• Latest
  • Trending
ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା

ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା

Oct-22-2025 01:45 PM IST
ଜାଣନ୍ତୁ କିପରି କଟିବ ଆଜିର ଦିନ

ଜାଣନ୍ତୁ କିପରି କଟିବ ଆଜିର ଦିନ

Feb-03-2026 09:46 AM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
  • About
  • Careers
  • Contact Us
Tuesday, February 3, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା

by M M
Oct-22-2025 01:45 PM IST
in ବଡ଼ ଖବର
0
ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା
495
SHARES
1.4k
VIEWS
Share on FacebookShare on Twitter

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁର ଏସ୍‌ପି ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ ହତ୍ୟା ପାଇଁ ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା ଏବଂ ସାର୍ପ ସୁଟରକୁ ୧୦ ଲକ୍ଷ ଟଙ୍କା ଅଗ୍ରୀମ ଦିଆଯାଇଥିଲା। ଏହି ମାମଲାରେ ପୂର୍ବତନ ବିଧାୟକ ତଥା ଗଞ୍ଜାମ ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଛି। ତାଙ୍କ ସମେତ ମୋଟ ୮ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଅନ୍ୟମାନେ ହେଲେ ପୂର୍ବତନ ମେୟର ଶିବ ଶଙ୍କର ଦାସ (ପିଣ୍ଟୁ), ବିଜେଡି କର୍ପୋରେଟର ମଳୟ ବିଷୋୟୀ, ବିକ୍ରମଙ୍କ ସହଯୋଗୀ ମଦନ ଦଳେଇ, ୨ ସାର୍ପ ସୁଟର ଚିଣ୍ଟୁ ପ୍ରଧାନ ଓ ଜଗି ରାଉତ ,ଅନ୍ୟ ଜଣେ ସାର୍ପ ସୁଟର କୁରୁପତି ଭୂୟାଁ ହିଁ ଗୁଳି ଚଳାଇଥିଲା ବୋଲି ଏସପି ସୂଚନା ଦେଇଛନ୍ତି।

ଏସ୍‌ପିଙ୍କ ସୂଚନା ଅନୁଯାୟୀ, ବିକ୍ରମ ପଣ୍ଡା ଓ ପିଣ୍ଟୁ ଦାସ ଏହି ସମ୍ପୂର୍ଣ୍ଣ ଷଡ଼ଯନ୍ତ୍ରର ମାଷ୍ଟରମାଇଣ୍ଡ ଥିଲେ। ମଳୟ ବିଷୋୟୀ ଓ ମଦନ ଦଳେଇଙ୍କ ମାଧ୍ୟମରେ ବିକ୍ରମ ପଣ୍ଡା ସାର୍ପ ସୁଟରଙ୍କ ସହ ଯୋଗାଯୋଗ କରିଥିଲେ। ସାର୍ପ ସୁଟରମାନଙ୍କ ମଧ୍ୟରୁ ଚିଣ୍ଟୁ ପ୍ରଧାନ ଗାଡ଼ି ଚଳାଇଥିଲେ ଏବଂ କୁରୁପତି ଭୂୟାଁ ଗୁଳି ଚଳାଇଥିଲେ।

କାଲି ରାତିରୁ ପୋଲିସ ବିକ୍ରମ ପଣ୍ଡାଙ୍କୁ ଅଟକ ରଖି ଜେରା କରିବା ପରେ ଆଜି ତାଙ୍କୁ ଆନୁଷ୍ଠାନିକ ଭାବେ ଗିରଫ କରିଛି। ଅକ୍ଟୋବର ୬ ତାରିଖ ଦିନ  କୁମାର ପୂର୍ଣ୍ଣିମା ରାତିରେ ଆଇନଜୀବୀ ପୀତବାସ ପଣ୍ଡା ଏସ୍ଏନଟି ରୋଡ଼ରେ ଥିବା ତାଙ୍କ ବ୍ୟକ୍ତିଗତ ଚାମ୍ବରରୁ ଫେରି ନୂଆ ବସଷ୍ଟାଣ୍ଡରେ ଥିବା ଏକ ହୋଟେଲକୁ ଯାଇଥିଲେ । ସେଠାରୁ ଖାଦ୍ୟ ପାର୍ସଲ ନେଇ ଘରକୁ ଫେରୁଥିଲେ । ବୈକୁଣ୍ଠନଗର ବୁଲାଣିରେ ଯାଉଥିବା ବେଳେ ହଠାତ୍‌  ଦୁର୍ବୃତ୍ତ ଆସି ଗୁଳି କରିଥିଲେ । ଯେଉଁଥିରେ ସ୍ପଟରେ ହିଁ ଟଳିପଡିଥିଲେ ପୀତବାସ । ଏହି ହତ୍ୟା ପରେ ପୁରା ବ୍ରହ୍ମପୁରରେ ଖେଳିଗଲା ଆତଙ୍କର ମାହୋଲ । କିଏ ଓ କାହିଁକି ପୀତବାସଙ୍କୁ ଗୁଳି କରି ହତ୍ୟା କରିଲା ? ତାକୁ ନେଇ ଆରମ୍ଭ ହେଲା ଛାନ୍‌ଭିନ୍‌ । ପୋଲିସ ସ୍ୱତନ୍ତ୍ର ଟିମ୍‌ ଗଠନ କରିଲା । ଖୋଦ୍‌ ଏସପି ଏହି ଟିମ୍‌ର ନେତୃତ୍ୱ ନେଉଥିଲେ । ସମସ୍ତ ସମ୍ବେଦନଶୀଳ ସ୍ଥାନ ଓ ରାଡାରରେ ଥିବା କିଛି ଅଭିଯୁକ୍ତଙ୍କୁ ଅଟକ ରଖି ଜେରା କରିଲା । ଏହିପରି ଭାବେ ଗୋଟିଏ ପରେ ଗୋଟିଏ ଅଡୁଆ ସୂତା ଖିଅ ବାହାର କରିବାରେ ଲାଗିଥିଲା ପୋଲିସ । ଶେଷରେ ମଙ୍ଗଳବାର ଦକ୍ଷିଣାଞ୍ଚଳ ଆଇଜି ନୀତିଶେଖର ଦେଲେ ବଡ଼ ବୟାନ । ଦୁଇ ଦିନ ମଧ୍ୟରେ ପୁରା ଘଟଣାର ଖୁଲାସା ହୋଇଯିବ ବୋଲି କହିଥିଲେ । ଶେଷରେ ଆସିଲା ମଙ୍ଗଳବାର ରାତି । ବ୍ରହ୍ମପୁର ରାଜନୀତିରେ ନୂଆ ମୋଡ଼ । ଏକ ବ୍ୟାଙ୍କ କାରବାର ନେଇ ବିଜେଡି ନେତା ତଥା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜେରା କରିଲା ପୋଲିସ । ଏକ ଅଜ୍ଞାତ ସ୍ଥାନରେ ରଖି ଦୀର୍ଘ ସମୟ ପର୍ଯ୍ୟନ୍ତ ଜେରା କରିଥିଲା ପୋଲିସ । ଶେଷରେ ବିକ୍ରମ ପଣ୍ଡାଙ୍କ ସମେତ ୧୨ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ବ୍ୟକ୍ତିଙ୍କ ମଧ୍ୟରେ କର୍ପୋରେଟର ମଳୟ ବିଶୋଇ, ପୂର୍ବତନ ମେୟର ଶିବଶଙ୍କର ଦାସ, ସାର୍ପ ସୁଟର ଚିଣ୍ଟୁ ଆଦି ରହିଛନ୍ତି । 

Share198Tweet124
M M

M M

ଆଜିର ପାଗ

Bhubaneswar
February 3, 2026, 11:59 AM
 

NE
Clear sky
27°C
2.7 m/s
Apparent: 22°C
Pressure: 1017 mb
Humidity: 87%
Winds: 2.7 m/s NE
Windgusts: 5.5 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ କିପରି କଟିବ ଆଜିର ଦିନ

ଜାଣନ୍ତୁ କିପରି କଟିବ ଆଜିର ଦିନ

February 3, 2026
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

February 2, 2026
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom