• Latest
  • Trending

ଶିକ୍ଷା ଓ ଅନୁସନ୍ଧାନ ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ

Aug-13-2024 06:56 AM IST
ନବୀନ କହିଲେ ସଂତୃପ୍ତଙ୍କୁ ଦେଲି, ବିବେକ କହିଲା ଦିଲ୍ଲୀପଙ୍କୁ  ଦେଲି

ନବୀନ କହିଲେ ସଂତୃପ୍ତଙ୍କୁ ଦେଲି, ବିବେକ କହିଲା ଦିଲ୍ଲୀପଙ୍କୁ ଦେଲି

Mar-19-2026 05:04 PM IST
ଏଥର ଅଲଗା ଶୈଳୀରେ ପ୍ରକାଶ ପାଇବ ଦଶମ ବୋର୍ଡ ରେଜଲ୍ଟ

ଏଥର ଅଲଗା ଶୈଳୀରେ ପ୍ରକାଶ ପାଇବ ଦଶମ ବୋର୍ଡ ରେଜଲ୍ଟ

Mar-19-2026 04:10 PM IST
ନିଜ ଛାଇକୁ ବି ଏବେ ସନ୍ଦେହ କରୁଛନ୍ତି ଟ୍ରମ୍ପ

ନିଜ ଛାଇକୁ ବି ଏବେ ସନ୍ଦେହ କରୁଛନ୍ତି ଟ୍ରମ୍ପ

Mar-19-2026 02:55 PM IST
ମୁଁ ସିଧା କହୁଛି, ପ୍ରତିଶୋଧ ନେବା ପାଇଁ ସ୍ୱାଧୀନ ପ୍ରାର୍ଥୀଙ୍କୁ ଭୋଟ୍‌ ଦେଇଛି

ମୁଁ ସିଧା କହୁଛି, ପ୍ରତିଶୋଧ ନେବା ପାଇଁ ସ୍ୱାଧୀନ ପ୍ରାର୍ଥୀଙ୍କୁ ଭୋଟ୍‌ ଦେଇଛି

Mar-19-2026 02:30 PM IST
କ୍ରସ ଭୋଟିଂ ପରେ ବିଜେଡିକୁ ବିଧାୟକ ଦେବୀରଂଜନଙ୍କ ଚ୍ୟାଲେଞ୍ଜ

କ୍ରସ ଭୋଟିଂ ପରେ ବିଜେଡିକୁ ବିଧାୟକ ଦେବୀରଂଜନଙ୍କ ଚ୍ୟାଲେଞ୍ଜ

Mar-19-2026 01:29 PM IST
https://odisha.newsroom.in/

ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ

Mar-18-2026 04:14 PM IST
https://odisha.newsroom.in/

କଟକ ବଡ ମେଡିକାଲ ନିଆଁକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ

Mar-18-2026 03:22 PM IST
କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

Mar-17-2026 05:13 PM IST
ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

Mar-16-2026 11:47 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Mar-16-2026 11:40 AM IST
  • About
  • Careers
  • Contact Us
Thursday, March 19, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଶିକ୍ଷା ଓ ଅନୁସନ୍ଧାନ ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ

ସାମଗ୍ରିକ ଶିକ୍ଷାନୁଷ୍ଠାନ ତାଲିକାରେ ଦେଶରେ ୨୪ ତମ

by M M
Aug-13-2024 06:56 AM IST
in ବଡ଼ ଖବର, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟର ମାନ୍ୟତା ପାଇଛି  ।  କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ  ଦେଶର ବିଶ୍ୱବିଦ୍ୟାଳୟ, କଲେଜ, ଇଞ୍ଜିନିୟରିଂ, ମେଡିକାଲ, ମ୍ୟାନେଜମେଣ୍ଟ, ଆଇନ ଏବଂ ଅନ୍ୟାନ୍ୟ କଲେଜଗୁଡ଼ିକର ମାନ୍ୟତା ପ୍ରକାଶ ପାଇଛି ।  ସେହିପରି ସାମଗ୍ରିକ ଶିକ୍ଷାନୁଷ୍ଠାନ ତାଲିକାରେ ଗତବର୍ଷର ର‌୍ୟାଙ୍କିଙ୍ଗ ଠାରୁ ଦୁଇଟି ସ୍ଥାନ ଉପରକୁ ଯାଇ ସୋଆ ଏଥର ୨୪ ତମ ସ୍ଥାନ ହାସଲ କରିଛି । ୨୦୧୬ ମସିହାରୁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ୯ ବର୍ଷ ଧରି ଆୟୋଜିତ ହେଉଥିବା ଏନ୍‌ଆଇଆର୍‌ଏଫ୍ ର‌୍ୟାଙ୍କିଙ୍ଗସ୍‌ରେ ଦେଶର ଶ୍ରେଷ୍ଠ ୨୫ଟି ଉଚ୍ଚ ଶିକ୍ଷାନୁଷ୍ଠାନ ତାଲିକାରେ ନିଜ ସ୍ଥାନ ବଜାୟ ରଖିଛି ସୋଆ । ସେଥି ମଧ୍ୟରୁ ୭ ଥର ଶ୍ରେଷ୍ଠ ୨୦ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ନିଜକୁ ସାମିଲ୍ କରି ପାରିଛି ସୋଆ ।

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜାତୀୟ ଶିକ୍ଷାନୁଷ୍ଠାନ ରାଙ୍କିଙ୍ଗ ପ୍ରକାଶ କରିଛନ୍ତି । ଏନଆଇଆରଏଫ୍ ର ଅଫିସିଆଲ୍ ୱେବସାଇଟ୍ nirfindia.org ଜାତୀୟ ଶିକ୍ଷାନୁଷ୍ଠାନ ରାଙ୍କିଙ୍ଗ ପ୍ରକାଶିତ ହୋଇଛି । ଓଭରଅଲ୍ ରାକିଙ୍ଗ୍ ଆଧାରରେ ମାଡ୍ରାସର ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଟେକ୍ନୋଲୋଜି (ଆଇଆଇଟି) ପୁଣି ଥରେ ବାଜିମାତ କରିଛି । କ୍ରମାଗତ ଷଷ୍ଠ ଥର ପାଇଁ ମାଡ୍ରାସ ଆଇଆଇଟି ଶ୍ରେଷ୍ଠ ଶିକ୍ଷାନୁଷ୍ଠାନର ମାନ୍ୟତା ହାସଲ କରିଛି । ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟର ମାନ୍ୟତା ଲାଭ କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ବିଶ୍ୱବିଦ୍ୟାଳୟ । ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍ନାଲ ର‌୍ୟାଙ୍କିଙ୍ଗ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌)ର‌୍ୟାଙ୍କିଙ୍ଗସ୍‌ର ନବମ ସଂସ୍କରଣରେ ଦେଶର ପ୍ରମୁଖ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ୧୪ ତମ ସ୍ଥାନ ହାସଲ କରିଛି ଓଡ଼ିଶାର ଶିକ୍ଷା ଓ ଅନୁସନ୍ଧାନ (ସୋଆ)।

ସେହିପରି ବେଙ୍ଗାଲୁରୁର ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ୍ ସାଇନ୍ସ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟର ମାନ୍ୟତା ପାଇଛି । ଗତବର୍ଷ ସୋଆ ଦେଶରେ ୧୫ ତମ ର‌୍ୟାଙ୍କ ହାସଲ କରିଥିଲା ।  ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟର ମାନ୍ୟତା  ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ବିଶ୍ୱବିଦ୍ୟାଳୟ  ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍ନାଲ ର‌୍ୟାଙ୍କିଙ୍ଗ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ର‌୍ୟାଙ୍କିଙ୍ଗସ୍‌ର ନବମ ସଂସ୍କରଣର ତାଲିକାରେ ପ୍ରକାଶ ପାଇଛି ।  ଦେଶର ପ୍ରମୁଖ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ୧୪ ତମ ସ୍ଥାନ ହାସଲ କରି ସୋଆ ଓଡ଼ିଶାକୁ ଗୈାରବ ଆଣିବା ସହ ଗୋଟିଏ ପାହାଚ ଉପରକୁ ଉଠିଛି । ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏହି ର‌୍ୟାଙ୍କିଙ୍ଗ ଘୋଷଣା କରାଯାଇଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏନ୍‌ଆଇଆର୍‌ଏଫ୍ ର‌୍ୟାଙ୍କିଙ୍ଗସ୍‌ର ଘୋଷଣା କରିଥିଲେ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ରାଜ୍ୟ ଶିକ୍ଷାମନ୍ତ୍ରୀ  ସୁକାନ୍ତ ମଜୁମ୍‌ଦାର ଉପସ୍ଥିତ ଥିଲେ ।

ଏହି ଡିମ୍‌ଡ ବିଶ୍ୱବିଦ୍ୟାଳୟ ଇଞ୍ଜିନିୟରିଂ କ୍ୟାଟେଗୋରିରେ ଗତ ବର୍ଷ ୨୭ ତମ ର‌୍ୟାଙ୍କ ହାସଲ କରିଥିବା ବେଳେ ଚଳିତ ବର୍ଷ ଏଥିରେ ଉନ୍ନତି ଘଟି ୨୬ ତମ ସ୍ଥାନରେ ପହଂଚିଛି । ମେଡିକାଲ୍ ସାଇନସେସ୍ କ୍ୟାଟେଗୋରିରେ ଦେଶରେ ସୋଆ ୨୧ ତମ, ଡେଂଟାଲ୍ ଏବଂ ଲ\’ କ୍ୟାଟେଗୋରିରେ ନବମ ସ୍ଥାନରେ ରହିଛି । ସେହିପରି ମ୍ୟାନେଜମେଂଟ ସାଇନସେସ୍ କ୍ୟାଟେଗୋରିରେ ୬୨ତମ ଏବଂ ରିସର୍ଚ୍ଚ କ୍ୟାଟେଗୋରିରେ ୫୦ ତମ ସ୍ଥାନ ହାସଲ କରିଛି ସୋଆ ।
ସୋଆର ଦୁଇଟି ଶିକ୍ଷାନୁଷ୍ଠାନ ଫାକଲ୍ଟି ଅଫ୍ ଲ (ସୋଆ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଲ) ଏବଂ ଫାକଲ୍ଟି ଅଫ୍ ଡେଂଟାଲ୍ ସାଇନସେସ୍ (ଇନଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନସେସ୍‌) ନବମ ସ୍ଥାନ ହାସଲ କରି ଟପ୍ ଟେନ୍ ତାଲିକାରେ ରହିଛନ୍ତି । ସୋଆ ୨୦୨୨ରେ ନ୍ୟାସନାଲ୍ ଆସେସ୍‌ମେଂଟ ଆଣ୍ଡ ଆକ୍ରେଡିଟେସନ୍ କାଉନସିଲ୍ (ନାକ୍‌) ଦ୍ୱାରା ସର୍ବାଧିକ ଏ ++ ଗ୍ରେଡ୍ ହାସଲ କରି ପୁନଃ ସ୍ୱୀକୃତି ଲାଭ କରିଥିଲା ।
ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଏହି ଅବସରରେ ଖୁସି ବ୍ୟକ୍ତ କରିବା ସହ ବିଶ୍ୱବିଦ୍ୟାଳୟର ଫାକଲ୍ଟି, ଗବେଷକ ଏବଂ କର୍ମଚାରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ସୋଆକୁ ଆହୁରି ଉଚ୍ଚକୁ ନେବା ନିମନ୍ତେ ସେମାନଙ୍କର ଏହି ଉଦ୍ୟମକୁ ଜାରି ରଖିବା ନିମନ୍ତେ ପ୍ରୋତ୍ସାହିତ କରିଛନ୍ତି ।
ସୋଆର କୂଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ବିଶ୍ୱବିଦ୍ୟାଳୟର ଏହି ସଫଳତା ନିମନ୍ତେ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ ଏହି ବିଶ୍ୱବିଦ୍ୟାଳୟକୁ ଆଗାମି ୫ ବର୍ଷ ମଧ୍ୟରେ ଦେଶର ଶ୍ରେଷ୍ଠ ୧୦ଟି ବିଶ୍ୱବିଦ୍ୟାଳୟ ତାଲିକାରେ ସ୍ଥାନିତ କରିବା ପାଇଁ କଠିନ ପରିଶ୍ରମ ଜାରି ରଖିବା ନିମନ୍ତେ ଆହ୍ୱାନ ଦେଇଛନ୍ତି ।

Tags: dharmendraEducationNational Institutional Ranking Frameworknewsnewsroomnirf-rankingSiksha 'O' Anusandhansoa-rankedUniversity
Share196Tweet123
M M

M M

ଆଜିର ପାଗ

Bhubaneswar
March 19, 2026, 8:40 PM
 

SSW
Overcast
25°C
1.8 m/s
Apparent: 29°C
Pressure: 1011 mb
Humidity: 92%
Winds: 1.8 m/s SSW
Windgusts: 5.8 m/s
UV-Index: 0
Precip.: 5.1mm /28% / Rain
Sunrise: 5:51 AM
Sunset: 5:57 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ନବୀନ କହିଲେ ସଂତୃପ୍ତଙ୍କୁ ଦେଲି, ବିବେକ କହିଲା ଦିଲ୍ଲୀପଙ୍କୁ  ଦେଲି

ନବୀନ କହିଲେ ସଂତୃପ୍ତଙ୍କୁ ଦେଲି, ବିବେକ କହିଲା ଦିଲ୍ଲୀପଙ୍କୁ ଦେଲି

March 19, 2026
ଏଥର ଅଲଗା ଶୈଳୀରେ ପ୍ରକାଶ ପାଇବ ଦଶମ ବୋର୍ଡ ରେଜଲ୍ଟ

ଏଥର ଅଲଗା ଶୈଳୀରେ ପ୍ରକାଶ ପାଇବ ଦଶମ ବୋର୍ଡ ରେଜଲ୍ଟ

March 19, 2026
ନିଜ ଛାଇକୁ ବି ଏବେ ସନ୍ଦେହ କରୁଛନ୍ତି ଟ୍ରମ୍ପ

ନିଜ ଛାଇକୁ ବି ଏବେ ସନ୍ଦେହ କରୁଛନ୍ତି ଟ୍ରମ୍ପ

March 19, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom