ଆଜି ନୂଆପଡ଼ା ବିଧାନସଭା ଉପ ନିର୍ବାଚନରେ ଦିନ ୧ଟା ସୁଦ୍ଧା ୫୧.୨୬ ପ୍ରତିଶତ ମତଦାନ ହୋଇଥିବା ଜଣାଯାଇଛି।ପୂର୍ବରୁ ସକାଳ ୧୧ଟା ପର୍ଯ୍ୟନ୍ତ ୩୧.୨୫% ମତଦାନ ହୋଇଥିଲାl ସେଠାକାର ବଡ଼ ବଡ଼ ନେତାଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକମାନେ ଆସି ମତଦାନ କରୁଛନ୍ତି। ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଓ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ସମେତ ଅନ୍ୟ ପ୍ରାର୍ଥୀମାନେ ମଧ୍ୟ ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ତେବେ ଏହା ଭିତରେ ଏକ ବଡ଼ ଖବର ଆସିଛି ଯେ ପୁଣି ଜଣେ ପ୍ରିଜାଇଡିଂ ଅଫିସରଙ୍କୁ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ନିଲମ୍ବନ କରିଛନ୍ତି l ସେ ହେଲେ ସନ୍ଦୀପ ସ୍ବାଇଁ। ପୂର୍ବରୁ ମୁଖ୍ୟ ନିର୍ବାଚନ ଅଧିକାରୀ ଆରଏସ୍ ଗୋପାଳନ ସୂଚନା ଦେଇଥିଲେ ଯେ ୩୬ ନମ୍ବର ବୁଥରେ କାର୍ଯ୍ୟରତ ଧନଞ୍ଜୟ ମଲ୍ଲିକଙ୍କୁ ନିଲମ୍ବିତ କରାଯାଇଛି। ଭୋଟରଙ୍କୁ ସହାୟତା ନାଁରେ ନିଜେ ଭୋଟ ଦେଇଥିଲେ ପ୍ରିଜାଇଡିଂ ଅଫିସର। ସିସିଟିଭି ଫୁଟେଜ୍ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।



















