• Latest
  • Trending
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

Dec-30-2025 03:15 PM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
  • About
  • Careers
  • Contact Us
Monday, March 16, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

by M M
Dec-30-2025 03:15 PM IST
in ଦେଶ ବିଦେଶ
0
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ
491
SHARES
1.4k
VIEWS
Share on FacebookShare on Twitter

ନୂଆଦିଲ୍ଲୀ : ବାଂଲାଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ତଥା ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷା ବେଗମ ଖାଲିଦା ଜିଆଙ୍କ ଆଜି ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ଦୀର୍ଘ ଦିନ ଧରି ଅସୁସ୍ଥତା ପରେ ଆଜି ତାଙ୍କର ଜୀବନଦୀପ ଲିଭିଯାଇଛି। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିବା ସହ ବାଂଲାଦେଶର ବିକାଶ ଓ ଭାରତ-ବାଂଲାଦେଶ ସମ୍ପର୍କ ପ୍ରତି ତାଙ୍କର ଅବଦାନକୁ ମନେ ପକାଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X)ରେ ପୋଷ୍ଟ କରି ଲେଖିଛନ୍ତି ଯେ, “ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ବେଗମ ଖାଲେଦା ଜିଆଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଗଭୀର ଦୁଃଖିତ। ବାଂଲାଦେଶର ବିକାଶ ଏବଂ ଉଭୟ ଦେଶ ମଧ୍ୟରେ ଥିବା ସମ୍ପର୍କ ପ୍ରତି ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ।” ପ୍ରଧାନମନ୍ତ୍ରୀ ୨୦୧୫ ମସିହାରେ ଢାକା ଗସ୍ତ ସମୟରେ ଖାଲିଦା ଜିଆଙ୍କ ସହ ହୋଇଥିବା ସାକ୍ଷାତକୁ ମନେ ପକାଇବା ସହ ତାଙ୍କ ପରିବାର ଓ ବାଂଲାଦେଶବାସୀଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

ସୂଚନା ଅନୁଯାୟୀ, ଖାଲିଦା ଜିଆ ଦୀର୍ଘ ଦିନ ଧରି ଲିଭର ସିରୋସିସ୍ ରୋଗରେ ପୀଡ଼ିତ ଥିଲେ। ଏଥିସହ ସେ ଆର୍ଥ୍ରାଇଟିସ୍, ହୃଦରୋଗ ଏବଂ ମଧୁମେହ ଭଳି ଜଟିଳ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ। ଉନ୍ନତ ଚିକିତ୍ସା ପାଇଁ ସେ ଲଣ୍ଡନ ଯାଇଥିଲେ ଏବଂ ଚାରି ମାସ ପରେ ଗତ ମେ ୬ ତାରିଖରେ ବାଂଲାଦେଶ ଫେରିଥିଲେ।

ଖାଲିଦା ଜିଆ ଦୁଇଟି ପର୍ଯ୍ୟାୟରେ (୧୯୯୧-୧୯୯୬ ଏବଂ ୨୦୦୧-୨୦୦୬) ବାଂଲାଦେଶର ପ୍ରଧାନମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ।

ସେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି ତଥା ବିଏନପି ପ୍ରତିଷ୍ଠାତା ଜିଆଉର ରହମାନଙ୍କ ପତ୍ନୀ ଥିଲେ।  ତାଙ୍କର ଦୁଇ ପୁଅଙ୍କ ମଧ୍ୟରୁ ବଡ଼ ପୁଅ ତାରିକ ରହମାନ ବର୍ତ୍ତମାନ ବିଏନପିର କାର୍ଯ୍ୟକାରୀ ଅଧ୍ୟକ୍ଷ ଅଛନ୍ତି। ସେ ଦୀର୍ଘ ବର୍ଷ ଲଣ୍ଡନରେ ରହିବା ପରେ ଏହି ମାସରେ ଦେଶକୁ ଫେରିଛନ୍ତି। ସାନ ପୁଅ ଆରାଫାତ ରହମାନଙ୍କର ୨୦୧୫ରେ ମୃତ୍ୟୁ ଘଟିଥିଲା।  ଦେଶରେ ରାଜନୈତିକ ଅସ୍ଥିରତା ମଧ୍ୟରେ ୨୦୨୪ ଅଗଷ୍ଟ ୬ ତାରିଖରେ ସେ ଜେଲ୍‌ରୁ ମୁକ୍ତ ହୋଇଥିଲେ।  ପ୍ରଧାନମନ୍ତ୍ରୀ ମୋଦୀ ଆଶା ପ୍ରକାଶ କରିଛନ୍ତି ଯେ, ବେଗମ ଖାଲିଦାଙ୍କ ଦୂରଦୃଷ୍ଟି ଏବଂ ଐତିହ୍ୟ ଆଗାମୀ ଦିନରେ ଭାରତ-ବାଂଲାଦେଶର ସହଭାଗୀତାକୁ ଏକ ନୂଆ ଦିଗ ଦେଖାଇବ। ତାଙ୍କ ଦେହାନ୍ତରେ ବାଂଲାଦେଶ ରାଜନୀତିରେ ଏକ ଯୁଗର ଅବସାନ ଘଟିଛି।

Share196Tweet123
M M

M M

ଆଜିର ପାଗ

Bhubaneswar
March 16, 2026, 1:17 AM
 
S
Overcast
25°C
2.5 m/s
Apparent: 29°C
Pressure: 1010 mb
Humidity: 84%
Winds: 2.5 m/s S
Windgusts: 10.5 m/s
UV-Index: 0
Precip.: 7.6mm /38% / Rain
Sunrise: 5:54 AM
Sunset: 5:56 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

March 9, 2026
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom