଶ। ଏହାଦ୍ବାରା ବୌଦ୍ଧ ଜିଲ୍ଲା ମୁଖ୍ୟାଳୟ ପ୍ରଥମ ଥର ପାଇଁ ରେଳ ନେଟ୍‌ୱାର୍କ ସହିତ ସଂଯୋଗ ହେବାକୁ ଯାଉଛି।
ଭୁବନେଶ୍ବରରୁ ବୌଦ୍ଧକୁ ରେଳ ସଂଯୋଗ ହେବ। ଏହାସହ ସରଳା-ଶାସନ ମଧ୍ୟରେ ତୃତୀୟ ଏବଂ ଚତୁର୍ଥ ରେଳ ଲାଇନର ଶିଳାନ୍ୟାସ କରିବେ। ପ୍ରଧାନମନ୍ତ୍ରୀ ଏହି ଅବସରରେ ଦୁଇଟି ନୂଆ ଟ୍ରେନ୍ ଭେଟି ଦେବେ। ସେଗୁଡ଼ିକ ହେଲା ବୌଦ୍ଧ-ନୂଆ ଭୁବନେଶ୍ୱର-ବୌଦ୍ଧ ସାପ୍ତାହିକ ଏକ୍ସପ୍ରେସ୍ ଏବଂ ସମ୍ବଲପୁର-ବୌଦ୍ଧ-ସମ୍ବଲପୁର ସାପ୍ତାହିକ ଏକ୍ସପ୍ରେସ୍।
ବୌଦ୍ଧ-ନୂଆ ଭୁବନେଶ୍ୱର-ବୌଦ୍ଧ ସାପ୍ତାହିକ ଏକ୍ସପ୍ରେସ୍ ପ୍ରତି ସୋମବାର ବୌଦ୍ଧରୁ ସକାଳ ୭ଟାରେ ଛାଡ଼ିବ ଏବଂ ବଲାଙ୍ଗୀର-ସମ୍ବଲପୁର-ଅନୁଗୁଳ-ନରାଜ ଦେଇ ନୂଆ ଭୁବନେଶ୍ୱର ଷ୍ଟେସନ୍‌ରେ ସନ୍ଧ୍ୟା ୬ଟା ୧୫ରେ ପହଞ୍ଚିବ। ଫେରିବା ମାର୍ଗରେ ଏହି ଟ୍ରେନ୍‌ଟି ସୋମବାର ନୂଆ ଭୁବନେଶ୍ୱରରୁ ରାତି ୧୧ଟାରେ ଛାଡ଼ିବ ଏବଂ ମଙ୍ଗଳବାର ପୂର୍ବାହ୍ନ ୧୦ଟା ୩୦ରେ ବୌଦ୍ଧରେ ପହଞ୍ଚିବ।
ସେହିପରି ସମ୍ବଲପୁରରୁ ସମ୍ବଲପୁର-ବୌଦ୍ଧ-ସମ୍ବଲପୁର ସାପ୍ତାହିକ ଏକ୍ସପ୍ରେସ୍ ରବିବାର ସନ୍ଧ୍ୟା ୭ଟା ୨୫ରେ ଛାଡ଼ିବ ଏବଂ ସେହି ରାତି ୧୧ଟା ୫୫ରେ ବୌଦ୍ଧରେ ପହଞ୍ଚିବ। ଫେରିବା ସମୟରେ ବୌଦ୍ଧରୁ ଏହି ଟ୍ରେନ୍‌ଟି ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୧୫ରେ ଛାଡ଼ିବ ଏବଂ ସେହି ସନ୍ଧ୍ୟା ୭ଟା ୩୦ରେ ସମ୍ବଲପୁରରେ ପହଞ୍ଚିବ। ଏହାବ୍ୟତୀତ ଭୁବନେଶ୍ୱର-ସୋନପୁର-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ୍ ଏବଂ ଦୁଇ ଯୋଡ଼ା ବଲାଙ୍ଗୀର-ସୋନପୁର ସଟଲ୍ ପାସେଞ୍ଜର ଟ୍ରେନ୍ ପ୍ରଥମ ଥର ପାଇଁ ପୁରୁଣାକଟକ ପର୍ଯ୍ୟନ୍ତ ଚଳାଚଳ କରିବ।

Share196Tweet123
newsroom

newsroom

ଆଜିର ପାଗ

Bhubaneswar
March 29, 2026, 8:26 PM
 

SSE
Mainly clear
27°C
2.4 m/s
Apparent: 32°C
Pressure: 1006 mb
Humidity: 86%
Winds: 2.4 m/s SSE
Windgusts: 8.7 m/s
UV-Index: 0
Precip.: 0mm /35% / Rain
Sunrise: 5:42 AM
Sunset: 5:59 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom