ଓଡ଼ିଶାର ସେବା ପାଇଁ ସୁଯୋଗ ଦେଇଥିବାରୁ ଓଡ଼ିଶାବାସୀଙ୍କୁ ପ୍ରଣାମ । ଅକ୍ଳାନ୍ତ ପରିଶ୍ରମ କରି ରାଜ୍ୟରେ ପଦ୍ମ ଫୁଟାଇଥିବାରୁ କର୍ମୀଙ୍କୁ ବଧେଇ ଜଣାଇଲେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା । ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ରେ ଯୋଗଦେଇ ସେ ଏପରି କହିଛନ୍ତି । ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ ହୋଇ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଚାଲିଚି । ଏଥିରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର ଏବଂ ସହ-ପ୍ରଭାରୀ ଲତା ଉଶେଣ୍ଡି, ଦୁଇ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସମେତ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ମନ୍ତ୍ରିପରିଷଦର ସଦସ୍ୟମାନେ ଉପସ୍ଥିତ ରହିଛନ୍ତି ।