• Latest
  • Trending
ଆନ୍ଧ୍ର-ଓଡ଼ିଶା ଯୋଗାଯୋଗ ବିଚ୍ଛିନ୍ନ

ଆନ୍ଧ୍ର-ଓଡ଼ିଶା ଯୋଗାଯୋଗ ବିଚ୍ଛିନ୍ନ

Oct-29-2025 09:52 AM IST
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

Jan-14-2026 03:12 PM IST

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

Jan-14-2026 06:07 AM IST
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

Jan-14-2026 06:05 AM IST
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

Jan-14-2026 05:59 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-14-2026 05:53 AM IST
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

Jan-13-2026 06:06 AM IST
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

Jan-13-2026 06:03 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-13-2026 05:57 AM IST
ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

Jan-11-2026 05:22 AM IST
ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

Jan-11-2026 05:00 AM IST
  • About
  • Careers
  • Contact Us
Thursday, January 15, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆଜିର ପାଗ

ଆନ୍ଧ୍ର-ଓଡ଼ିଶା ଯୋଗାଯୋଗ ବିଚ୍ଛିନ୍ନ

by M M
Oct-29-2025 09:52 AM IST
in ଆଜିର ପାଗ
0
498
SHARES
1.4k
VIEWS
Share on FacebookShare on Twitter

ଆନ୍ଧ୍ରର ଆରକୁରେ ବାତ୍ୟା ‘ମୋନ୍ଥା’ର ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ କୋରାପୁଟ-କୋତାୱାଲସା ରେଳ ଲାଇନ୍‌ ଧୋଇଯାଇଛି। ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ ପରେ କିଛି ସ୍ଥାନରେ ଗଛ ଭାଙ୍ଗିବା ସହ ପଥର ଧସିଛି । ଲୋକଙ୍କ ଘର ମଧ୍ୟ ଭୁଷୁଡି ପଡିଛି । ଚମିଟିପାଲୀ ନିକଟରେ ରେଳଧାରଣା ଉପରେ ପାଣି ପ୍ରବାହିତ ହେବାରୁ ରେଳ ଲାଇନ କ୍ଷତିଗ୍ରସ୍ତ ହୋଇଛି। ଫଳରେ କୋରାପୁଟ-କୋତାୱାଲସା ରୁଟରେ ଚଳାଚଳ କରୁଥିବା ସମସ୍ତ ଯାତ୍ରୀବାହୀ ଓ ଏକ୍ସପ୍ରେସ୍‌ ଟ୍ରେନ୍‌କୁ ବାତିଲ କରାଯାଇଛି। ମାଲବାହୀ ଟ୍ରେନ୍‌ଗୁଡ଼ିକ ମଧ୍ୟ ବିଭିନ୍ନ ଷ୍ଟେସନରେ ଅଟକି ରହିଛି। ରେଳ ବିଭାଗ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ପାହାଡ଼ରୁ ପାଣି ମାଡ଼ି ଆସିଥିବାରୁ ରେଳ ଲାଇନର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ ହୋଇପାରିନି।

ବର୍ଷା କମିବା ପରେ ରେଳ ଲାଇନ ମରାମତି କରାଯାଇ ରେଳ ଚଳାଚଳକୁ ସ୍ବାଭାବିକ କରାଯିବ। ସେହିପରି ଆରକୁ ଘାଟି ରାସ୍ତା ଜଳମଗ୍ନ ହୋଇଛି। ପାହାଡ଼ରୁ ପାଣି ମାଡ଼ି ଆସିବା ଫଳରେ ରାଜ୍ୟ ରାଜପଥର ଆରକୁ ଘାଟି ରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ ଆନ୍ଧ୍ର-ଓଡ଼ିଶା ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ସୁରକ୍ଷା ଦୃଷ୍ଟିକୋଣରୁ ଆନ୍ଧ୍ର ପ୍ରଶାସନ ପକ୍ଷରୁ ଲମତାପୁଟ-ଆରକୁ-ବିଶାଖାପାଟଣା ରୁଟକୁ ବନ୍ଦ କରି ଦିଆଯାଇଛି। ଏହି ରୁଟରେ ଅଧିକ ସଂଖ୍ୟାରେ ପର୍ଯ୍ୟଟକ ଯାତାୟାତ କରୁଥିବାରୁ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ସୋମବାର ସନ୍ଧ୍ୟାରୁ ଆନ୍ଧ୍ରରେ ବର୍ଷା ଲାଗି ରହିଥିବାରୁ ଆରକୁ ଘାଟି ଉପରୁ ପାଣି ମାଡ଼ି ଆସି ରାଜପଥ ଉପର ଦେଇ ପ୍ରବାହିତ ହେଉଛି।

ବାତ୍ୟା ପ୍ରଭାବରେ ବୁଧବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ା ଆଦି ୫ ଜିଲାକୁ ଭୀଷଣ ବର୍ଷା ନେଇ ରେଡ ୱାର୍ନିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି ଏବଂ ଅନ୍ୟ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ନଭେମ୍ବର ୧ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳଗୁଡ଼ିକରେ ଘଣ୍ଟା ପ୍ରତି ୩୦ରୁ ୪୦ କି.ମିରୁ ୫୦ କି.ମି ବେଗରେ ପବନ ବହିଥିଲା। ବୁଧବାର ସକାଳ ପର୍ଯ୍ୟନ୍ତ ସେହି ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୬୦ ରୁ ୭୦ କି.ମି. କିମ୍ବା ୮୦ କି.ମି. ବେଗରେ ବହିବାର ସମ୍ଭାବନା ରହିଛି। ଏହା ଧୀରେଧୀରେ ହ୍ରାସ ପାଇ ୩୦ ଅକ୍ଟୋବର ସକାଳେ ଘଣ୍ଟା ପ୍ରତି ୩୫ରୁ ୪୫ କି.ମି. ଏବଂ ୫୫କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି।

Share199Tweet125
M M

M M

ଆଜିର ପାଗ

Bhubaneswar
January 15, 2026, 5:25 AM
 
N
Fog
13°C
0.8 m/s
Apparent: 13°C
Pressure: 1014 mb
Humidity: 99%
Winds: 0.8 m/s N
Windgusts: 5.6 m/s
UV-Index: 0
Precip.: 0mm /0% / Rain
Sunrise: 6:24 AM
Sunset: 5:26 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

January 14, 2026

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

January 14, 2026
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

January 14, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom