• Latest
  • Trending

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

Jan-14-2026 06:07 AM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

Mar-02-2026 07:52 PM IST
  • About
  • Careers
  • Contact Us
Wednesday, March 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

ବିକଶିତ ଓଡ଼ିଶାର ଚାବିକାଠି ମହିଳା ସଶକ୍ତିକରଣ: ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

by M M
Jan-14-2026 06:07 AM IST
in ବଡ଼ ଖବର
0
491
SHARES
1.4k
VIEWS
Share on FacebookShare on Twitter

• ବାଲ୍ୟ ବିବାହ ରୋକିବା ପାଇଁ ୧୦୦-ଦିନିଆ ସ୍ୱେଶାଲ୍ ଅଭିଯାନ
• ମୟୂରଭଞ୍ଜରେ କିଶୋରୀ ଗର୍ଭଧାରଣ ରୋକିବାକୁ ପାଇଲଟ୍ ପ୍ରକଳ୍ପ

ଭୁବନେଶ୍ୱର : ରାଜ୍ୟରେ ମହିଳା ଓ ଶିଶୁମାନଙ୍କ ବିକାଶକୁ ଆହୁରି ଗତିଶୀଳ କରିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏକାଧିକ ବହୁମୁଖୀ ଯୋଜନାର ଶୁଭାରମ୍ଭ କରାଯାଇଛି। ମଙ୍ଗଳବାର ଲୋକସେବା ଭବନସ୍ଥିତ କନଭେନସନ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଏହି ନୂତନ ଅଭିଯାନଗୁଡ଼ିକର ଶୁଭ ଉଦଘାଟନ କରିଛନ୍ତି। ମହିଳା ଓ ଶିଶୁମାନଙ୍କୁ ସୁରକ୍ଷିତ ଏବଂ ସମ୍ମାନଜନକ ପରିବେଶ ଯୋଗାଇବା ସରକାରଙ୍କ ପ୍ରାଥମିକତା ବୋଲି ସେ ଏହି ଅବସରରେ ପ୍ରକାଶ କରିଛନ୍ତି। ମହିଳା ଓ ଶିଶୁ ବିକାଶ ବିଭାଗ ଅଧୀନରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା, ଅଭିଯାନ, ପ୍ରକଳ୍ପର ଶୁଭ ଉଦଘାଟନ ହେବା ସହ ବୁଝାମଣା ପତ୍ର ସ୍ଵାକ୍ଷର କାର୍ଯ୍ୟକ୍ରମ ଲୋକସେବା ଭବନସ୍ଥିତ କନଭେନସନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଏହି ବୈଠକରେ ଅଧ୍ୟକ୍ଷତା କରି କହିଲେ ଯେ ମହିଳା ସଶକ୍ତିକରଣ ହେଉଛି ବିକଶିତ ଓଡ଼ିଶାର ଚାବିକାଠି, ଏବଂ ମହିଳା ଓ ଶିଶୁମାନଙ୍କୁ ସୁରକ୍ଷିତ, ସମାନ ଓ ସମ୍ମାନଜନକ ପରିବେଶ ଦେବା ରାଜ୍ୟ ସରକାରଙ୍କ ପ୍ରାଥମିକତା । ସେ ମାତୃଭାଷାରେ ଆଧାରିତ ପ୍ରାରମ୍ଭିକ ଶିକ୍ଷା, ବାଲ୍ୟ ବିବାହ ରୋକିବା, କିଶୋରୀ ସ୍ୱାସ୍ଥ୍ୟ ଓ ସାମାଜିକ ସୁରକ୍ଷା କ୍ଷେତ୍ରରେ ବିଭାଗମାନଙ୍କ ମଧ୍ୟରେ ସମନ୍ୱୟ, ସମୁଦାୟ ସଂପୃକ୍ତି ଓ ତଳସ୍ତରରେ କାର୍ଯ୍ୟାନ୍ୱୟନକୁ ସୁଦୃଢ଼ କରିବା ଉପରେ ଗୁରୁତ୍ଵ ଦେଇଥିଲେ ।
ଏହି ଅବସରରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା “ଆମେ ପଢ଼ିବା ଆମ ଭାଷାରେ” ନାମକ ପାଞ୍ଚବର୍ଷୀୟ ଯୋଜନାର ଶୁଭାରମ୍ଭ କରିଥିଲେ । ଏହି ଯୋଜନା ଅଧୀନରେ ଜାତୀୟ ଶିକ୍ଷା ନୀତି–୨୦୨୦ ସହ ସମନ୍ୱୟରେ ୩–୬ ବର୍ଷ ବୟସର ଶିଶୁମାନଙ୍କୁ ମାତୃଭାଷାରେ ପ୍ରାରମ୍ଭିକ ଶିକ୍ଷା ପ୍ରଦାନ କରାଯିବ । ପ୍ରଥମ ପର୍ଯ୍ୟାୟରେ କେନ୍ଦୁଝର, କନ୍ଧମାଳ, ଗଜପତି, ରାୟଗଡା, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ମୁଣ୍ଡା, କୁଇ, ସଉରା, କୁଭି, ଗୋଣ୍ଡି ଓ କୋୟା ଭାଷାରେ ଯୋଜନାଟି କାର୍ଯ୍ୟକାରୀ ହେବ । ଅଙ୍ଗନୱାଡ଼ି କର୍ମୀମାନଙ୍କୁ ଭାଷା-ନିର୍ଦ୍ଦିଷ୍ଟ ତାଲିମ, ଶିକ୍ଷା ସାମଗ୍ରୀ ଓ ଅଡିଓ- ଭିଜୁଆଲ ବିଷୟବସ୍ତୁ ପ୍ରଦାନ କରାଯିବ। “ସୁଭଦ୍ରା ଯୋଜନା” ପରି “ଆମେ ପଢିବା ଆମ ଭାଷାରେ” ଯୋଜନାକୁ ଘରେ ଘରେ ସୁପରିଚିତ କରିବାକୁ ଉଦ୍ୟମ କରିବାକୁ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଆହ୍ଵାନ କରିଥିଲେ । ଏହାସହ ଅଙ୍ଗନୱାଡ଼କୁ ଆକର୍ଷଣରେ ପରିଣତ କରାଯିବ ବୋଲି ସେ କହିଥିଲେ।
ଏହା ସହ ବାଲ୍ୟ ବିବାହ ରୋକିବା ଉଦ୍ଦେଶ୍ୟରେ ୧୦୦-ଦିନିଆ ରାଜ୍ୟସ୍ତରୀୟ ଅଭିଯାନ ଆରମ୍ଭ କରାଯାଇଛି । ଏହି ଅଭିଯାନରେ ସମୁଦାୟ, ଯୁବ ନେତୃତ୍ୱ, ଆଶା, ଅଙ୍ଗନୱାଡି କର୍ମୀ ଓ ସଂସ୍ଥାଗତ ମଞ୍ଚଗୁଡ଼ିକର ସକ୍ରିୟ ସଂପୃକ୍ତି ମାଧ୍ୟମରେ କନ୍ୟା ଶିକ୍ଷା, ସଚେତନତା ଓ ସୁରକ୍ଷାକୁ ମଜବୁତ କରାଯିବ ବୋଲି ସେ କହିଥିଲେ । ସାଇକେଲ ରାଲି, ଯୁବ ସମ୍ମିଳନୀ, ମାନବ ଶୃଙ୍ଖଳ, ସ୍କୁଲ୍-କଲେଜ ଭିତ୍ତିକ ପ୍ରାରମ୍ଭିକ ସତର୍କତା ବ୍ୟବସ୍ଥା ଓ ଡିଜିଟାଲ ସଚେତନତା ଭଳି ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଏହାକୁ ସଫଳ କରାଇବା ଉପରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଗୁରୁତ୍ଵ ଦେଇଥିଲେ ।
ଏହି ଅବସରରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ବରଗଡ଼ ଜିଲ୍ଲା ବରପାଲିଠାରେ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନ ର ନୂତନ ପ୍ରଶାସନିକ ଭବନକୁ ଉଦଘାଟନ କରାଯାଇଥିଲା। ଏହାସହ କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ ଆଇସିଡିଏସ କର୍ମଚାରୀଙ୍କ ପାଇଁ ଆବାସିକ କ୍ୱାର୍ଟର୍ସର ମଧ୍ୟ ଉଦଘାଟନ ହୋଇଛି। ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ଆଭାସୀ ମାଧ୍ୟମରେ ଯୋଗ ଦେଇ ସ୍ଥାନୀୟ ଭାଷାରେ ପ୍ରାଥମିକ ଶିକ୍ଷାର ମହତ୍ୱ ଏବଂ ଚରିତ୍ର ନିର୍ମାଣରେ ଏହାର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ, ବିଭାଗର ନିର୍ଦ୍ଦେଶିକା ଶ୍ରୀମତୀ ମୋନିଷା ବାନାର୍ଜୀ, ଅତିରିକ୍ତ ଶାସନ ସଚିବ ଏନ.ସି. ଜ୍ୟୋତିରଂଜନ ନାୟକ, ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ସୁମିତ୍ରା କୁମାରୀ ପଟ୍ଟନାୟକ, ଅତିରିକ୍ତ ଶାସନ ସଚିବ ଅନନ୍ତ ନାରାୟଣ ସିଂ ଲାଗୁରୀ, ସଦସ୍ୟ ସଚିବ ଓଏସଏଲଏସଏ ଅରବିନ୍ଦ ପଟ୍ଟନାୟକ, ସିଫଓ, ୟୁନିସେଫ, ପ୍ରଶାନ୍ତ ଦାଶ, ଏବଂ ବିଭାଗର ବରିଷ୍ଠ ଅଧିକାରୀମାନେ, ପିରାମଲ ଫାଉଣ୍ଡେସନ, ପ୍ରଥମ ଫାଉଣ୍ଡେସନ ଓ ଏସଏଲଏସଏ ର ପ୍ରତିନିଧିମାନଙ୍କ ସହ ଆଭାସୀ ମାଧ୍ୟମରେ ଓଡ଼ିଶାର ସମସ୍ତ ଜିଲ୍ଲାର ଜିଲ୍ଲାପାଳ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଓ ଅଙ୍ଗନୱାଡ଼ି କର୍ମୀମାନେ ଯୋଗ ଦେଇଥିଲେ। ମୟୂରଭଞ୍ଜ ଏଵଂ ମାଲକାନଗିରିର ଜିଲ୍ଲାପାଳ ନିଜ ଅଞ୍ଚଳର ତୃଣମୂଳ ସ୍ଥିତି ଏଵଂ ଏହି ଯୋଜନା ଦ୍ୱାରା ହେବାକୁ ଯାଉଥିବା ପରିବର୍ତ୍ତନ ସମ୍ବନ୍ଧରେ ଆଭାସୀ ମାଧ୍ୟମରେ ଅବଗତ କରାଇଥିଲେ।

Share196Tweet123
M M

M M

ଆଜିର ପାଗ

Bhubaneswar
March 4, 2026, 8:34 AM
 

W
Fog
25°C
0 m/s
Apparent: 29°C
Pressure: 1012 mb
Humidity: 94%
Winds: 0 m/s W
Windgusts: 8.2 m/s
UV-Index: 0
Precip.: 0mm /0% / Rain
Sunrise: 6:04 AM
Sunset: 5:52 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom