• Latest
  • Trending

ଆସନ୍ତା ୩ ବର୍ଷରେ ପ୍ରାଥମିକ ଶିକ୍ଷା ପାଇଁ ୪୫ ହଜାର ଶିକ୍ଷକ ନିଯୁକ୍ତ ହେବେ

Aug-21-2025 06:39 PM IST
odisha.newsroom.in

ସାନି ମତଦାନ ବେଳେ ବେଙ୍ଗଲରେ ଭୟଙ୍କର ହିଂସା…TMC – BJP କର୍ମୀ ହାତାହାତି

May-02-2026 05:59 PM IST
odisha.newsroom.in

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ …ଜାଣିବାକୁ ଏହି Link ରେ କ୍ଲିକ କରନ୍ତୁ…

May-02-2026 04:27 PM IST
odisha.newsroom.in

ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ବଡ଼ ଝଟ୍‌କା…ଆବେଦନ ଖାରଜ…

May-02-2026 03:51 PM IST
odisha.newsroom.in

ଆପଣଙ୍କ ମୋବାଇଲକୁ ଆସିଲା କି ଏମର୍ଜେନ୍ସି ଆଲର୍ଟ ? ଭୟଭୀତ ହୁଅନ୍ତୁନି…

May-02-2026 12:44 PM IST
odisha.newsroom.in

ମାଡ଼ି ଆସୁଛି ବଡ଼ ଲଘୁଚାପ: ଅଧିକ ଘନୀଭୂତ ହୋଇ ନେଇପାରେ ବାତ୍ୟାର ରୂପ…

May-02-2026 12:20 PM IST
odisha.newsroom.in

EVM ଟାମ୍ପରିଂ ଅଭିଯୋଗ…ପଶ୍ଚିମବଙ୍ଗର ୧୫ଟି ବୁଥରେ ପୁନଃ ମତଦାନ ଆରମ୍ଭ…

May-02-2026 11:45 AM IST
odisha.newsroom.in

ବଲାଙ୍ଗିର ଜିଲ୍ଲାରେ ଭୂକମ୍ପ ଝଟକା…ଭୟରେ ଘରୁ ବାହାରି ଆସିଲେ ଲୋକେ…

May-02-2026 11:24 AM IST
Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

May-02-2026 10:53 AM IST
odisha.newsroom.in

‘ଡିଜିଟାଲ୍ ଆରେଷ୍ଟ’ର କଳା କାହାଣୀ…ଜଳୁଥିଲା ଜୁଇ, ବାଜୁଥିଲା ଫୋନ୍…

May-01-2026 05:53 PM IST
odisha.newsroom.in

ଶିକ୍ଷା ବ୍ୟବସ୍ଥାରେ ନୂଆ ଅଧ୍ୟାୟ…୩ ଦିନରେ ୩ ଲକ୍ଷ ପରୀକ୍ଷାଖାତା ଦେଖିଲା AI…

May-01-2026 04:27 PM IST
  • About
  • Careers
  • Contact Us
Monday, May 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଆସନ୍ତା ୩ ବର୍ଷରେ ପ୍ରାଥମିକ ଶିକ୍ଷା ପାଇଁ ୪୫ ହଜାର ଶିକ୍ଷକ ନିଯୁକ୍ତ ହେବେ

by M M
Aug-21-2025 06:39 PM IST
in ବଡ଼ ଖବର, ଶିକ୍ଷା
0
491
SHARES
1.4k
VIEWS
Share on FacebookShare on Twitter
ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱ ଆରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୩୬ରେ ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ପ୍ରାଥମିକ ଶିକ୍ଷାର ଯଥେଷ୍ଟ ଗୁରୁତ୍ୱ ରହିଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ଏହି ପରାମର୍ଶ ଦେବା ସହିତ ଅନେକ ନୂତନ ନିଷ୍ପତ୍ତି ନେଇଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ସ୍କିମାଟିକ ପ୍ରାଥମିକ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ ।
ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ପାଇଁ ନୂତନ ଶିକ୍ଷାନୀତି ଅନୁଯାୟୀ ଅଧିକ ଶିକ୍ଷକଙ୍କର ଆବଶ୍ୟକତା ରହିଛି । ରାଜ୍ୟରେ ବର୍ତ୍ତମାନ ୪୫, ୨୯୨ ଟି ପ୍ରାଥମିକ ବିଦ୍ୟାଳୟରେ ୧, ୬୦, ୩୧୯ ଟି ଶିକ୍ଷକ ପଦବୀ ରହିଛି । ନୂତନ ଶିକ୍ଷାନୀତି ଅନୁଯାୟୀ ଆଉ ୩୯, ୩୬୬ ଟି ପଦବୀ ସୃଷ୍ଟି କରାଯିବ । ଏହା ସହିତ ଡିସେମ୍ବର ୨୦୨୫ ସୁଦ୍ଧା ୫,୦୬୭ ଟି ଶିକ୍ଷକ ପଦବୀ ମଧ୍ୟ ଖାଲି ହେବ । ତେଣୁ ଏହି ସମସ୍ତ ପଦବୀକୁ ମିଶାଇ ଆସନ୍ତା ୩ ବର୍ଷ ମଧ୍ୟରେ ୪୪, ୪୩୩ ଟି ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ବର୍ଷକୁ ପ୍ରାୟ ୧୫ ହଜାର ପଦବୀ ପୂରଣ କରାଯିବ ।
ସ୍କୁଲ ଶିକ୍ଷାକୁ ସୁଦୃଢ଼ ଓ ଉନ୍ନତ କରିବା ପାଇଁ ରାଜ୍ୟରେ ଗୋଟିଏ ବୋର୍ଡର ଆବଶ୍ୟକତା ରହିଛି ବୋଲି ବୈଠକରେ ମତ ପ୍ରକାଶ ପାଇଥିଲା । ଏହି ଅନୁଯାୟୀ ରାଜ୍ୟର ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (BSE, CHSE) କୁ ମିଶାଇ ଗୋଟିଏ ବୋର୍ଡ ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା ।
ସେହିପରି ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଦିଆଯାଉଥିବା ବେଳେ ନବମ ଓ ଦଶମ ଶ୍ରେଣୀରେ କେବଳ ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କୁ ପାଠ୍ୟପୁସ୍ତକ ଦିଆଯାଉଛି । ନବମ ଓ ଦଶମ ଶ୍ରେଣୀର ସବୁ ପିଲାଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଦେବାପାଇଁ ବୈଠକରେ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଥିଲେ ।
ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷାର ଆବଶ୍ୟକତା  ସହିତ ସ୍ୱାସ୍ଥ୍ୟ ମଧ୍ୟ ଗୁରୁତ୍ୱପୂର୍ଣ୍ଣ । ସେଥିପାଇଁ ହଷ୍ଟେଲରେ ରହୁଥିବା ପିଲାମାନଙ୍କ ପାଇଁ ANM ନିଯୁକ୍ତ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ପ୍ରତ୍ୟେକ ୩୦୦ ପିଲାଙ୍କ ପାଇଁ ଜଣେ ANM ବା ବହୁମୁଖୀ ସ୍ୱାସ୍ଥ୍ୟକର୍ମୀ ନିଯୁକ୍ତ କରିବା ପାଇଁ ନିଷ୍ପତ୍ତି କରାଯାଇଛି ।
ସେହିପରି ନୂତନ ବେସରକାରୀ ବିଦ୍ୟାଳୟ ଅନୁମୋଦନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭାବେ ଅନଲାଇନ ପ୍ରକ୍ରିୟାରେ କରିବା ପାଇଁ ବୈଠକରେ ନିଷ୍ପତ୍ତି କରାଯାଇଛି ।
ସେହିପରି ଆଦିବାସୀ ପିଲାମାନଙ୍କୁ ମାତୃଭାଷାରେ ଶିକ୍ଷା ଦେବା ଉପରେ ଗୁରୁତ୍ୱାରୋପ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।  ଏହାଦ୍ୱାରା ପିଲାମାନଙ୍କ ସହିତ ଭାଷାଗତ ଯୋଗାଯୋଗରେ ସୁବିଧା ହେବ ଏବଂ ଶିକ୍ଷାର ମାନ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଏହା ସହିତ SCSTRTI ସହଯୋଗରେ କୋରାପୁଟରେ ଏକ ବହୁଭାଷୀ ଶିକ୍ଷା କେନ୍ଦ୍ର ପ୍ରତିଷ୍ଠା କରିବା ପାଇଁ ପଦକ୍ଷେପ ନିଆଯିବ ।
ସେହିପର ଭିନ୍ନକ୍ଷମ ପିଲାଙ୍କ ଶିକ୍ଷା ପାଇଁ ନିୟମିତ ଶିକ୍ଷକ ମାନଙ୍କୁ ଯେଉଁମାନେ ବିଇଡି କରିଥିବେ, ସେମାନଙ୍କୁ ବିଭିନ୍ନ କ୍ଲଷ୍ଟରରେ ରିସୋର୍ସ ପର୍ସନ ଭାବରେ ନିଯୁକ୍ତି ଦିଆଯିବ ।
 NCERT ଢାଞ୍ଚାରେ SCERT କୁ ବିକଶିତ କରିବା ପାଇଁ ପଦକ୍ଷେପ ନିଆଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା । Director of Textbook Publication and Marketing ସଂସ୍ଥାର ସୃଦୃଢୀକରଣ କରାଯିବା ପାଇଁ ମଧ୍ୟ ନିଷ୍ପତ୍ତି ହୋଇଛି ।
ଏହି ବୈଠକରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଅର୍ଥ ବିଭାଗ ପ୍ରମୁଖ ସଚିବ ଶ୍ରୀ ସଞ୍ଜୀବ ମିଶ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ, ଓସେପାର ନିର୍ଦ୍ଦେଶିକା ଶ୍ରୀମତୀ ଅନନ୍ୟା ଦାସ ଏବଂ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।
Share196Tweet123
M M

M M

ଆଜିର ପାଗ

Bhubaneswar
May 4, 2026, 12:19 AM
 

SSW
Mainly clear
26°C
3.3 m/s
Apparent: 31°C
Pressure: 1007 mb
Humidity: 93%
Winds: 3.3 m/s SSW
Windgusts: 11.5 m/s
UV-Index: 0
Precip.: 2.5mm /69% / Rain
Sunrise: 5:15 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom