ରାଶନ କାର୍ଡରୁ ବିଦେଶୀଙ୍କ ନାଁ କଟିବ

by nwradmin APR-28-2025 11:22 AM IST in ବଡ଼ ଖବର

ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ରାଶନ କାର୍ଡରୁ ବିଦେଶୀଙ୍କ ନାଁ କଟିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଓଡ଼ିଶାରେ ଅନୁପ୍ରବେଶ କରି ପାକିସ୍ତାନୀ, ବାଂଲାଦେଶୀ ରାଶନ କାର୍ଡ ହାତେଇଛନ୍ତି। ସେମାନଙ୍କୁ ଚିହ୍ନଟ କରି ନାଁ କାଟିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ମନ୍ତ୍ରୀ ପ୍ରକାଶ କରିଛନ୍ତି। ପହଲ୍‌ଗାମ ଘଟଣାରେ  ୨୬ ନିରୀହ ପର୍ଯ୍ୟଟକଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପରେ ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ରାଜ୍ୟ ସରକାର ଏହା ପରେ ଅନେକ କଠୋର ପଦକ୍ଷେପ ନେବାକୁ ଘୋଷଣା କରିଛନ୍ତି ।