୭୦ ତମ ନ୍ୟାସନାଲ ଫିଲ୍ମ୍ ଆୱାର୍ଡ ଘୋଷଣା କରାଯାଇଛି । ପୁରସ୍କାର ପାଇବାକୁ ଥିବା ସିନେମା ତାଲିକାରେ ଓଡିଆ ସିନେମା ଦମନ ସ୍ଥାନ ପାଇଛି । ବେଷ୍ଟ ଓଡିଆ ଫିଚର ଫିଲ୍ମ ଭାବେ ଦମନ ସିନେମାକୁ ମନୋନୀତ କରାଯାଇଛି । ଏହି ସିନେମାରେ ମୁଖ୍ୟ ଅଭିନେତା ଭୂମିକାରେ ଅଭିନୟ କରିଥିବା ବାବୁସାନ ମହାନ୍ତି କହିଛନ୍ତି କି, ଓଡିଆ ସିନେମାର ଚିରାଚରିତ କାହାଣୀକୁ ଦମନ ବଦଳାଇ ଦେଇଛି । ଏହି ସିନେମା ପାଇଁ ଅନେକ କଷ୍ଟ କରିବାକୁ ପଡିଛି । ସିନେମା ରିଲିଜ ହେବା ପରେ ଓଡିଶାରେ ହଲ ମିଳିବା ମଧ୍ୟ କଷ୍ଟ ହୋଇପଡିଥିଲା । ଏହାସହ ଏହି ସିନେମା ହିନ୍ଦୀରେ ରିଲିଜ ହେବା ପରେ ଜାତୀୟ ସ୍ତରରେ ହଲ ପାଇବାକୁ ଅନେକ ପରିଶ୍ରମ କରିବାକୁ ପଡିଥିଲା । ଏହା ପୂର୍ବରୁ ମଧ୍ୟ ପ୍ରତୀକ୍ଷା ସିନେମାକୁ ଜାତୀୟ ସିନେ ପୁରସ୍କାର ମିଳିଥିଲା ।




/odishatv/media/media_files/2026/03/25/naa-2026-03-25-12-43-50.jpg?w=1280&resize=1280,730&ssl=1)




