• Latest
  • Trending
ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟ ଅନ୍ତଃସାର ଶୂନ୍ୟ: ବିଜେଡି

ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟ ଅନ୍ତଃସାର ଶୂନ୍ୟ: ବିଜେଡି

Oct-16-2025 05:19 PM IST
odisha.newsroom.in

କାମ କଲାନି ଇଂଜିନ, ଦିଲ୍ଲୀ ଏୟାରପୋର୍ଟରେ ଇଣ୍ଡିଗୋର ଜରୁରୀ ଅବତରଣ

Mar-28-2026 12:34 PM IST
odisha.newsroom.in

ସମଦୂରତା ଫର୍ମୁଲାକୁ ବାଏ..ବାଏ, କମୁଛି କଂଗ୍ରେସ-ବିଜେଡି ଦୂରତା

Mar-28-2026 12:13 PM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-28-2026 12:06 PM IST
odisha.newsroom.in

ଗ୍ୟାସ ମିଳୁନି, ଗାଁକୁ ଫେରୁଥିବା ଶହ ଶହ ଓଡ଼ିଆ ଶ୍ରମିକ କରିବେ କଣ ?

Mar-28-2026 11:34 AM IST
odisha.newsroom.in

ଯୁଦ୍ଧର ଭୟ ଭିତରେ ଭାରତକୁ କାହିଁକି ଧନ୍ୟବାଦ ଜଣାଇଲା ଇରାନ ?

Mar-28-2026 11:07 AM IST
odisha.newsroom.in

ସାଙ୍ଘାତିକ ଝଟକା…ଟ୍ରମ୍ପଙ୍କ ଯୁଦ୍ଧ ନୀତିକୁ ପାଗଳାମି କହିଲା ୟୁଏସ ସିନେଟ

Mar-27-2026 06:25 PM IST
odisha.newsroom.in

ଲିଭ୍-ଇନ୍ ରିଲେସନ ଉପରେ ହାଇକୋର୍ଟ ଦେଲେ ବଡ଼ ରାୟ, କହିଲେ…

Mar-27-2026 04:41 PM IST
odisha.newsroom.in

ଟ୍ରମ୍ପଙ୍କ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ଭୟଙ୍କର ସର୍ତ୍ତ

Mar-27-2026 03:57 PM IST
odisha.newsroom.in

ସାମ୍ନାକୁ ଆସିଲା ଖାମନେଇଙ୍କ ମୃତ୍ୟୁର କିଛି ସମୟ ପୂର୍ବର ଫଟୋ

Mar-27-2026 02:34 PM IST
odisha.newsroom.in

ଏମିତି କରନ୍ତୁ ଶୋଇବା ଘର ଡିଜାଇନ…ନିଶ୍ଚୟ ଆସିବ ସୁଖନିଦ୍ରା

Mar-27-2026 01:07 PM IST
  • About
  • Careers
  • Contact Us
Saturday, March 28, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜନୀତି

ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟ ଅନ୍ତଃସାର ଶୂନ୍ୟ: ବିଜେଡି

ଗତ ୧୬ ମାସରେ ଡବଲ ଇଞ୍ଜିନ ସରକାର ଫେଲ ମାରିଛି

by M M
Oct-16-2025 05:19 PM IST
in ରାଜନୀତି, ରାଜ୍ୟ
0
ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟ ଅନ୍ତଃସାର ଶୂନ୍ୟ: ବିଜେଡି
491
SHARES
1.4k
VIEWS
Share on FacebookShare on Twitter

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନୂଆପଡାରେ ଦେଇଥିବା ବକ୍ତବ୍ୟକୁ ନେଇ ବର୍ଷିଛି ବିଜେଡି । ଏନେଇ ବିଜୁ ଜନତା ଦଳ କଡା ପ୍ରତିକ୍ରିୟା ଦେଇଛି । ନୂଆପଡା ଡବଲ ଇଞ୍ଜିନର ବିକାଶ ଦେଖିବ ବୋଲି ମୁଖ୍ୟମନ୍ତ୍ରୀ ଦେଇଥିବା ମନ୍ତବ୍ୟ ଉପରେ ପ୍ରତିକ୍ରିୟା ଦେଇ, ଦୀର୍ଘ ୧୬ ମାସରେ ରାଜ୍ୟ ବିକାଶ ପରିବର୍ତ୍ତେ ବିନାଶ ଦେଖିବାକୁ ମିଳୁଛି ବୋଲି ବିଜେଡି କହିଛି ।

ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ. ଲେନିନ ମହାନ୍ତି କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ହତାଶ ଭାବ ତାଙ୍କ ଭାଷଣରେ ପରିଲକ୍ଷିତ ହେଉଥିଲା । ଚିରାଚରିତ ଢଙ୍ଗରେ, ମୁଖ୍ୟମନ୍ତ୍ରୀ କେବଳ ଗୁଡିଏ ଗପ ଶୁଣାଇଛନ୍ତି, ଯାହାକୁ କେବେ ବି ନୂଆପଡାବାସୀ ଗ୍ରହଣ କରିବେ ନାହିଁ । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ, ବିଜେପି ପ୍ରାର୍ଥୀ ଆଜି ମନୋନୟନ ପତ୍ର ଦାଖଲ କରିବେ ବୋଲି କୁହାଯାଇଥିଲା । କିନ୍ତୁ, ତାହା ହୋଇ ପାରିଲା ନାହିଁ । ବିଜେପିରେ ପ୍ରାର୍ଥୀଙ୍କୁ ନେଇ ସୃଷ୍ଟି ହୋଇଥିବା ଅନ୍ତଦ୍ୱନ୍ଦ୍ୱ ଏବେବି ସମାଧାନ ହୋଇ ପାରିନାହିଁ ବୋଲି ଜଳ ଜଳ ଦିଶୁଛି । ସମ୍ଭବତଃ ସେହି କାରଣରୁ, ମୁଖ୍ୟମନ୍ତ୍ରୀଙ୍କ ହତାଶଭାବ ସୃଷ୍ଟି ହୋଇଛି । ମୁଖ୍ୟମନ୍ତ୍ରୀ ଆଜି ଦେଇଥିବା ବକ୍ତବ୍ୟ ଅନ୍ତଃସାର ଶୂନ୍ୟ ଥିଲା । କେବଳ ବିଜେପିର ବିଜୟ ନିଶ୍ଚିତ ବୋଲି ଦାବି କରିବା ଛଡା ତାଙ୍କ ବକ୍ତବ୍ୟରେ ଆଉ କିଛି ନଥିଲା ।

ଡ. ମହାନ୍ତି କହିଛନ୍ତି, ପ୍ରବାଦ ପୁରୁଷ ବିଜୁ ବାବୁ ମୁଖ୍ୟମନ୍ତ୍ରୀ ଥିବା ସମୟରେ ନୂଆପଡା ଜିଲ୍ଲା ଜନ୍ମ ନେଇଥିଲା ।  ନବୀନ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ, ନୂଆପଡାର ବିକାଶ ତ୍ୱରାନ୍ୱିତ ହୋଇଥିଲା । ପୂର୍ବରୁ ନୂଆପଡା ଜିଲ୍ଲା ଏକ ମରୁଡି ପ୍ରପୀଡ଼ିତ ଜିଲ୍ଲା ଭାବେ ପରିଚିତ ଥିଲା ବେଳେ,  ନବୀନ ପଟ୍ଟନାୟକଙ୍କ ସମୟରେ ଅପର-ଜଙ୍କ ଏବଂ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବା ପରେ ନୂଆପଡା ସବୁଜିମାର ରୂପ ନେଇଥିଲା । ସେହିପରି, ଗମନାଗମନ କ୍ଷେତ୍ରରେ, ବିଜୁ ଏକ୍ସପ୍ରେସ ୱେ ନିର୍ମାଣ ହେବା ପରେ ଐତିହାସିକ ପ୍ରଗତି ହାସଲ ହୋଇଛି । ଜିଲ୍ଲାର ସମସ୍ତ ସ୍କୁଲ ଓ ହସ୍ପିଟାଲର ରୂପାନ୍ତିକରଣ ହୋଇ ଶିକ୍ଷା ସ୍ୱାସ୍ଥ୍ୟ କ୍ଷେତ୍ରରେ ବିକାଶ ହୋଇଛି ।  ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ନୂଆପଡାରେ ‘ଝିଅ ପାଇଁ ଗଛ ଟିଏ’ କାର୍ଯ୍ୟକ୍ରମ ହାତକୁ ନେଇ ମହିଳା ସଶକ୍ତିକରଣକୁ ସେ ଅଞ୍ଚଳରେ ଦୃଢ କରିଥିଲେ । ଏହା ଦ୍ୱାରା ସେଠାରେ ମହିଳା ଓ ପୁରୁଷଙ୍କ ମଧ୍ୟରେ ଥିବା ଅନୁପାତ ୧୦୨୦କୁ ବୃଦ୍ଧି ପାଇଥିଲା । ନୂଆପଡାବାସୀ ବିଜୁ ଜନତା ଦଳ ସହିତ ଅଛନ୍ତି । ଉପନିର୍ବାଚନରେ, ନୂଆପଡାବାସୀ ବିଜେଡି ସପକ୍ଷରେ ମତଦାନ କରିବେ ବୋଲି ଡ. ମହାନ୍ତି କହିଛନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
March 28, 2026, 12:45 PM
 

S
Mainly clear
35°C
3.2 m/s
Apparent: 31°C
Pressure: 1007 mb
Humidity: 87%
Winds: 3.2 m/s S
Windgusts: 10.2 m/s
UV-Index: 0
Precip.: 0mm /48% / Rain
Sunrise: 5:43 AM
Sunset: 5:59 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom