ଆସନ୍ତା ୭ ତାରିଖ (ସୋମବାର) ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ହେବ । ଗତମାସ ୩୦  ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ସେମାନଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ।  ଶୁଣାଣି କେବଳ ସେମାନଙ୍କ ପାଇଁ ଉଦ୍ଦିଷ୍ଟ।

ଆବେଦନକାରୀ ସେମାନଙ୍କ ପ୍ରାପ୍ତି ସ୍ୱୀକାର ପତ୍ର, ବ୍ୟକ୍ତିଗତ ପରିଚୟ ପତ୍ର ତଥା ଆବେଦନ ପତ୍ର ସହ ନିର୍ଦ୍ଧାରିତ  ୟୁନିଟ୍-୨, ଅଶୋକନଗର, ଭୁବନେଶ୍ୱରସ୍ଥିତ ସରକାରୀ ପ୍ରାଥମିକ  ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ) ଠାରେ ଜନ ଶୁଣାଣି ପାଇଁ ଉପସ୍ଥିତ ରହିବେ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।