ଆଜି ଦିନ ସାରା ଲଘୁଚାପ ପ୍ରଭାବରେ ୪ଟି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ ଲଗାଣ ବର୍ଷା ହେବ । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ ଗତି କରିବ। ତେବେ ଦୁଇ ଦିନରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଥିବାରୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡା ସହ ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷିବ । ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୧୧ଟି ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି । ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୂଆପଡା, ନୟାଗଡ, ଖୋର୍ଦ୍ଧା ଓ ପୁରୀ ଜିଲା ରହିଛି। ରାଜଧାନୀରେ ମଧ୍ୟ ଲଗାଣ ବର୍ଷା ହେବାର ସଂଭାବନା ରହିଛି । ତେଣୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।




/odishatv/media/media_files/2026/03/25/naa-2026-03-25-12-43-50.jpg?w=1280&resize=1280,730&ssl=1)




