ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମୋଟ ୧୧ ଦିନ ଚାଲିବା ପରେ ଆଜି ଶେଷ ହୋଇଛି। ଏହି ଅଧିବେଶନ ବେଶ୍ ଚର୍ଚ୍ଚିତ ଥିଲା, କାରଣ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଧାନସଭାକୁ ସମ୍ବୋଧିତ କରି ବିଧାୟକଙ୍କ ଆଚରଣ ଉପରେ ଗୁରୁତ୍ୱ ଦେଇଥିଲେ। ଶୀତ ଅଧିବେଶନରେ ମୋଟ ୧୧ ଦିନ ଚାଲିଲା ଗୃହକାର୍ଯ୍ୟ । ଆଜିଠାରୁ ଶୀତକାଳୀନ ଅଧିବେଶନ ଶେଷ ହେଲା। ଏଥର ବିଧାନସଭାର ଶୀତ ଅଧିବେଶନ ବେଶ୍ ଚର୍ଚ୍ଚିତ ଥିଲା । କାରଣ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଧାନସଭାକୁ ସମ୍ବୋଧିତ କରିଥିଲେ। ବିଧାୟକମାନେ କେମିତି ଆଚରଣ ଓ ଉଚ୍ଚାରଣ କରିବେ ସେନେଇ ସଚେତନ କରାଇଥିଲେ । ଖାଲି ଏତିକି ନୁହେଁ ବରଂ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାସହ ଅନେକ ପ୍ରସଙ୍ଗରେ ଶାସକ ଓ ବିରୋଧୀ ବି ଗୃହରେ ମୁହାଁମୁହିଁ ହେବାର ଦେଖାଯାଇଥିଲା । ବିଧାନସଭାର ଶେଷ ଦିନରେ ମାଲକାନଗିରିକୁ ନେଇ କମ୍ପିଥିଲା ଗୃହ । ଶୂନ୍ୟକାଳର ନିଆଁ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ ବିରୋଧୀ । ଗୃହରେ ମାଲକାନାଗିରି ହିଂସା ପ୍ରସଙ୍ଗ ଉଠାଇ ସରକାର ଉପରେ ବର୍ଷିଥିଲେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜ୍ୟର ଗୋଟିଏ ଅଂଶ ଜଳୁଥିବା ବେଳେ ଆମେ ଏଠି ନିୟମ ତିଆରି କରୁଛେ ଏହା କେତେ ଠିକ୍ ବୋଲି ପ୍ରଶ୍ନ ଉଠାଇଥିଲେ ରାଜା । ମୁଖ୍ୟମନ୍ତ୍ରୀ ଗୃହକୁ ଆସୁ ନାହାନ୍ତି କି ଏହି ପ୍ରସଙ୍ଗରେ ମୁହଁ ଖୋଲୁନାହାନ୍ତି । ଯେମିତି ମଣିପୁର ଜଳୁଥିଲା, ସେମିତି ଏବେ ମାଲକାନଗିରି ଜଳୁଛି । ବେଙ୍ଗଲି କହୁଥିବା ଲୋକ ସମସ୍ତେ ବାଂଲାଦେଶୀ ନୁହନ୍ତି । କିନ୍ତୁ ରାଜ୍ୟରେ ସେଭଳି ବାତାବରଣ ତିଆରି କରାଯାଉଛି ବୋଲି ସରକାରଙ୍କୁ ଦୋଷ ଦେଇଛନ୍ତି ରାଜା ସ୍ୱାଇଁ । ଏଥିସହ ମୁଖ୍ୟମନ୍ତ୍ରୀ ଗୃହରେ ବିବୃତ୍ତି ଦେବାକୁ ବାଚସ୍ପତି ନିର୍ଦ୍ଦେଶ ଦିଅନ୍ତୁ ଏବଂ ତୁରନ୍ତ ହାଉସ କମିଟି ଗଠନ କରାଯାଉ ବୋଲି ସେ କହିଛନ୍ତି । ଆଜି ବିଧାନସଭାରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ଉଠାଇଛନ୍ତି। ସେ କହିଛନ୍ତି ସରକାର ତଦନ୍ତ କରିବା ଉଚିତ। ସେ ଆହୁରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ଯେ ଓଡ଼ିଶାରେ ବିଜେପି ସରକାର ଆସିଲେ ଚାବି ହଜିବା ପ୍ରସଙ୍ଗରେ ସିବିଆଇ ତଦନ୍ତ କରାଯିବ। ଯାହା ଅଭିଯୋଗ ହେଉଥିଲା ତାହାର ତଦନ୍ତ କାହିଁକି କରାଯାଉନାହିଁ ବୋଲି ସେ କହିଥିଲେ ।




















