ମେଷ : ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ । ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ । ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ । କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ । ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ । ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।
ବୃଷ: ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ । ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ । କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ | ବ୍ୟାପାର ଲାଭଦାୟକ ରହିବ | ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ ।
ମିଥୁନ: ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ | ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ । କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ | ବ୍ୟାପାର ମଧ୍ୟମ ରହିବ | ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ ।
କର୍କଟ: ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ | ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ | ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ ।
ସିଂହ : ଆଜି ବ୍ୟୟବୃଦ୍ଧି ହେବ | ଚକ୍ଷୁ ପୀଡା ଦେଖାଦେବ | ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ | କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ | ବ୍ୟାପାରରେ କ୍ଷତି ସହିପାରନ୍ତି | ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ |
କନ୍ୟା:ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ | ଶୁଭ ସମାଚାର ମିଳିପାରେ | କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ | ବ୍ୟାପାର ଲାଭଦାୟୀ ରହିବ | ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ |
ତୁଳା: ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ | ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ | ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି | ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ | ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ |
ବିଛା: ଆପଣଙ୍କ ଶକ୍ତିର ସ୍ତର ଭଲ ରହିବ। ବେପାରରେ ଉନ୍ନତି ହେବ। ସାମାଜିକ କାର୍ଯ୍ୟରେ ସହଯୋଗ ଦିଅନ୍ତୁ ସମ୍ମାନ ବଢ଼ିବ। ଅଫିସରେ ଆପଣଙ୍କର ପ୍ରଦର୍ଶନ ପ୍ରଶଂସନୀୟ ହେବ।
ଧନୁ: କାରବାରରେ ଏକ ଲୟ ତିଆରି କରି କାମ କରନ୍ତୁ ଲାଭ ହେବ। ଭାଇ ଭଉଣୀଙ୍କ ସହିତ ସମ୍ବନ୍ଧ ଭଲ ହେବ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଆନନ୍ଦମୟ ରହିବ। ଛାତ୍ରଛାତ୍ରୀ ପରିଶ୍ରମର ସଫଳତା ପାଇବେ।
ମକର: ଆପଣଙ୍କ ଜୀବନ ଜୀବିକା ପାଇଁ ଭଲ ଦିନଟିଏ। ପରିବାର ଲୋକଙ୍କ ମଧ୍ୟରେ ମଧୁର ବାତାବରଣ ରହିବ। ଅଫିସର କୌଣସି କାମରେ ଦୂରସ୍ଥାନକୁ ଯିବେ। ଜମି ସମ୍ବନ୍ଧୀୟ କୌଣସି କାମ ସମାଧାନ ହେବ।
କୁମ୍ଭ: କ୍ୟାରିୟରରେ ସଫଳତା ପାଇବେ। ଘରକୁ କୌଣସି ବନ୍ଧୁର ଆଗମନ ହେବ। ଛାତ୍ର ନିଜ କ୍ୟାରିୟରରେ ସଫଳତାର ଖୁବ୍ ନିକଟବର୍ତ୍ତୀ ହୋଇପାରିବେ। ଯାତୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।
ମୀନ: ମନରେ କିଛି ନୂଆ କରିବାର ଆଗ୍ରହ ବଢ଼ିବ। ଆମଦାନିର ନୂଆ ଉତ୍ସ ପାଇବେ। ସମାଜର ଲୋକ ଆପଣଙ୍କ ବ୍ୟକ୍ତିତ୍ବରେ ପ୍ରସନ୍ନ ରହିବେ। କୌଣସି ଖବର ପାଇ ଖୁସିରେ ଆତ୍ମହରା ହେବେ। ବୈବାହିକ ଜୀବନ ସୁଖକର ହେବ।