ନୂଆପଡ଼ା ଉପନିର୍ବାଚନ ପାଖେଇ ଆସୁଛି । କିନ୍ତୁ ବିଜେପି, ବିଜେଡି ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାଁନ୍ତି । କଂଗ୍ରେସ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଛି । ବିଜେଡି କାହାକୁ ପ୍ରାର୍ଥୀ ଘୋଷଣା କରିବ ତାହା ଜଣାପଡିନାହିଁ । କିନ୍ତୁ ବିଜେପି ଜୟ ଢ଼ୋଲକିଆଙ୍କୁ ପ୍ରାର୍ଥୀ କରିବ । ଆଜିଠୁ ନାମାଙ୍କନ କରିପାରିବେ ପ୍ରାର୍ଥୀ । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ନୂଆପଡ଼ା ଉପ ନିର୍ବାଚନ ପାଇଁ ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ କରିପାରିବେ । ଏହାପରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ ଏବଂ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରାଯିବ । ନିର୍ବାଚନ କମିସନଙ୍କ ଘୋଷଣା ମୁତାବକ, ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ ଆଉ ୧୪ ତାରିଖରେ ଫଳାଫଳ ପ୍ରକାଶ ପାଇବ । ତେବେ ଏ ସବୁ ପ୍ରକ୍ରିୟା ପାଇଁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।