ବରିଷ୍ଠ ବିଜେଡି ନେତା ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ପଶିଲା ଇଡି। ଆଜି ସକାଳୁ କ୍ଷୀରୋଦ ମଲ୍ଲିକଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ସମ୍ବଲପୁରର ତିନିଟି ସ୍ଥାନରେ ଇଡି ଚଢ଼ାଉ କରୁଛି। ୨୩୧ କୋଟି ଟଙ୍କା ଠକେଇ ଅଭିଯୋଗରେ ଏହି ଚଢ଼ାଉ କରାଯାଉଥିବାର ସୂଚନା ରହିଛି। ଖାଲି ସେତିକି ନୁହେଁ, ନୂଆଦିଲ୍ଲୀର ଗୋଟିଏ ସ୍ଥାନରେ ବି ଇଡି ଚଢ଼ାଉ କରୁଛି।