• Latest
  • Trending
ନବୀନଙ୍କ ଜନ୍ମଦିନ: ଫୋନ କରି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନବୀନଙ୍କ ଜନ୍ମଦିନ: ଫୋନ କରି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Oct-16-2025 02:10 PM IST
odisha.newsroom.in

କାମ କଲାନି ଇଂଜିନ, ଦିଲ୍ଲୀ ଏୟାରପୋର୍ଟରେ ଇଣ୍ଡିଗୋର ଜରୁରୀ ଅବତରଣ

Mar-28-2026 12:34 PM IST
odisha.newsroom.in

ସମଦୂରତା ଫର୍ମୁଲାକୁ ବାଏ..ବାଏ, କମୁଛି କଂଗ୍ରେସ-ବିଜେଡି ଦୂରତା

Mar-28-2026 12:13 PM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-28-2026 12:06 PM IST
odisha.newsroom.in

ଗ୍ୟାସ ମିଳୁନି, ଗାଁକୁ ଫେରୁଥିବା ଶହ ଶହ ଓଡ଼ିଆ ଶ୍ରମିକ କରିବେ କଣ ?

Mar-28-2026 11:34 AM IST
odisha.newsroom.in

ଯୁଦ୍ଧର ଭୟ ଭିତରେ ଭାରତକୁ କାହିଁକି ଧନ୍ୟବାଦ ଜଣାଇଲା ଇରାନ ?

Mar-28-2026 11:07 AM IST
odisha.newsroom.in

ସାଙ୍ଘାତିକ ଝଟକା…ଟ୍ରମ୍ପଙ୍କ ଯୁଦ୍ଧ ନୀତିକୁ ପାଗଳାମି କହିଲା ୟୁଏସ ସିନେଟ

Mar-27-2026 06:25 PM IST
odisha.newsroom.in

ଲିଭ୍-ଇନ୍ ରିଲେସନ ଉପରେ ହାଇକୋର୍ଟ ଦେଲେ ବଡ଼ ରାୟ, କହିଲେ…

Mar-27-2026 04:41 PM IST
odisha.newsroom.in

ଟ୍ରମ୍ପଙ୍କ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ଭୟଙ୍କର ସର୍ତ୍ତ

Mar-27-2026 03:57 PM IST
odisha.newsroom.in

ସାମ୍ନାକୁ ଆସିଲା ଖାମନେଇଙ୍କ ମୃତ୍ୟୁର କିଛି ସମୟ ପୂର୍ବର ଫଟୋ

Mar-27-2026 02:34 PM IST
odisha.newsroom.in

ଏମିତି କରନ୍ତୁ ଶୋଇବା ଘର ଡିଜାଇନ…ନିଶ୍ଚୟ ଆସିବ ସୁଖନିଦ୍ରା

Mar-27-2026 01:07 PM IST
  • About
  • Careers
  • Contact Us
Saturday, March 28, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ନବୀନଙ୍କ ଜନ୍ମଦିନ: ଫୋନ କରି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବିଜେଡିର ପଦଯାତ୍ରାରେ ସାମିଲ ହେଲେ ନବୀନ ପଟ୍ଟନାୟକ

by M M
Oct-16-2025 02:10 PM IST
in ରାଜ୍ୟ
0
ନବୀନଙ୍କ ଜନ୍ମଦିନ: ଫୋନ କରି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
491
SHARES
1.4k
VIEWS
Share on FacebookShare on Twitter

ଆଜି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ୭୯ ବର୍ଷରେ ପଦାର୍ପଣ କରିଛନ୍ତି। ଆଜି ନବୀନଙ୍କ ଜନ୍ମଦିନ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନରେ କଥା ହୋଇ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆ ଏକ୍ସରେ ନବୀନଙ୍କୁ ଶୁଭେଚ୍ଛା ମଧ୍ୟ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି: “ମୁଁ ପ୍ରାର୍ଥନା କରୁଛି ଯେ ପ୍ରଭୁ ଜଗନ୍ନାଥ ଆପଣଙ୍କୁ ଦୀର୍ଘ ଏବଂ ସୁସ୍ଥ ଜୀବନ ପ୍ରଦାନ କରନ୍ତୁ।”


ଏହା ସହ ଓଡ଼ିଶାର ରାଜ୍ୟପାଳ ହରି ବାବୁ କାମ୍ଭମପତି ମଧ୍ୟ ଏକ୍ସରେ  ଜନ୍ମଦିନର ଶୁଭେଚ୍ଛା ବାର୍ତ୍ତା ପୋଷ୍ଟ କରିଛନ୍ତି। ସେ ଲେଖିଛନ୍ତି- ନବୀନଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ମହାପ୍ରଭୂ ଜଗନ୍ନାଥ ତାଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ଖୁସି ଏବଂ ଦୀର୍ଘ ଜୀବନ ପ୍ରଦାନ କରନ୍ତୁ। ସେହିଭଳି ଉପମୁଖ୍ୟମନ୍ତ୍ରୀ କେଭି ସିଂହ ଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ ନବୀନ ପଟ୍ଟନାୟକଙ୍କୁ  ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଅନ୍ତର୍ଜାତୀୟ ସ୍ତରରେ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ପୁରୀ ବେଳାଭୂମିରେ ଏକ ବାଲୁକା କଳା ନିର୍ମାଣ କରିଛନ୍ତି।

ଜନ୍ମଦିନ ଅବସରରରେ ନବୀନ ପଟ୍ଟନାୟକ ଏକାମ୍ର ନିର୍ବାଚନ ମଣ୍ଡଳୀର ଗଙ୍ଗନଗର ବିଜୁ ଆଦର୍ଶ କଲୋନୀରେ ଆୟୋଜିତ ଜନସମ୍ପର୍କ ପଦଯାତ୍ରାରେ ସାମିଲ ହୋଇଥିଲେ ।  କିଛି ବାଟ ଚାଲିବା ସହିତ ଜନତା ଓ କର୍ମୀଙ୍କୁ ଜନ୍ମ ଦିନର ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଥିଲେ  । ନବୀନ କହିଥିଲେ ଯେ ବିଜୁ ଜନତା ଦଳ ଓଡିଶା ବାସୀ ଙ୍କ ସହିତ ସବୁବେଳେ ରହିଛି ଓ ରହିଥିବ  ।  ସେବା ବିଜୁ ଜନତା ଦଳ ର ମନ୍ତ୍ର ।  ତେଣୁ ଲୋକଙ୍କ ସେବା ଜାରି ରଖିବା ପାଇଁ କର୍ମୀମାନଙ୍କୁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେଇଥିଲେ ।
ଏହି ଅବସରରେ ଶ୍ରୀ ପଟ୍ଟନାୟକ ପିଲାମାନଙ୍କୁ ଚକୋଲେଟ ବାଣ୍ଟି ଥିଲେ  । ଚଳିତ ବର୍ଷ ବିଜେଡି ର ଜନ ସମ୍ପର୍କ ପଦଯାତ୍ରା ଅକଟୋବର ୯ ରୁ ଆରମ୍ଭ ହୋଇଛି. ଓ ଏହା ନଭେମ୍ବର ୯ ପର୍ଯ୍ୟନ୍ତ ଚାଲିବ । ଆଜିର ପଦଯାତ୍ରାରେ ନବୀନ ପଟ୍ଟନାୟକଙ୍କ ସହ  ବିଜେଡି ର ବରିଷ୍ଠ ଉପସଭାପତି  ଦେବୀପ୍ରସାଦ ମିଶ୍ର,ସାଂସଦ ଦେବାଶିଷ ସାମନ୍ତରାୟ, ସାଂସଦ ସୁଲତା ଦେଓ, ବିଧାୟକ., ପ୍ରମିଳା ମଲ୍ଲିକ, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ, ବିଧାୟକ  ବିଭୁତି ବଳବନ୍ତରାୟ ,ଭୁବନେଶ୍ୱର ର ମେୟର ସୁଲୋଚନା ଦାସ, ଡେପୁଟି ମେୟର ମଞ୍ଜୁଲତା କଅଁର, ବିଜେଡି ର ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ବିଜେଡି ର କର୍ପୋରେଟର ମାନେ ଯୋଗ ଦେଇଥିଲେ ।

 

Share196Tweet123
M M

M M

ଆଜିର ପାଗ

Bhubaneswar
March 28, 2026, 2:20 PM
 

S
Partly cloudy
35°C
3.5 m/s
Apparent: 31°C
Pressure: 1007 mb
Humidity: 87%
Winds: 3.5 m/s S
Windgusts: 10.2 m/s
UV-Index: 0
Precip.: 0mm /48% / Rain
Sunrise: 5:43 AM
Sunset: 5:59 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom