• Latest
  • Trending
ରାଜ୍ୟ ଗୁଡିକ ସହ ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

ରାଜ୍ୟ ଗୁଡିକ ସହ ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

July 9, 2024

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025
  • About
  • Careers
  • Contact Us
Saturday, August 2, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ରାଜ୍ୟ ଗୁଡିକ ସହ ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

by M M
July 9, 2024
in ବଡ଼ ଖବର, ରାଜ୍ୟ
0
ରାଜ୍ୟ ଗୁଡିକ ସହ ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ
491
SHARES
1.4k
VIEWS
Share on FacebookShare on Twitter

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳମାନଙ୍କ ସହ ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗର ସମୀକ୍ଷା ବୈଠକର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ ସମଗ୍ର ଭାରତବର୍ଷରେ ବିଦ୍ୟାଳୟ ଶିକ୍ଷାର ସାମଗ୍ରିକ ବିକାଶ ପାଇଁ ଆଗାମୀ ପାଞ୍ଚ ବର୍ଷର ରୋଡମ୍ୟାପ୍ ଉପରେ ନିଜ ମତ ରଖିଛନ୍ତି । ସେ କହିଛନ୍ତି ଯେ ଶିକ୍ଷା ହେଉଛି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବିକଶିତ ଭାରତ ପରିକଳ୍ପନାର ଏକ ପ୍ରମୁଖ ସ୍ତମ୍ଭ ଏବଂ ଏହି ଲକ୍ଷ୍ୟ ହାସଲ କରିବା ପାଇଁ ହେଲେ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ମିଳିତ ଭାବେ କାର୍ଯ୍ୟ କରିବାକୁ ପଡିବ । ଜାତୀୟ ଶିକ୍ଷା ନୀତିର ପାଖାପାଖି ୪ ବର୍ଷ ମଧ୍ୟରେ ଦେଶର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ଅଗ୍ରଗତି ହୋଇଛି । ଭାରତକୁ ଏକ ଜ୍ଞାନ ମହାଶକ୍ତିରେ ପରିଣତ କରିବା ପାଇଁ ଗୁଣାତ୍ମକ ଶିକ୍ଷାକୁ ପ୍ରାଥମିକତା ଦିଆଯାଉଛି । ଶିକ୍ଷାକୁ ସର୍ବବ୍ୟାପୀ ଏବଂ ସର୍ବସ୍ପର୍ଶୀ କରିବା ଦିଗରେ ଜାତୀୟ ଶିକ୍ଷା ନୀତିର କ୍ରିୟାନ୍ୱୟନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ।

ଭାରତୀୟ ଭାଷାରେ ଶିକ୍ଷା ପ୍ରଦାନ ଉପରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଜାତୀୟ ଶିକ୍ଷା ନୀତି ୨୦୨୦ରେ ମାତୃଭାଷା ଏବଂ ସମସ୍ତ ଭାରତୀୟ ଭାଷାରେ ଶିକ୍ଷା ପ୍ରଦାନ କରିବା ଉପରେ ଗୁରୁତ୍ୱ ଦିଆଯାଇଛି । ଜାତୀୟ ଶିକ୍ଷା ନୀତିର ସୁପାରିଶ ଅନୁସାରେ ଶିକ୍ଷାକୁ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ କରିବା ସହ ଉତ୍ତରଦାୟିତ୍ୱ ସୁନିଶ୍ଚିତ କରିବାକୁ ହେବ । ସେ ଆହୁରି କହିଛନ୍ତି ଯେ ଭାରତ ହେଉଛି ଏକ ଯୁବବର୍ଗଙ୍କ ଦେଶ । ବିଶେଷ ଭାବରେ ବିଶ୍ୱ ଯେତେବେତେ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି ଏବଂ ଟେକ୍ନୋଲୋଜି ଦ୍ୱାରା ପରିଚାଳିତ ହେଉଛି ସେହି ସମୟରେ ଯୁବକଙ୍କୁ ଏକବିଂଶ ଶତାବ୍ଦୀରେ ବୈଶ୍ୱିକ ନାଗରିକ କରିବା ଆମର ଆହ୍ୱାନ । ଆମକୁ ମିଳିତ ଉଦ୍ୟମରେ ଏପରି ଏକ ଶିକ୍ଷା ବ୍ୟବସ୍ଥା କରିବା ପାଇଁ ପଡିବ ଯେଉଁ ଶିକ୍ଷା ଉଭୟ ରୁଟେଡ୍ ଏବଂ ଭବିଷ୍ୟତବାଦୀ ହେବ । ସାମଗ୍ରିକ ଆଭିମୁଖ୍ୟ ସହିତ ବିଦ୍ୟାଳୟ ଗୁଡ଼ିକରେ ବୈଷୟିକ ଜ୍ଞାନକୌଶଳ ପ୍ରସ୍ତୁତ କରିବା ଏବଂ ଛାତ୍ରଛାତ୍ରୀଙ୍କ ମଧ୍ୟରେ କ୍ରିଟିକାଲ ଥିଙ୍କିଂକୁ ସୁନିଶ୍ଚିତ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ ।

ଶିକ୍ଷା ପରିସଂସ୍ଥାନକୁ ସୁଦୃଢ଼ କରିବା ସହ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ବେଷ୍ଟ୍ ପ୍ରାକ୍ଟିସକୁ ବଢ଼ାଇବା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ରକୁ ଏକ ଟିମ୍ ଭାବେ କାର୍ଯ୍ୟ କରିବାକୁ ପଡ଼ିବ ବୋଲି ସେ କହିଥିଲେ । କାପାସିଟି ବଲଡିଂକୁ ମଜଭୂତ୍ କରିବା, ସହଯୋଗୀ ଶିକ୍ଷା ବ୍ୟବସ୍ଥା ଗଠନ କରିବା ଏବଂ ଶିକ୍ଷାକୁ ବିକଶିତ ଭାରତର ମୁଖ୍ୟ ସ୍ତମ୍ଭ ଭାବରେ ଉପଯୋଗ କରିବା ଦିଗରେ ଏକଜୁଟ ହୋଇ କାର୍ଯ୍ୟ କରିବାକୁ ଶ୍ରୀ ପ୍ରଧାନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସମସ୍ତ ଷ୍ଟେକହୋଲ୍ଡରଙ୍କୁ ଆହ୍ୱାନ କରିଛନ୍ତି । ଏହାବ୍ୟତିତ ଶିକ୍ଷକମାନଙ୍କ ଦକ୍ଷତା ବୃଦ୍ଧିର ଗୁରୁତ୍ୱ, ନିଯୁକ୍ତି ସୁଯୋଗ ବୃଦ୍ଧି ପାଇଁ ଦକ୍ଷତା ଭିତ୍ତିକ ଶିକ୍ଷା ପ୍ରଦାନ ଉପରେ ମଧ୍ୟ ସେ ଗୁରୁତ୍ୱାରୋପ କରିଥିଲେ ।

ଏହି ବୈଠକରେ ପଞ୍ଚବାର୍ଷିକ କାର୍ଯ୍ୟଯୋଜନା ଉପରେ ଆଲୋଚନା ହେବ । ୧୦୦ ଦିନିଆ ଆକ୍ସନ ପ୍ଲାନ, ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ସମଗ୍ର ଶିକ୍ଷା ଅଧୀନରେ ଭିତ୍ତିଭୂମି କାର୍ଯ୍ୟ, ଆଇସିଟି ଏବଂ ସ୍ମାର୍ଟ ଶ୍ରେଣୀଗୃହର ଅଗ୍ରଗତି ସ୍ଥିତି ଉପରେ ଚର୍ଚ୍ଚା ହେବ । ସେହିପରି ଭିଏସକେ ଏବଂ ୨୦୦ ଚ୍ୟାନେଲର ସେଟିଂ, ୨୦୨୩-୨୪ ପାଇଁ ୟୁଡିଆଇଏସଇ+ ର ଚୂଡ଼ାନ୍ତୀକରଣ, ଡାଏଟ୍ ଉପରେ ଆଲୋଚନା ଏବଂ ବିଦ୍ୟାଳୟ ଗୁଡ଼ିକରେ ତମାଖୁ ନିୟନ୍ତ୍ରଣ ଏବଂ ଟିଓଏଫଇଆଇ ନିର୍ଦ୍ଦେଶାବଳୀ ପ୍ରତିରୋପଣ ଆବଶ୍ୟକତା ଉପରେ ଆଲୋଚନା ହେବ । ବୈଠକରେ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ, ଶିକ୍ଷା ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ, ଏନସିଇଆରଟି, ଏସସିଇଆରଟି, କେନ୍ଦ୍ରୀୟ ବିଦ୍ୟାଳୟ, ନବୋଦୟ ବିଦ୍ୟାଳୟ, ସିବିଏସଇର ମୁଖ୍ୟ ଓ ପ୍ରତିନିଧି ମଣ୍ଡଳୀ ପ୍ରମୁଖ ଉପସ୍ଥିତ ଥିଲେ ।

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

Weather

Bhubaneswar
August 2, 2025, 1:25 am
 

SW
Overcast
27°C
0.6 m/s
Apparent: 34°C
Pressure: 1002 mb
Humidity: 90%
Winds: 0.6 m/s SW
Windgusts: 8.3 m/s
UV-Index: 0
Precip.: 2.5mm /58% / Rain
Sunrise: 5:21 am
Sunset: 6:23 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom