ରାଜ୍ୟ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆସନ୍ତାକାଲି ଶୁକ୍ରବାର ମାର୍ଚ୍ଚ ୭ ତାରିଖଠାରୁ ଆରମ୍ଭ ହୋଇ ଏପ୍ରିଲ୍ ୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନ କାଳରେ ଖର୍ଚ୍ଚଦାବି ନେଇ ଆଲୋଚନା ସହିତ ବ୍ୟୟ ମଞ୍ଜୁରୀ ବିଧେୟକ ପାରିତ ହେବାର କାର୍ଯ୍ୟକ୍ରମ ରହିଛି । ମାର୍ଚ୍ଚ ୭ ତାରିଖରେ ବିଭିନ୍ନ ବିଭାଗୀୟ ଷ୍ଟାଣ୍ଡିଂ କମିଟିର ରିପୋର୍ଟ ଉପସ୍ଥାପନ ହେବ। ମାର୍ଚ୍ଚ ୧୦ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ବଜେଟ୍ ଉପରେ ଆଲୋଚନା ହେବ। ମାର୍ଚ୍ଚ ୩୦ ତାରିଖ ରବିବାର ଓ ୩୧ ତାରିଖ ଇଦୁଲ୍ଫିତର୍ ପଡୁଥିବାରୁ ୨୯ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେବ।