• Latest
  • Trending

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

Jan-14-2026 06:07 AM IST
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

Jan-14-2026 06:05 AM IST
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

Jan-14-2026 05:59 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-14-2026 05:53 AM IST
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

Jan-13-2026 06:06 AM IST
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

Jan-13-2026 06:03 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-13-2026 05:57 AM IST
ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

Jan-11-2026 05:22 AM IST
ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

Jan-11-2026 05:00 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Jan-11-2026 04:51 AM IST

ଏମାନଙ୍କ ପାଇଁ ଫାଇନ ୧୦ ହଜାର ଟଙ୍କା ?

Jan-10-2026 07:47 AM IST
  • About
  • Careers
  • Contact Us
Wednesday, January 14, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

ବିକଶିତ ଓଡ଼ିଶାର ଚାବିକାଠି ମହିଳା ସଶକ୍ତିକରଣ: ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

by M M
Jan-14-2026 06:07 AM IST
in ବଡ଼ ଖବର
0
491
SHARES
1.4k
VIEWS
Share on FacebookShare on Twitter

• ବାଲ୍ୟ ବିବାହ ରୋକିବା ପାଇଁ ୧୦୦-ଦିନିଆ ସ୍ୱେଶାଲ୍ ଅଭିଯାନ
• ମୟୂରଭଞ୍ଜରେ କିଶୋରୀ ଗର୍ଭଧାରଣ ରୋକିବାକୁ ପାଇଲଟ୍ ପ୍ରକଳ୍ପ

ଭୁବନେଶ୍ୱର : ରାଜ୍ୟରେ ମହିଳା ଓ ଶିଶୁମାନଙ୍କ ବିକାଶକୁ ଆହୁରି ଗତିଶୀଳ କରିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏକାଧିକ ବହୁମୁଖୀ ଯୋଜନାର ଶୁଭାରମ୍ଭ କରାଯାଇଛି। ମଙ୍ଗଳବାର ଲୋକସେବା ଭବନସ୍ଥିତ କନଭେନସନ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଏହି ନୂତନ ଅଭିଯାନଗୁଡ଼ିକର ଶୁଭ ଉଦଘାଟନ କରିଛନ୍ତି। ମହିଳା ଓ ଶିଶୁମାନଙ୍କୁ ସୁରକ୍ଷିତ ଏବଂ ସମ୍ମାନଜନକ ପରିବେଶ ଯୋଗାଇବା ସରକାରଙ୍କ ପ୍ରାଥମିକତା ବୋଲି ସେ ଏହି ଅବସରରେ ପ୍ରକାଶ କରିଛନ୍ତି। ମହିଳା ଓ ଶିଶୁ ବିକାଶ ବିଭାଗ ଅଧୀନରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା, ଅଭିଯାନ, ପ୍ରକଳ୍ପର ଶୁଭ ଉଦଘାଟନ ହେବା ସହ ବୁଝାମଣା ପତ୍ର ସ୍ଵାକ୍ଷର କାର୍ଯ୍ୟକ୍ରମ ଲୋକସେବା ଭବନସ୍ଥିତ କନଭେନସନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଏହି ବୈଠକରେ ଅଧ୍ୟକ୍ଷତା କରି କହିଲେ ଯେ ମହିଳା ସଶକ୍ତିକରଣ ହେଉଛି ବିକଶିତ ଓଡ଼ିଶାର ଚାବିକାଠି, ଏବଂ ମହିଳା ଓ ଶିଶୁମାନଙ୍କୁ ସୁରକ୍ଷିତ, ସମାନ ଓ ସମ୍ମାନଜନକ ପରିବେଶ ଦେବା ରାଜ୍ୟ ସରକାରଙ୍କ ପ୍ରାଥମିକତା । ସେ ମାତୃଭାଷାରେ ଆଧାରିତ ପ୍ରାରମ୍ଭିକ ଶିକ୍ଷା, ବାଲ୍ୟ ବିବାହ ରୋକିବା, କିଶୋରୀ ସ୍ୱାସ୍ଥ୍ୟ ଓ ସାମାଜିକ ସୁରକ୍ଷା କ୍ଷେତ୍ରରେ ବିଭାଗମାନଙ୍କ ମଧ୍ୟରେ ସମନ୍ୱୟ, ସମୁଦାୟ ସଂପୃକ୍ତି ଓ ତଳସ୍ତରରେ କାର୍ଯ୍ୟାନ୍ୱୟନକୁ ସୁଦୃଢ଼ କରିବା ଉପରେ ଗୁରୁତ୍ଵ ଦେଇଥିଲେ ।
ଏହି ଅବସରରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା “ଆମେ ପଢ଼ିବା ଆମ ଭାଷାରେ” ନାମକ ପାଞ୍ଚବର୍ଷୀୟ ଯୋଜନାର ଶୁଭାରମ୍ଭ କରିଥିଲେ । ଏହି ଯୋଜନା ଅଧୀନରେ ଜାତୀୟ ଶିକ୍ଷା ନୀତି–୨୦୨୦ ସହ ସମନ୍ୱୟରେ ୩–୬ ବର୍ଷ ବୟସର ଶିଶୁମାନଙ୍କୁ ମାତୃଭାଷାରେ ପ୍ରାରମ୍ଭିକ ଶିକ୍ଷା ପ୍ରଦାନ କରାଯିବ । ପ୍ରଥମ ପର୍ଯ୍ୟାୟରେ କେନ୍ଦୁଝର, କନ୍ଧମାଳ, ଗଜପତି, ରାୟଗଡା, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ମୁଣ୍ଡା, କୁଇ, ସଉରା, କୁଭି, ଗୋଣ୍ଡି ଓ କୋୟା ଭାଷାରେ ଯୋଜନାଟି କାର୍ଯ୍ୟକାରୀ ହେବ । ଅଙ୍ଗନୱାଡ଼ି କର୍ମୀମାନଙ୍କୁ ଭାଷା-ନିର୍ଦ୍ଦିଷ୍ଟ ତାଲିମ, ଶିକ୍ଷା ସାମଗ୍ରୀ ଓ ଅଡିଓ- ଭିଜୁଆଲ ବିଷୟବସ୍ତୁ ପ୍ରଦାନ କରାଯିବ। “ସୁଭଦ୍ରା ଯୋଜନା” ପରି “ଆମେ ପଢିବା ଆମ ଭାଷାରେ” ଯୋଜନାକୁ ଘରେ ଘରେ ସୁପରିଚିତ କରିବାକୁ ଉଦ୍ୟମ କରିବାକୁ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଆହ୍ଵାନ କରିଥିଲେ । ଏହାସହ ଅଙ୍ଗନୱାଡ଼କୁ ଆକର୍ଷଣରେ ପରିଣତ କରାଯିବ ବୋଲି ସେ କହିଥିଲେ।
ଏହା ସହ ବାଲ୍ୟ ବିବାହ ରୋକିବା ଉଦ୍ଦେଶ୍ୟରେ ୧୦୦-ଦିନିଆ ରାଜ୍ୟସ୍ତରୀୟ ଅଭିଯାନ ଆରମ୍ଭ କରାଯାଇଛି । ଏହି ଅଭିଯାନରେ ସମୁଦାୟ, ଯୁବ ନେତୃତ୍ୱ, ଆଶା, ଅଙ୍ଗନୱାଡି କର୍ମୀ ଓ ସଂସ୍ଥାଗତ ମଞ୍ଚଗୁଡ଼ିକର ସକ୍ରିୟ ସଂପୃକ୍ତି ମାଧ୍ୟମରେ କନ୍ୟା ଶିକ୍ଷା, ସଚେତନତା ଓ ସୁରକ୍ଷାକୁ ମଜବୁତ କରାଯିବ ବୋଲି ସେ କହିଥିଲେ । ସାଇକେଲ ରାଲି, ଯୁବ ସମ୍ମିଳନୀ, ମାନବ ଶୃଙ୍ଖଳ, ସ୍କୁଲ୍-କଲେଜ ଭିତ୍ତିକ ପ୍ରାରମ୍ଭିକ ସତର୍କତା ବ୍ୟବସ୍ଥା ଓ ଡିଜିଟାଲ ସଚେତନତା ଭଳି ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଏହାକୁ ସଫଳ କରାଇବା ଉପରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଗୁରୁତ୍ଵ ଦେଇଥିଲେ ।
ଏହି ଅବସରରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ବରଗଡ଼ ଜିଲ୍ଲା ବରପାଲିଠାରେ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନ ର ନୂତନ ପ୍ରଶାସନିକ ଭବନକୁ ଉଦଘାଟନ କରାଯାଇଥିଲା। ଏହାସହ କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ ଆଇସିଡିଏସ କର୍ମଚାରୀଙ୍କ ପାଇଁ ଆବାସିକ କ୍ୱାର୍ଟର୍ସର ମଧ୍ୟ ଉଦଘାଟନ ହୋଇଛି। ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ଆଭାସୀ ମାଧ୍ୟମରେ ଯୋଗ ଦେଇ ସ୍ଥାନୀୟ ଭାଷାରେ ପ୍ରାଥମିକ ଶିକ୍ଷାର ମହତ୍ୱ ଏବଂ ଚରିତ୍ର ନିର୍ମାଣରେ ଏହାର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ, ବିଭାଗର ନିର୍ଦ୍ଦେଶିକା ଶ୍ରୀମତୀ ମୋନିଷା ବାନାର୍ଜୀ, ଅତିରିକ୍ତ ଶାସନ ସଚିବ ଏନ.ସି. ଜ୍ୟୋତିରଂଜନ ନାୟକ, ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ସୁମିତ୍ରା କୁମାରୀ ପଟ୍ଟନାୟକ, ଅତିରିକ୍ତ ଶାସନ ସଚିବ ଅନନ୍ତ ନାରାୟଣ ସିଂ ଲାଗୁରୀ, ସଦସ୍ୟ ସଚିବ ଓଏସଏଲଏସଏ ଅରବିନ୍ଦ ପଟ୍ଟନାୟକ, ସିଫଓ, ୟୁନିସେଫ, ପ୍ରଶାନ୍ତ ଦାଶ, ଏବଂ ବିଭାଗର ବରିଷ୍ଠ ଅଧିକାରୀମାନେ, ପିରାମଲ ଫାଉଣ୍ଡେସନ, ପ୍ରଥମ ଫାଉଣ୍ଡେସନ ଓ ଏସଏଲଏସଏ ର ପ୍ରତିନିଧିମାନଙ୍କ ସହ ଆଭାସୀ ମାଧ୍ୟମରେ ଓଡ଼ିଶାର ସମସ୍ତ ଜିଲ୍ଲାର ଜିଲ୍ଲାପାଳ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଓ ଅଙ୍ଗନୱାଡ଼ି କର୍ମୀମାନେ ଯୋଗ ଦେଇଥିଲେ। ମୟୂରଭଞ୍ଜ ଏଵଂ ମାଲକାନଗିରିର ଜିଲ୍ଲାପାଳ ନିଜ ଅଞ୍ଚଳର ତୃଣମୂଳ ସ୍ଥିତି ଏଵଂ ଏହି ଯୋଜନା ଦ୍ୱାରା ହେବାକୁ ଯାଉଥିବା ପରିବର୍ତ୍ତନ ସମ୍ବନ୍ଧରେ ଆଭାସୀ ମାଧ୍ୟମରେ ଅବଗତ କରାଇଥିଲେ।

Share196Tweet123
M M

M M

ଆଜିର ପାଗ

Bhubaneswar
January 14, 2026, 10:21 AM
 

N
Clear sky
22°C
1.3 m/s
Apparent: 15°C
Pressure: 1016 mb
Humidity: 88%
Winds: 1.3 m/s N
Windgusts: 5.1 m/s
UV-Index: 0
Precip.: 0mm /0% / Rain
Sunrise: 6:24 AM
Sunset: 5:26 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

January 14, 2026
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

January 14, 2026
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

January 14, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom