• Latest
  • Trending
ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟ ଅନ୍ତଃସାର ଶୂନ୍ୟ: ବିଜେଡି

ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟ ଅନ୍ତଃସାର ଶୂନ୍ୟ: ବିଜେଡି

Oct-16-2025 05:19 PM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Tuesday, November 18, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜନୀତି

ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟ ଅନ୍ତଃସାର ଶୂନ୍ୟ: ବିଜେଡି

ଗତ ୧୬ ମାସରେ ଡବଲ ଇଞ୍ଜିନ ସରକାର ଫେଲ ମାରିଛି

by M M
Oct-16-2025 05:19 PM IST
in ରାଜନୀତି, ରାଜ୍ୟ
0
ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟ ଅନ୍ତଃସାର ଶୂନ୍ୟ: ବିଜେଡି
491
SHARES
1.4k
VIEWS
Share on FacebookShare on Twitter

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନୂଆପଡାରେ ଦେଇଥିବା ବକ୍ତବ୍ୟକୁ ନେଇ ବର୍ଷିଛି ବିଜେଡି । ଏନେଇ ବିଜୁ ଜନତା ଦଳ କଡା ପ୍ରତିକ୍ରିୟା ଦେଇଛି । ନୂଆପଡା ଡବଲ ଇଞ୍ଜିନର ବିକାଶ ଦେଖିବ ବୋଲି ମୁଖ୍ୟମନ୍ତ୍ରୀ ଦେଇଥିବା ମନ୍ତବ୍ୟ ଉପରେ ପ୍ରତିକ୍ରିୟା ଦେଇ, ଦୀର୍ଘ ୧୬ ମାସରେ ରାଜ୍ୟ ବିକାଶ ପରିବର୍ତ୍ତେ ବିନାଶ ଦେଖିବାକୁ ମିଳୁଛି ବୋଲି ବିଜେଡି କହିଛି ।

ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ. ଲେନିନ ମହାନ୍ତି କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ହତାଶ ଭାବ ତାଙ୍କ ଭାଷଣରେ ପରିଲକ୍ଷିତ ହେଉଥିଲା । ଚିରାଚରିତ ଢଙ୍ଗରେ, ମୁଖ୍ୟମନ୍ତ୍ରୀ କେବଳ ଗୁଡିଏ ଗପ ଶୁଣାଇଛନ୍ତି, ଯାହାକୁ କେବେ ବି ନୂଆପଡାବାସୀ ଗ୍ରହଣ କରିବେ ନାହିଁ । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ, ବିଜେପି ପ୍ରାର୍ଥୀ ଆଜି ମନୋନୟନ ପତ୍ର ଦାଖଲ କରିବେ ବୋଲି କୁହାଯାଇଥିଲା । କିନ୍ତୁ, ତାହା ହୋଇ ପାରିଲା ନାହିଁ । ବିଜେପିରେ ପ୍ରାର୍ଥୀଙ୍କୁ ନେଇ ସୃଷ୍ଟି ହୋଇଥିବା ଅନ୍ତଦ୍ୱନ୍ଦ୍ୱ ଏବେବି ସମାଧାନ ହୋଇ ପାରିନାହିଁ ବୋଲି ଜଳ ଜଳ ଦିଶୁଛି । ସମ୍ଭବତଃ ସେହି କାରଣରୁ, ମୁଖ୍ୟମନ୍ତ୍ରୀଙ୍କ ହତାଶଭାବ ସୃଷ୍ଟି ହୋଇଛି । ମୁଖ୍ୟମନ୍ତ୍ରୀ ଆଜି ଦେଇଥିବା ବକ୍ତବ୍ୟ ଅନ୍ତଃସାର ଶୂନ୍ୟ ଥିଲା । କେବଳ ବିଜେପିର ବିଜୟ ନିଶ୍ଚିତ ବୋଲି ଦାବି କରିବା ଛଡା ତାଙ୍କ ବକ୍ତବ୍ୟରେ ଆଉ କିଛି ନଥିଲା ।

ଡ. ମହାନ୍ତି କହିଛନ୍ତି, ପ୍ରବାଦ ପୁରୁଷ ବିଜୁ ବାବୁ ମୁଖ୍ୟମନ୍ତ୍ରୀ ଥିବା ସମୟରେ ନୂଆପଡା ଜିଲ୍ଲା ଜନ୍ମ ନେଇଥିଲା ।  ନବୀନ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ, ନୂଆପଡାର ବିକାଶ ତ୍ୱରାନ୍ୱିତ ହୋଇଥିଲା । ପୂର୍ବରୁ ନୂଆପଡା ଜିଲ୍ଲା ଏକ ମରୁଡି ପ୍ରପୀଡ଼ିତ ଜିଲ୍ଲା ଭାବେ ପରିଚିତ ଥିଲା ବେଳେ,  ନବୀନ ପଟ୍ଟନାୟକଙ୍କ ସମୟରେ ଅପର-ଜଙ୍କ ଏବଂ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବା ପରେ ନୂଆପଡା ସବୁଜିମାର ରୂପ ନେଇଥିଲା । ସେହିପରି, ଗମନାଗମନ କ୍ଷେତ୍ରରେ, ବିଜୁ ଏକ୍ସପ୍ରେସ ୱେ ନିର୍ମାଣ ହେବା ପରେ ଐତିହାସିକ ପ୍ରଗତି ହାସଲ ହୋଇଛି । ଜିଲ୍ଲାର ସମସ୍ତ ସ୍କୁଲ ଓ ହସ୍ପିଟାଲର ରୂପାନ୍ତିକରଣ ହୋଇ ଶିକ୍ଷା ସ୍ୱାସ୍ଥ୍ୟ କ୍ଷେତ୍ରରେ ବିକାଶ ହୋଇଛି ।  ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ନୂଆପଡାରେ ‘ଝିଅ ପାଇଁ ଗଛ ଟିଏ’ କାର୍ଯ୍ୟକ୍ରମ ହାତକୁ ନେଇ ମହିଳା ସଶକ୍ତିକରଣକୁ ସେ ଅଞ୍ଚଳରେ ଦୃଢ କରିଥିଲେ । ଏହା ଦ୍ୱାରା ସେଠାରେ ମହିଳା ଓ ପୁରୁଷଙ୍କ ମଧ୍ୟରେ ଥିବା ଅନୁପାତ ୧୦୨୦କୁ ବୃଦ୍ଧି ପାଇଥିଲା । ନୂଆପଡାବାସୀ ବିଜୁ ଜନତା ଦଳ ସହିତ ଅଛନ୍ତି । ଉପନିର୍ବାଚନରେ, ନୂଆପଡାବାସୀ ବିଜେଡି ସପକ୍ଷରେ ମତଦାନ କରିବେ ବୋଲି ଡ. ମହାନ୍ତି କହିଛନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
November 18, 2025, 12:08 AM
 

N
Partly cloudy
17°C
0.8 m/s
Apparent: 17°C
Pressure: 1016 mb
Humidity: 75%
Winds: 0.8 m/s N
Windgusts: 7.6 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom