ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ଆଇଟି ସେଲ୍ ଅଧ୍ୟକ୍ଷ ଓ ପୂର୍ବତନ ରାଜ୍ୟସଭା ସାଂସଦ ଓ ଦଳର ମୁଖପାତ୍ର ଅମର ପଟ୍ଟନାୟକ ଆଜି ବିଜେପିରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ୍ ସିଂ ତୋମର ପ୍ରମୁଖଙ୍କ ଉପସ୍ଥିତିରେ ଅମର ପଟ୍ଟନାୟକ ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ରାଜ୍ୟ ପ୍ରଭାରୀ ବିଜୟ ସିଂ ତୋମର ଅମର ପଟ୍ଟନାୟକଙ୍କୁ ଦଳର ଟୋପି ପିନ୍ଧାଇ ଦଳକୁ ସ୍ବାଗତ କରିଛନ୍ତି।
ବିଜେଡିର ପୂର୍ବତନ ରାଜ୍ୟ ସଭା ଏମ୍ପି ଅମର ପଟ୍ଟନାୟକ କାହିଁକି ବିଜେଡି ଛାଡି ଭାଜପାରେ ମିଶିଲେ ତାକୁ ନେଇ ଅମର ବଡ଼ ଖୁଲାସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ଅନୁପ୍ରାଣିତ ହୋଇ ଭାଜପାରେ ସାମିଲ ହୋଇଛନ୍ତି। ଯେତେବେଳେ ବି ସଂସଦରେ ମୋଦିଙ୍କ ଭାଷଣ ଶୁଣିଛି ପ୍ରଭାବିତ ହୋଇଛି। ଭାରତକୁ ଆଗକୁ ନେବା ପାଇଁ ତାଙ୍କ ପ୍ରତିଜ୍ଞାବଦ୍ଧତାରେ ମୁଁ ଅନୁପ୍ରାଣିତ। ମୋଦିଙ୍କ ପାଇଁ ଦେଶ ଆଜି ବିଶ୍ବରେ ସ୍ବତନ୍ତ୍ର ସ୍ଥାନ ପାଇପାରିଛି। ରାଜ୍ୟବାସୀଙ୍କ ସେବା ପାଇଁ ଚାକିରି ଛାଡ଼ି ରାଜନୀତିକୁ ଆସିଥିଲି। ଏବେ ରାଜ୍ୟର ସେବା ସହ ରାଷ୍ଟ୍ରନିର୍ମାଣରେ ନିଜକୁ ନିୟୋଜିତ କରିବାକୁ ଲକ୍ଷ୍ୟ ରଖିଥିବା ସେ କହିଛନ୍ତି। ଦଳ ମୋତେ ଯେଉଁ ଦାୟିତ୍ୱ ଦେବ ତାହା ସୂଚାରୁ ରୁପେ ପାଳନ କରିବେ ବୋଲି ଅମର କହିଛନ୍ତି।
ଅମର ପଟ୍ଟନାୟକ ୨୦୧୮ ଅଗଷ୍ଟ ୨୯ ତାରିଖରେ ବିଜେଡିରେ ସାମିଲ ହୋଇଥିଲେ। ଏହାପରେ ଆଭିମୁଖ୍ୟ, ବାର୍ତ୍ତା ଓ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ଲୋକମାନଙ୍କୁ ଠିକ୍ ଓ ତ୍ବରିତ ସୂଚନା ପ୍ରଦାନ କରିବା ପାଇଁ ବିଜେଡି ଆଇଟି ସେଲ୍ ଗଠନ ହୋଇଥିଲା। ଏହାର ଅଧ୍ୟକ୍ଷ ଭାବେ ଦଳର ମୁଖପାତ୍ର ଅମର ପଟ୍ଟନାୟକଙ୍କୁ ବିଜେଡି ସଭାପତି ତଥା ତତକାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତି ଦେଇଥିଲେ।
ମିଶ୍ରଣ ବର୍ଷରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ଅନ୍ୟ ଭାଜପା କର୍ମକର୍ତ୍ତା ଉପସ୍ଥିତ ଥିଲେ।




















