• Latest
  • Trending

ଭାରତର ଅଭିବୃଦ୍ଧି ଯାତ୍ରାରେ ଯୋଗଦାନ ରଖିବା ପାଇଁ ଆହ୍ୱାନ କଲେ କେନ୍ଦ୍ରମନ୍ତ୍ରୀ

Oct-21-2024 10:02 AM IST
ନବୀନ ନିବାସରେ କଟକ କର୍ପୋରେଟର, ଖୁବ ଶୀଘ୍ର ବଡ଼ ନିଷ୍ପତ୍ତି…

ନବୀନ ନିବାସରେ କଟକ କର୍ପୋରେଟର, ଖୁବ ଶୀଘ୍ର ବଡ଼ ନିଷ୍ପତ୍ତି…

Mar-30-2026 02:14 PM IST
odisha.newsroom.in

ଭାରତୀୟ ବଜାରରେ ଚୀନ CCTV ବ୍ୟାନ…କଣ ରହିଛି କାରଣ ?

Mar-30-2026 01:33 PM IST
odisha.newsroom.in

ବିଧାୟକ ଓ ତାଙ୍କ ସ୍ୱାମୀଙ୍କ ଦବଙ୍ଗଗିରି, ରାଜନୈତିକ ବୟାନବାଜି ଜୋର

Mar-30-2026 01:03 PM IST
odisha.newsroom.in

ବିଜୁ ବିରୋଧୀ ବୟାନକୁ ନବୀନଙ୍କ କଡ଼ା ନିନ୍ଦା, କହିଲେ ନିଶିକାନ୍ତଙ୍କ ମୁଣ୍ଡ କାମ କରୁନି, ମେଣ୍ଟାଲ ଡାକ୍ତର ଦେଖାନ୍ତୁ

Mar-30-2026 12:28 PM IST
odisha.newsroom.in

ଟ୍ରମ୍ପଙ୍କ ବିବାଦୀୟ ବୟାନ..ଇରାନର ଖାର୍ଗ ଦ୍ବୀପ ଦଖଲ କରିବୁ, ତେଲ ନବୁ

Mar-30-2026 12:06 PM IST
odisha.newsroom.in

ଆମେରିକାରେ ତୀବ୍ର ହେଉଛି NO KING ନାରା, କଣ କରିବେ ଟ୍ରମ୍ପ ?

Mar-30-2026 11:42 AM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-30-2026 10:41 AM IST
ନୂଆସମୀକରଣ ଚିନ୍ତାରେ ନବୀନ କାହା ସପକ୍ଷରେ କର୍ମୀ ?

ନୂଆସମୀକରଣ ଚିନ୍ତାରେ ନବୀନ କାହା ସପକ୍ଷରେ କର୍ମୀ ?

Mar-29-2026 10:55 PM IST
ପାକିସ୍ତାନରେ ଦୁଇଦିନ ଲକଡାଉନ!

ପାକିସ୍ତାନରେ ଦୁଇଦିନ ଲକଡାଉନ!

Mar-29-2026 10:52 PM IST
ଆମେ ରାଜତନ୍ତ୍ର ସହିବୁନୁ 

ଆମେ ରାଜତନ୍ତ୍ର ସହିବୁନୁ 

Mar-29-2026 10:50 PM IST
  • About
  • Careers
  • Contact Us
Monday, March 30, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଭାରତର ଅଭିବୃଦ୍ଧି ଯାତ୍ରାରେ ଯୋଗଦାନ ରଖିବା ପାଇଁ ଆହ୍ୱାନ କଲେ କେନ୍ଦ୍ରମନ୍ତ୍ରୀ

by M M
Oct-21-2024 10:02 AM IST
in ଦେଶ ବିଦେଶ
0
491
SHARES
1.4k
VIEWS
Share on FacebookShare on Twitter

ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ସହ ଶିକ୍ଷା କ୍ଷେତ୍ରରେ ସମ୍ପର୍କକୁ ମଜଭୂତ୍ କରିବା ପାଇଁ ୭ ଦିନିଆ ବିଦେଶ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗସ୍ତର ପ୍ରଥମ ଦିନରେ ସିଙ୍ଗାପୁରରେ ରହୁଥିବା ଭାରତୀୟ ସମୁଦାୟଙ୍କୁ ଭେଟି ସେମାନଙ୍କ ସହ ଆଲୋଚନା କରିଛନ୍ତି ।

ପ୍ରବାସୀ ଭାରତୀୟ ମାନଙ୍କ ଆତିଥେୟତାକୁ ପ୍ରଶଂସା କରି ଶ୍ରୀ ପ୍ରଧାନ କହିଛନ୍ତି ଯେ ବିଦେଶରେ ଭାରତୀୟଙ୍କ ଗହଣରେ ରହିବା ଏବଂ ସେମାନଙ୍କ ସହ ଭୋଜନରେ ସାମିଲ ହେବା ମୋ ପାଇଁ ଖୁସିର ବିଷୟ । ସିଙ୍ଗାପୁର- ଭାରତ ଭାଗିଦାରୀକୁ ଅଧିକ ମଜଭୂତ୍ କରିବାରେ ଆମର ପ୍ରବାସୀ ଭାରତୀୟମାନେ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ । ସେମାନେ ବାହାରେ ରହି ମଧ୍ୟ ଭାରତର ସଂସ୍କୃତିକୁ ପାଳନ କରୁଛନ୍ତି । ସିଙ୍ଗାପୁରର ପ୍ରଗତିରେ ତାଙ୍କର ଯୋଗଦାନ ଅନେକ ରହିଛି । ବର୍ତ୍ତମାନ ସମୟରେ ପୁଞ୍ଜିନିବେଶ ଏବଂ ସୁଯୋଗ ପାଇଁ ଭାରତ ହେଉଛି ବିଶ୍ୱର ସବୁଠୁ ଆକର୍ଷଣୀୟ ସ୍ଥାନ । ପ୍ରବାସୀମାନେ ଭାରତରେ ଥିବା ନିଜର ଆତ୍ମୀୟ ଏବଂ ସଂସ୍କୃତି ସହିତ ସବୁବେଳେ ଯୋଡ଼ି ହୋଇ ରହିବା ସହ ଭାରତର ଅଭିବୃଦ୍ଧି ଯାତ୍ରାରେ ଯୋଗଦାନ ରଖିବା ପାଇଁ ସେ ପରାମର୍ଶ ଦେଇଛନ୍ତି । ଭାରତ ଓ ସିଙ୍ଗାପୁରକୁ ଗର୍ବିତ କରିବା ଦିଗରେ କାର୍ଯ୍ୟ କରିବା ପାଇଁ ଆହ୍ୱାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

ସିଙ୍ଗାପୁରରେ ପ୍ରବାସୀଙ୍କ ସହ ଆଲୋଚନା କାଳରେ ଭାରତର ଯୁବକମାନଙ୍କୁ ଦକ୍ଷ କରିବାରେ ଜାତୀୟ ଶିକ୍ଷା ନୀତି – ୨୦୨୦ର ଭୂମିକା ଏବଂ ଭାରତରେ ଶିକ୍ଷାର ବ୍ୟାପକତା ଉପରେ ଆଲୋକପାତ କରିଥିଲେ ଶିକ୍ଷା ମନ୍ତ୍ରୀ । ଭାରତ ୫ ଟ୍ରିଲିୟନ ଆମେରିକୀୟ ଡଲାର ଅର୍ଥନୀତିର ଲକ୍ଷ୍ୟ ନେଇ କାମ କରିବା ତଥା ଏହା ଦ୍ୱାରା ହେବାକୁ ଥିବା ବିକାଶ ଉପରେ ଚର୍ଚ୍ଚା କରିଥିଲେ । ସେହିପରି ୨୦୭୦ ସୁଦ୍ଧା ନେଟ୍ ଜିରୋ ଆଡକୁ ଅଗ୍ରସର ହେବା ଏବଂ ବିଶ୍ୱ ସବୁଜ ଉର୍ଜା ମଡେଲକୁ ଆକାର ଦେବା ପାଇଁ ପ୍ରବାସୀଙ୍କ ସମ୍ଭାବନା ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ଭାରତର ଐତିହ୍ୟ ସହ ଜଡ଼ିତ ବିଷୟ ସହ ଯୋଡି ହୋଇ ଏ ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବା ପାଇଁ ଶ୍ରୀ ପ୍ରଧାନ ପ୍ରବାସୀଙ୍କୁ ଆହ୍ୱାନ ଦେଇଥିଲେ ।

ଏହି ସିଙ୍ଗାପୁର ଗସ୍ତ କାଳରେ ଶ୍ରୀ ପ୍ରଧାନ ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗ୍, ଉପପ୍ରଧାନମନ୍ତ୍ରୀ ଗାନ୍ କିମ୍ ୟୋଙ୍ଗ୍, ଶିକ୍ଷା ମନ୍ତ୍ରୀ ଚାନ୍ ଚୁନ୍ ସିଂ ଏବଂ ବୈଦେଶିକ ମନ୍ତ୍ରୀ ଭିଭିଆନ୍ ବାଲକ୍ରିଷ୍ଣନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।

Share196Tweet123
M M

M M

ଆଜିର ପାଗ

Bhubaneswar
March 30, 2026, 2:24 PM
 

S
Partly cloudy
34°C
4.6 m/s
Apparent: 38°C
Pressure: 1006 mb
Humidity: 57%
Winds: 4.6 m/s S
Windgusts: 10.8 m/s
UV-Index: 6.9
Precip.: 0mm /5% / Rain
Sunrise: 5:41 AM
Sunset: 6:00 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom