ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିକିତ୍ସା ପାଇଁ ମୁମ୍ବାଇ ଯିବେ । ‘ଏକ୍ସ’ରେ ଟୁଇଟ୍ କରି ନବୀନ ପଟ୍ଟନାୟକ କହିଛନ୍ତି, ସର୍ଭିକାଲ ଆର୍ଥ୍ରାଇଟିସ୍ ସମସ୍ୟା ନେଇ ମୋର ଚିକିତ୍ସା କରିବାକୁ ମୁମ୍ବାଇ ଯିବି । ମୁମ୍ବାଇସ୍ଥିତ କୋକିଲାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଏହି ଚିକିତ୍ସା ହେବ। ମୋର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ଏହି ଚିକିତ୍ସା ହେବ। ଏଥି ପାଇଁ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ମାଗୁଛି। ଓଡ଼ିଆ ଭାଇଭଉଣୀଙ୍କର ଶୁଭକାମନା ଚାହୁଁଛି। ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ କହିଛନ୍ତି, ମୁଁ ଶୀଘ୍ର ସୁସ୍ଥ ହୋଇ ଫେରି ଆସିବି। ଓଡ଼ିଶାର ସମସ୍ତଙ୍କ ସେବା ଜାରି ରଖିବାକୁ ଅପେକ୍ଷା କରିଛି। ତେବେ ଏହି ଖବର ନବୀନଙ୍କ ଅନୁଗାମୀଙ୍କ ମଧ୍ୟରେ ଚର୍ଚ୍ଚାର ବିଷୟ ହୋଇଛି।