• Latest
  • Trending

୩୩୦ ଯୁବକଯୁବତୀଙ୍କୁ ସରକାରୀ ନିଯୁକ୍ତିପତ୍ର ବାଣ୍ଟିଲେ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ୍‌

Oct-29-2024 05:27 PM IST
odisha.newsroom.in

ସାଙ୍ଘାତିକ ଝଟକା…ଟ୍ରମ୍ପଙ୍କ ଯୁଦ୍ଧ ନୀତିକୁ ପାଗଳାମି କହିଲା ୟୁଏସ ସିନେଟ

Mar-27-2026 06:25 PM IST
odisha.newsroom.in

ଲିଭ୍-ଇନ୍ ରିଲେସନ ଉପରେ ହାଇକୋର୍ଟ ଦେଲେ ବଡ଼ ରାୟ, କହିଲେ…

Mar-27-2026 04:41 PM IST
odisha.newsroom.in

ଟ୍ରମ୍ପଙ୍କ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ଭୟଙ୍କର ସର୍ତ୍ତ

Mar-27-2026 03:57 PM IST
odisha.newsroom.in

ସାମ୍ନାକୁ ଆସିଲା ଖାମନେଇଙ୍କ ମୃତ୍ୟୁର କିଛି ସମୟ ପୂର୍ବର ଫଟୋ

Mar-27-2026 02:34 PM IST
odisha.newsroom.in

ଏମିତି କରନ୍ତୁ ଶୋଇବା ଘର ଡିଜାଇନ…ନିଶ୍ଚୟ ଆସିବ ସୁଖନିଦ୍ରା

Mar-27-2026 01:07 PM IST
odisha.newsroom.in

ମହଳାଙ୍କୁ ହୋଟେଲ ନେଇ କହିଲା, ମୁଁ ଶିବଙ୍କ ଅବତାର ଆଉ ତୁମେ ସାକ୍ଷାତ ପାର୍ବତୀ…ତାପରେ…

Mar-27-2026 12:37 PM IST
odisha.newsroom.in

ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା…ସତର୍କ ସୂଚନା ଜାରି

Mar-27-2026 12:09 PM IST
odisha.newsroom.in

ଆଜି ରାମନବମୀ…ସାରା ଜଗତ ରାମମୟ…ଶୁଭୁଛି ଜୟ ଶ୍ରୀରାମ ନାରା

Mar-27-2026 11:46 AM IST
odisha.newsroom.in

ପେଟ୍ରୋଲ ଓ ଡିଜେଲ ଉପରୁ ସରକାର କମାଇଲେ ଟ୍ୟାକ୍ସ, କମିବ ଦର ?

Mar-27-2026 11:22 AM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-27-2026 08:32 AM IST
  • About
  • Careers
  • Contact Us
Saturday, March 28, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

୩୩୦ ଯୁବକଯୁବତୀଙ୍କୁ ସରକାରୀ ନିଯୁକ୍ତିପତ୍ର ବାଣ୍ଟିଲେ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ୍‌

by M M
Oct-29-2024 05:27 PM IST
in ବଡ଼ ଖବର, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନଫରେନ୍ସିଂ ଜରିଆରେ ଦେଶବ୍ୟାପୀ ୪୦ଟି ସ୍ଥାନରେ ଆୟୋଜିତ ରୋଜଗାର ମେଳାରେ ୫୧ ହଜାରରୁ ଅଧିକ ନବନିଯୁକ୍ତ ଯୁବକଯୁବତୀଙ୍କୁ ନିଯୁକ୍ତିପତ୍ର ବିତରଣ କରିଛନ୍ତି । ଭୁବନେଶ୍ୱରସ୍ଥିତ ସିଏସଆଇଆର – ଖଣିଜ ଏବଂ ବସ୍ତୁ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଏମଏମଟି) ପରିସରରେ ଆୟୋଜିତ ରୋଜଗାର ମେଳାରେ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଯୋଗ ଦେଇ ପ୍ରାୟ ୩୩୦ ଯୁବକଯୁବତୀଙ୍କୁ ସରକାରୀ ଚାକିରିର ନିଯୁକ୍ତିପତ୍ର ବାଣ୍ଟିଥିଲେ। ଏହି ପ୍ରାର୍ଥୀମାନଙ୍କ ମଧ୍ୟରୁ ଆୟକର ବିଭାଗ, ଆଇଆଇଟି ଭୁବନେଶ୍ବର, ସିଆରପିଏଫରେ ଜଣେ ଲେଖାଏଁ, ସିଆଇଏସଏଫରୁ ତିନି ଜଣ, ପୂର୍ବତଟ ରେଳବାଇରେ ୧୩ ଜଣ, ଭାରତୀୟ ଷ୍ଟେଟବ୍ୟାଙ୍କରେ ୨୪ ଜଣ, ଏମ୍ସ ଭୁବନେଶ୍ୱରରୁ ୭୦ ଜଣ, ଡାକ ବିଭାଗରେ ୨୧୭ ଜଣଙ୍କୁ ନିଯୁକ୍ତି ମିଳିଛି। ବିଭିନ୍ନ ସରକାରୀ ବିଭାଗରେ ଖାଲି ପଡ଼ିଥିବା ପଦପଦବୀ ପୂରଣ ଏବଂ ଯୁବବର୍ଗଙ୍କୁ ରୋଜଗାର ଦେବା ଲକ୍ଷ୍ୟ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କ ନିର୍ଦ୍ଦେଶକ୍ରମେ ଦେଶବ୍ୟାପୀ କ୍ରମାଗତ ଭାବେ ରୋଜଗାର ମେଳା ଆୟୋଜନ କରାଯାଇ ଆସୁଛି ।

ସିଏସଆଇଆର-ଆଇଏମଏମଟି ପରିସରରେ ଆୟୋଜିତ ଆଜିର ରୋଜଗାର ମେଳାକୁ ସମ୍ବୋଧିତ କରି କେନ୍ଦ୍ର ମନ୍ତ୍ରୀ ଶ୍ରୀ ଓରାମ୍‌ କହିଛନ୍ତି, ବର୍ତ୍ତମାନର ସରକାର ସାର୍ବଜନୀନ ରୋଜଗାର ମେଳା ଆୟୋଜନ କରି ଯୁବବର୍ଗଙ୍କୁ ବ୍ୟାପକ ସଂଖ୍ୟାରେ ସରକାରୀ ଚାକିରି ଦେଉଛନ୍ତି। ଦେଶର ଯୁବପିଢ଼ିଙ୍କୁ ନିଯୁକ୍ତି ପ୍ରଦାନ କରିବା ଲାଗି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଏହି ଅଭିନବ ପଦକ୍ଷେପକୁ ସେ ଉଚ୍ଚ ପ୍ରଶଂସା କରିଥିଲେ। ସେ କହିଥିଲେ, ଏଭଳି କାର୍ଯ୍ୟକ୍ରମ ଦେଶର ଲକ୍ଷ ଲକ୍ଷ ଯୁବପିଢ଼ିଙ୍କୁ ଚାକିରି ସୁଯୋଗ ଦେବା ସହ ସେମାନଙ୍କୁ ରୋଜଗାରକ୍ଷମ ହେବା ଲାଗି ଅନୁପ୍ରାଣିତ କରିବ। ସରକାର କେବଳ ଚାକିରି ସୃଷ୍ଟି କରୁନାହାନ୍ତି, ବରଂ ଯୁବବର୍ଗଙ୍କୁ ନିଯୁକ୍ତିଦାତା ହେବା ପାଇଁ ପ୍ରୋତ୍ସାହନ ମଧ୍ୟ ଦେଉଛନ୍ତି ବୋଲି ଶ୍ରୀ ଓରାମ୍‌ କହିଥିଲେ ।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଯୋଗ ଦେଇଥିଲେ। ସରକାରୀ ଚାକିରି ପାଇଥିବା ପ୍ରାର୍ଥୀମାନେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ କେନ୍ଦ୍ର ସରକାରଙ୍କୁ କୃତଜ୍ଞତା ଜଣାଇଥିଲେ।

Share196Tweet123
M M

M M

ଆଜିର ପାଗ

Bhubaneswar
March 28, 2026, 10:25 AM
 

SE
Partly cloudy
30°C
2.3 m/s
Apparent: 36°C
Pressure: 1008 mb
Humidity: 62%
Winds: 2.3 m/s SE
Windgusts: 10.2 m/s
UV-Index: 7.3
Precip.: 0mm /48% / Rain
Sunrise: 5:43 AM
Sunset: 5:59 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom