ଭଦ୍ରକ ଗ୍ରସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧାମନଗରରେ ଶକ୍ତି ପ୍ରଦର୍ଶନ କରିଛନ୍ତି । ଐତିହାସିକ ପୀଠ ତଥା ପର୍ଯ୍ୟଟନସ୍ଥଳୀ ଗୋହିରାଟିକିରିରେ ଶେଷ ସ୍ବାଧୀନ ରାଜା ମୁକୁନ୍ଦଦେବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ପରେ ନିକଟସ୍ଥ ମଠ ପରିଦର୍ଶନ କରିଛନ୍ତି । ଏହାପରେ ଦେଶର ପ୍ରଥମ ଗୃହମନ୍ତ୍ରୀ ତଥା ମହାନ ସ୍ବାଧୀନତା ସଂଗ୍ରାମୀ ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜନ୍ମ ଜୟନ୍ତୀ ଅବସରରେ ଏକତା ପଦଯାତ୍ରାରେ ସାମିଲ ହୋଇଥିଲେ ।
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ଥାନୀୟ ବିଧାୟକ ତଥା ଉଚ୍ଚଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ, ଭଦ୍ରକ ବିଧାୟକ ସିତାଂଶୁ ଶେଖର ମହାପାତ୍ର ଗୋହିରାଟିକିରିଠାରୁ ଦୋବଲ କାଳୀ ବଜାର ପର୍ଯ୍ୟନ୍ତ ପଦଯାତ୍ରା ରେ ଯାଇଥିଲେ । ଏହି ପଦଯାତ୍ରା ରେ ସ୍କୁଲ, କଲେଜ ଛାତ୍ରଛାତ୍ରୀ, ସ୍ଥାନୀୟ ବୁଦ୍ଧିଜୀବୀ ଓ ମାନ୍ୟଗଣ୍ୟ ବ୍ୟକ୍ତି ପଦଯାତ୍ରାରେ ସାମିଲ ହୋଇଥିଲେ । ପଦଯାତ୍ରା ପରେ ଦୋବଲ କାଳୀପଡ଼ିଆରେ ଆୟୋଜିତ ସଭାରେ ଧାମନଗରର ବିକାଶ ପାଇଁ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି କେନ୍ଦ୍ରମନ୍ତ୍ରୀ। ପ୍ରାୟ ୧୦୧ କୋଟି ଟଙ୍କା ବ୍ୟୟରେ ହେବାକୁ ଥିବା ୨୨ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି



















