• Latest
  • Trending
ରତ୍ନଭଣ୍ଡାରରେ କଣ ଅଛି ? କେତେ ସୁନା କେତେ ରୁପା ଅଛି

ରତ୍ନଭଣ୍ଡାରରେ କଣ ଅଛି ? କେତେ ସୁନା କେତେ ରୁପା ଅଛି

Jul-13-2024 05:45 PM IST
ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

Jan-15-2026 06:21 AM IST
ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

Jan-15-2026 06:13 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-15-2026 05:34 AM IST
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

Jan-14-2026 03:12 PM IST

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

Jan-14-2026 06:07 AM IST
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

Jan-14-2026 06:05 AM IST
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

Jan-14-2026 05:59 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-14-2026 05:53 AM IST
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

Jan-13-2026 06:06 AM IST
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

Jan-13-2026 06:03 AM IST
  • About
  • Careers
  • Contact Us
Thursday, January 15, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବିଶେଷ

ରତ୍ନଭଣ୍ଡାରରେ କଣ ଅଛି ? କେତେ ସୁନା କେତେ ରୁପା ଅଛି

by M M
Jul-13-2024 05:45 PM IST
in ବିଶେଷ, ଭିଡ଼ିଓ, ମୁଖ୍ୟ ଖବର
0
ରତ୍ନଭଣ୍ଡାରରେ କଣ ଅଛି ? କେତେ ସୁନା କେତେ ରୁପା ଅଛି
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱର :  ୧୯୭୮ ମସିହାରେ ନୀଳମଣି ରାଉତରାୟଙ୍କ ମୁଖ୍ୟମନ୍ତ୍ରୀତ୍ୱ କାଳରେ ରତ୍ନଭଣ୍ଡାର ଖୋଲିଥିଲା । ଆଉ ସେତେବେଳେ ଆଇନମନ୍ତ୍ରୀ ଥିଲେ ବିଶ୍ୱଭୂଷଣ ହରିଚନ୍ଦନ । ଆଉ ଦୀର୍ଘ ୪୬ବର୍ଷ ପରେ ଏବେ  ଆଇନ୍‍ ମନ୍ତ୍ରୀ ଅଛନ୍ତି ସେତେବେଳର ଆଇନ ମନ୍ତ୍ରୀ ତଥା ବର୍ତ୍ତମାନର ରାଜ୍ୟପାଳ ଥିବା ବିଶ୍ବଭୂଷଣ ହରିଚନ୍ଦନଙ୍କ ପୁଅ ପୃଥିରାଜ ହରିଚନ୍ଦନ । ସେତେବେଳ   ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ବିଭିନ୍ନ ସାମଗ୍ରୀର ଗଣତି ଓ ମଣତି କରାଯାଇଥିଲା । ସେତେବେଳର ରାଜ୍ୟପାଳ ଭଗବତ ଦୟାଲ ଶର୍ମାଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିରର ସଂସ୍କାର ଲାଗି ଏକ କମିଟି ଗଠନ କରାଯାଇଥିଲା ଏବଂ ଏହି କମିଟି ସେ ସମୟରେ ଯେଉଁ ରିପୋର୍ଟ ଦେଇଥିଲେ ତାହା ଆଧାରରେ ଶ୍ରୀମନ୍ଦିରର ଖୋଲିଥିଲା ।

କିଛି ସୂଚନା ଆଧାରରେ ଦୀର୍ଘ ୪୬ବର୍ଷ ତଳେ ପୁରୀ ଶ୍ରୀମନ୍ଦିରର ରତ୍ନ ଭଣ୍ଡାରରେ ଗଣତି କରାଯାଇଥିବା ସୁନା  ଦେଢ କୁଇଣ୍ଟାଲରୁ ଅଧିକ ଥିଲା । ଅନେକ ସୁନା ଅଳଙ୍କାର ସେ ସମୟରେ ଗଣତି ହୋଇପାରିନଥିଲା ।  ଭିତର ଓ ବାହାର ରତ୍ନ ଭଣ୍ଡାରରେ ରଖାଯାଇଥିବା ସମସ୍ତ ସାମଗ୍ରୀର ଏକ ପୂର୍ଣ୍ଣାଙ୍ଗ ତାଲିକା ୧୯୭୮ ମସିହା ମଇ ୧୩ ତାରିଖରୁ ଜୁଲାଇ ୨୩ ତାରିଖ ମଧ୍ୟରେ ପ୍ରସ୍ତୁତ କରାଯାଇଥିଲା । ଏହି ତଥ୍ୟ ଏବେ ବି ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନ ନିକଟରେ ରହିଛି । ଉକ୍ତ ତଥ୍ୟ ମୁତାବକ ୧୨,୮୩୧ ଭରି ୧ଅଣା ଓଜନର ମୂଲ୍ୟବାନ ପଥର ସହିତ ସୁନା ଅଳଙ୍କାର ଓ ଅନ୍ୟାନ୍ୟ ଜିନିଷ ସୁମାରି କରାଯାଇଥିଲା ।

୨୨,୧୫୩ ଭଳି ଓଜନର ମୂଲ୍ୟବାନ ପଥର ସହିତ ରୂପା ବାସନ, ପୂଜା ସାମଗ୍ରୀ ଓ ଅନ୍ୟାନ୍ୟ ଜିନିଷ ଗଣତି କରାଯାଇଥିଲା ।

ଗୋଟିଏ ଭରିର ଓଜନ ୧୧.୬୬ ଗ୍ରାମ ବୋଲି କୁହାଯାଉଥିବାରୁ ସେତେବେଳେ ସୁମାରି ହୋଇଥିବା ମୂଲ୍ୟବାନ ପଥର ସହିତ ସ୍ୱର୍ଣର୍ ସାମଗ୍ରୀର ଓଜନ ୧୪୯ କିଲୋ ୬୦୯ ଗ୍ରାମରୁ ଅଧିକ ଥିଲା ବୋଲି କୁହାଯାଇପାରିବ । ସେହିପରି ମୂଲ୍ୟବାନ ପଥର ସହିତ ରୂପା ସାମଗ୍ରୀର ଓଜନ ୨୫୮ କଲୋ ୩୦୩ ଗ୍ରାମରୁ ଅଧିକ ରହିଥିବା ଜଣାପଡିଥିଲା ।

ସରକାରୀ ତଥ୍ୟ ମୁତାବକ ସେତେବେଳେ ଆଉ ୧୪ଟି ସୁନା ଓ ରୂପା ଜିନିଷ ବିଭିନ୍ନ କାରଣରୁ ଓଜନ କରାଯାଇ ପାରିନଥିଲା ଏବେ ତାହାର ଓଜନ ହୋଇପାରିବ   ।ଶ୍ରୀମନ୍ଦିର ଆଇନ୍‍ ଅନୁଯାୟୀ ନିର୍ଦ୍ଧାରିତ ପନ୍ଥାରେ ରତ୍ନଭଣ୍ଡାରର ସମ୍ପତ୍ତି ସବୁର ଗଣତି, ମଣତି ଓ ରକ୍ଷଣା ବେକ୍ଷଣ ହେବାକଥା । ତେବେ ବିଭିନ୍ନ କାରଣରୁ ୪୬ବର୍ଷ ଧରି ଭିତର ରତ୍ନଭଣ୍ଡାରର ସାମଗ୍ରୀର ଆଉ ହିସାବ ନିକାଶ ହୋଇପାରିନାହିଁ । ବର୍ତ୍ତମାନର ମୋହନ ମାଝୀଙ୍କ ସରକାର ରତ୍ନଭଣ୍ଡାର ଖୋଲିବା ପାଇଁ ସମ୍ମତି ପ୍ରଦାନ  କରିଛନ୍ତି ।  ଭିତର ରତ୍ନଭଣ୍ଡାରର ସ୍ଥିତି ଯାଞ୍ଚ ପାଇଁ ମଧ୍ୟ କୁହାଯାଇଛି । ରତ୍ନଭଣ୍ଡାର ମରାମତି ମଧ୍ୟ କରାଯିବ । ଲେଜର ସ୍କାନିଂରୁ ରତ୍ନଭଣ୍ଡାରରେ ଫାଟ ହୋଇଥିବା ଜଣାପଡିଛି । ତେଣୁ ଏହାର ମରାମତିର ନିହାତି ଆବଶ୍ୟକତା ରହିିଛି । ତେବେ ଆଉ ଦିନକ ପରେ ରତ୍ନଭଣ୍ଡାର ଖୋଲାଯିବାପାଇଁ ଥିବାରୁ ସମସ୍ତଙ୍କ ମନରେ ଏ ବିଷୟରେ ଜାଣିବା ପାଇଁ ଆଗ୍ରହ ବୃଦ୍ଧି ପାଇଛି । ଆସନ୍ତାକାଲି ଖୋଲିବ ରତ୍ନଭଣ୍ଡାର ।  ଏସଓପି ଜାରି ହେବା ପରେ କେମିତି ରତ୍ନଭଣ୍ଡାର ଖୋଲାଯିବ । ରତ୍ନଭଣ୍ଡାର ଭିତରକୁ ପଶିବାକୁ କେଉଁମାନଙ୍କୁ ଅନୁମତି ମିଳିବ ତାହା ସ୍ପଷ୍ଟ ହେବ ।  କମିଟି ସଦସ୍ୟମାନେ ରତ୍ନଭଣ୍ଡାର ଭିତରକୁ ପ୍ରବେଶ କରିବେ । ହେଲେ ରତ୍ନଭଣ୍ଡାର ଭିତରକୁ ପ୍ରବେଶ କରିବା ପୂର୍ବରୁ ଲୋକନାଥଙ୍କ ପୂଜାର୍ଚ୍ଚନା କରାଯିବ । ଏନେଇ ସମସ୍ତ କମିଟି ସଦସ୍ୟ ସାତ୍ୱିକ ଭୋଜନ କରୁଛନ୍ତି । ସେମାନେ ସେବାୟତଙ୍କ ଡ୍ରେସରେ ଭିତରକୁ ଯିବେ । ଏହି ସମୟରେ କମିଟି ସମସ୍ତ ଟିମର ସହଯୋଗ ନେବ । ଏହସହ ରୋଚକ କଥା ହେଉଛି ରତ୍ନଭଣ୍ଡାର ଭିତରେ ସାପ ଥିବା କଥା କୁହାଯାଉଥିବା ବେଳେ ଏଥିରୁ ରକ୍ଷା ପାଇବା ପାଇଁ ସ୍ନେକ ହେଲପଲାଇନକୁ ପ୍ରସ୍ତୁତ କରାଯାଇଛି । ସେହିଭଳି ରତ୍ନଭଣ୍ଡାରରେ ପ୍ରବେଶ ପୂର୍ବରୁ ସେଠାରେ ଆଲୋକିକରଣର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

Share196Tweet123
M M

M M

ଆଜିର ପାଗ

Bhubaneswar
January 15, 2026, 11:52 PM
 
NE
Clear sky
16°C
1 m/s
Apparent: 16°C
Pressure: 1015 mb
Humidity: 91%
Winds: 1 m/s NE
Windgusts: 6.3 m/s
UV-Index: 0
Precip.: 0mm /0% / Rain
Sunrise: 6:24 AM
Sunset: 5:26 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

January 15, 2026
ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

January 15, 2026
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

January 15, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom