• Latest
  • Trending

ବିହାର ବିଜୟର ବିନ୍ଧାଣି ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭୁବନେଶ୍ୱରରେ ଭବ୍ୟ ସ୍ୱାଗତ

Nov-21-2025 01:46 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜନୀତି

ବିହାର ବିଜୟର ବିନ୍ଧାଣି ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭୁବନେଶ୍ୱରରେ ଭବ୍ୟ ସ୍ୱାଗତ

by M M
Nov-21-2025 01:46 PM IST
in ରାଜନୀତି, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱର: ବିହାର ବିଧାନସଭା ନିର୍ବାଚନରେ ଏନଡିଏର ଚମତ୍କାର ବିଜୟର ମୁଖ୍ୟ ରଣନୀତିଜ୍ଞ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ବିହାରରେ ଏନଡିଏକୁ ସ୍ପଷ୍ଟ ଏବଂ ପ୍ରବଳ ବହୁମତ ମିଳିବା ପରେ ସେ ପ୍ରଥମ ଥର ପାଇଁ ଓଡ଼ିଶା ଆସୁଥିବାରୁ, ଭୁବନେଶ୍ୱରରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି।

ଶହ ଶହ ବିଜେପି କର୍ମୀ ଓ ନେତା ବିମାନବନ୍ଦରରେ ଉପସ୍ଥିତ ରହି ପାରମ୍ପରିକ ନୃତ୍ୟବାଦ୍ୟ ସହ ଶ୍ରୀ ପ୍ରଧାନଙ୍କୁ ସ୍ୱାଗତ କରିଥିଲେ। ଏହି ଅବସରରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସାଂସଦ ବିଭୁ ପ୍ରସାଦ ତରାଇ, ବିଧାୟକ ଟଙ୍କଧର ତ୍ରିପାଠୀ, ଗୋଲେକ ମହାପାତ୍ର, ପିଙ୍କି ପ୍ରଧାନ, ତେଜେଶ୍ୱର ପରିଡ଼ା, ଏବଂ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ, ସେପ୍ଟେମ୍ବର ମାସରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିହାର ନିର୍ବାଚନ ଦାୟିତ୍ୱରେ ରଖାଯାଇଥିଲା। ବିହାରରେ ଏନଡିଏକୁ ୨୦୨ ଆସନ ସହ ସ୍ପଷ୍ଟ ବହୁମତ ମିଳିଥିବାବେଳେ ମହାମେଣ୍ଟ ମାତ୍ର ୩୫ ଆସନରେ ସୀମିତ ରହିଥିଲା।

ନୀତୀଶ କୁମାରଙ୍କ ଯୋଜନା ବ୍ୟତୀତ, ଏହି ସଫଳତା ପଛରେ ବିଜେପିର ସୁପରିକଳ୍ପିତ ରଣନୀତି ଏବଂ ମୋଦୀ-ନୀତୀଶ ଯୋଡ଼ିର ପୁରୁଣା ‘ଚମକ’ ଫେରାଇ ଆଣିବାରେ ଶ୍ରୀ ପ୍ରଧାନଙ୍କ ନିର୍ବାଚନ ରଣନୀତି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା। ଜଣେ ପ୍ରମୁଖ ନିର୍ବାଚନ ରଣନୀତିଜ୍ଞ ଭାବରେ ସେ ବିହାରରେ ଦଳକୁ ଏକ ନୂତନ ଶିଖରକୁ ନେଇଛନ୍ତି।

ଭୁବନେଶ୍ୱର ବିମାନବନ୍ଦରରେ ଭବ୍ୟ ସ୍ୱାଗତ ଗ୍ରହଣ କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସିଧାସଳଖ ପୁରୀ ଅଭିମୁଖେ ଯାତ୍ରା କରିଥିଲେ। ବିହାର ବିଧାନସଭା ନିର୍ବାଚନରେ ଏନ୍‌ଡିଏ ପାଇଁ ସେ ପ୍ରମୁଖ ରଣନୀତିଜ୍ଞ ଭାବରେ ସଫଳତା ଆଣିବା ପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ତାଙ୍କ ଗସ୍ତର ମୁଖ୍ୟ ଆକର୍ଷଣ ଥିଲା।

ଶ୍ରୀ ପ୍ରଧାନ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଦୀର୍ଘ ସମୟ ଧରି ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କୁ ଦର୍ଶନ କରିଥିଲେ। ମହାପ୍ରଭୁଙ୍କ ଦର୍ଶନ ଶ୍ରୀ ପ୍ରଧାନ କହିଥିଲେ: “ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ଶୁଭେଚ୍ଛା କାରଣରୁ ବିହାରରେ ଏନ୍‌ଡିଏ ଏତେ ବଡ଼ ସଫଳତା ହାସଲ କରିପାରିଛି। ଆଜି ମୁଁ ମହାପ୍ରଭୁଙ୍କୁ କୋଟି କୋଟି ପ୍ରଣାମ ଜଣାଇବା ସହ ଓଡ଼ିଶାର ବିକାଶ ଓ ଦେଶର ଉନ୍ନତି ପାଇଁ ତାଙ୍କର କୃପା କାମନା କରୁଛି।”

ତାଙ୍କୁ ସ୍ୱାଗତ କରିବା ପାଇଁ ଶ୍ରୀମନ୍ଦିର ନିକଟରେ ମଧ୍ୟ ବହୁ ସଂଖ୍ୟକ ବିଜେପି କର୍ମୀ ଉପସ୍ଥିତ ଥିଲେ। ପୁରୀରେ ଦର୍ଶନ ସାରିବା ପରେ ସେ ପରବର୍ତ୍ତୀ କାର୍ଯ୍ୟକ୍ରମ ପାଇଁ କଟକ ଅଭିମୁଖେ ଯାତ୍ରା କରିଥିଲେ।

Share196Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 11:58 AM
 

NE
Partly cloudy
27°C
1.3 m/s
Apparent: 23°C
Pressure: 1018 mb
Humidity: 88%
Winds: 1.3 m/s NE
Windgusts: 5.8 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom