ସାଧାରଣ ଲୋକଙ୍କ ମତାମତା ନେବା ପରେ ଜାରି ହେବ ସୁଭଦ୍ରା ଯୋଜନାର ଏସ୍ଓପି । ଏନେଇ ଆଜି ବଡ଼ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସୁଭଦ୍ରା ଯୋଜନା ପାଇଁ ଏସ୍ଓପି ପ୍ରସ୍ତୁତ ସରିଛି, ଲୋକଙ୍କ ମତାମତକୁ ଅପେକ୍ଷା କରାଯାଇଛି । ସାରା ରାଜ୍ୟରେ ୧୦ଟି କ୍ଲଷ୍ଟରରେ ଲୋକମାନଙ୍କଠାରୁ ମତାମତ ନିଆଯାଉଛି । ଲୋକମାନେ ଯାହା ମତାମତ ଦେବେ ସେହି ହିସାବରେ ସଂଶୋଧନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି । ୧୪ ତାରିଖ ସୁଦ୍ଧା ଜିଲ୍ଲାପାଳମାନଙ୍କଠାରୁ ଫିଡ୍ବ୍ୟାକ୍ ରିପୋର୍ଟ ଆସିବ । ଲୋକଙ୍କ ମତ ପରେ ଏସ୍ଓପିରେ ସଂଶୋଧନ ହୋଇ ସାର୍ବଜନୀନ ହେବ । ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ହିତାଧିକାରୀଙ୍କୁ ଦିଆଯିବା ନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।
/odishatv/media/media_files/2026/03/25/naa-2026-03-25-12-43-50.jpg?w=1280&resize=1280,730&ssl=1)








