୨୧ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ପବନର ବେଗ ବଢ଼ିପାରେ । ଏହା ପଶ୍ଚିମ- ଉତ୍ତରପଶ୍ଚିମ ଦିଗକୁ ଗତିକରି ଘନୀଭୂତ ହୋଇ ଅବପାତ ସମ୍ଭାବନା ରହିଛି। କିନ୍ତୁ ଓଡ଼ିଶା ପ୍ରତି ବାତ୍ୟା ଭୟ ଏବେ କହିହେବ ନାହିଁ ବୋଲି କହିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।
ଏହା ତାମିଲନାଡୁ, ପୁଡୁଚେରୀ ଓ ଆନ୍ଧ୍ରପ୍ରଦେଶରେ ଗତି କରିବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପିଛା ୩୦ରୁ ୫୫କିମି ଯାଏଁ ବହିପାରେ। କିନ୍ତୁ ଭାରତୀୟ ପାଣିପାଗ ବିଭାଗ ବାତ୍ୟା ନେଇ କୌଣସି ସତର୍କ ସୂଚନା ଜାରି କରି ନାହିଁ। ଓଡ଼ିଶା ନେଇ ସତର୍କ ସୂଚନା ଜାରି କରାଯାଇ ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେ ଆହୁରି କହିଛନ୍ତି ଯେ ଦକ୍ଷିଣ ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ପରବର୍ତ୍ତୀ ୪୮ ଘଣ୍ଟାରେ ଅବପାତର ରୂପ ନେବ। ୨୨ ତାରିଖ ପର୍ଯ୍ୟନ୍ତ କିଛି ଉପକୂଳ ଜିଲ୍ଲାକୁ ଛାଡ଼ି ଆଭ୍ଯନ୍ତରୀଣ, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଆଜି ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏହା ସହ ଏକ ବାତ୍ୟା ଆସୁଛି । ତେବେ ବାତ୍ୟାର ପ୍ରଭାବ କଣ ହେବ ତାହା ପରେ ଜଣାପଡ଼ିବ । କିନ୍ତୁ କିଛି ଗଣମାଧ୍ୟମରେ କୁହାଯାଉଛି ଯେ ଏହା ଭୟଙ୍କର ବାତ୍ୟା ହୋଇପାରେ ।
ଆସନ୍ତା ୨୨ରୁ ୨୪ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷା ପରିମାଣ ବଢିବ। ୨୬ ତାରିଖ ଯାଏଁ ରହିବ ବର୍ଷାର ପ୍ରଭାବ। ୨୪ ଓ ୨୫ ତାରିଖରେ ଲଘୁଚାପରେ ରହିବ ଅଧିକ ପ୍ରଭାବ। ଲଘୁଚାପଟି ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାକୁ ଥିବାରୁ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।