ବରିଷ୍ଠ ପ୍ରଶାସନିକ ଅଧିକାରୀ ଜ୍ଞାନେଶ କୁମାର ହେବେ ଦେଶର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର । ସେ ବର୍ତ୍ତମାନ ସିଇସି ଥିବା ରାଜୀବ କୁମାରଙ୍କ ସ୍ଥାନ ନେବେ। ନିଯୁକ୍ତିକୁ ନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୮୮ ବ୍ୟାଚର କେରଳ କ୍ୟାଡର ଆଇଏଏସ ହେଉଛନ୍ତି ଜ୍ଞାନେଶ କୁମାର ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ, କେନ୍ଦ୍ରମନ୍ତ୍ରୀ ଅମିତ ଶାହ ଏବଂ ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ବରେ ଗଠିତ ଏକ ପ୍ୟାନେଲ ଜ୍ଞାନେଶ କୁମାରଙ୍କୁ ନିଯୁକ୍ତ କରିଛନ୍ତି ।
ରାଜୀବ କୁମାର ଅବସର ନେବା ପରେ ଜ୍ଞାନେଶ କୁମାର ବରିଷ୍ଠତା ଦୃଷ୍ଟିରୁ ମୁଖ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତ ହୋଇଛନ୍ତି। ତାଙ୍କ କାର୍ଯ୍ୟକାଳ ୨୦୨୯ ଜାନୁଆରୀ ୨୬ ପର୍ଯ୍ୟନ୍ତ ରହିଛି। ନୂତନ ସିଇସି ଆସନ୍ତା ବର୍ଷ ବିହାର ବିଧାନସଭା ନିର୍ବାଚନ ବେଙ୍ଗଲ ଏବଂ ତାମିଲନାଡୁ ସମେତ ଅନ୍ୟାନ୍ୟ ନିର୍ବାଚନ ପରିଚାଳନା ତଦାରଖ କରିବେ।